ସହକାରୀ ଯନ୍ତ୍ରୀଙ୍କୁ ଦୁର୍ବ୍ୟବହାର ଘଟଣା: ୪ ଦିନରେ ପହଞ୍ଚିଲା ଆନ୍ଦୋଳନ

ଆନନ୍ଦପୁର,୨ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ମୋଚିନ୍ଦ। ପଞ୍ଚାୟତର ଏକ ଠିକାକାମକୁ ନେଇ ବ୍ଲକ ଏମ୍‌ପି ପ୍ରତିନିଧି ବ୍ଲକ ସହକାରୀ ଯନ୍ତ୍ରୀଙ୍କୁ ଗାଳିଗୁଲଜ ଘଟଣାକୁ ନେଇ ଥାନାରେ ଲିଖିତ ଅଭିଯୋଗ ହୋଇଥିଲା। ପୋଲିସ ପକ୍ଷରୁ କୌଣସି କାର୍ଯ୍ୟାନୁଷ୍ଠାନ ନ ହେବାରୁ ବ୍ଲକ କର୍ମଚାରୀମାନେ ମଙ୍ଗଳବାର ଦିନଠାରୁ କଲମ ଛାଡ଼ ଆନ୍ଦୋଳନ ଜାରି ରଖିଛନ୍ତି। ବ୍ଲକ କର୍ମୀଚାରୀମାନେ ବ୍ଲକ ଏମ୍‌ପି ପ୍ରତିନିଧି ଟୁକୁନା ମହାନ୍ତଙ୍କ ଗିରଫ ଦାବି ଓ ଅନ୍ୟ ସହଯୋଗୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଜିଦ୍‌ରେ ଅଟଳ ରହିଥିବା ବେଳେ, ମଙ୍ଗଳବାରଠାରୁ ଆନ୍ଦୋଳନ ଜାରିରହିଥିବା ବେଳେ ଘଟଣାକୁ ନେଇ ବୁଧବାର ଆନନ୍ଦପୁର ଉପଜିଲାପାଳ ନୀଳମାଧବ ସୁନା, ଏସ୍‌ଡିପିଓ ପ୍ରଶାନ୍ତ କୁମାର ବେହେରା, ଆନନ୍ଦପୁର ଥାନା ଅଧିକାରୀ ଫନୀଦ୍ର କୁମାର ନାୟକ କର୍ମଚାରୀଙ୍କ ଆନ୍ଦୋଳନ ସ୍ଥଳରେ ଉପସ୍ଥିତ ରହି ଆଲୋଚନା କରିଥିଲେ ବି କୌଣସି ପ୍ରତିଶ୍ରୁତି ନ ମିଳିବାରୁ ଆନ୍ଦୋଳନ ଜାରି ରହିଥିଲା। ଗୁରୁବାର ଆନ୍ଦୋଳନ ଜାରି ରହିଥିବା ବେଳେ କୌଣସି ପ୍ରଶାସନିକ ଅଧିକାରୀ ପହଞ୍ଚି ନଥିଲା ବେଳେ ଶୁକ୍ରବାର ଆନ୍ଦୋଳନ ୪ ଦିନରେ ପହଞ୍ଚିଛି। ଆନ୍ଦୋଳନରତ କର୍ମଚାରୀମାନେ ଉପଜିଲାପାଳଙ୍କୁ ଆସିବା ବାଟକୁ ଚାହିଁ ବସିଥିଲେ ହେଲେ ଉପଜିଲାପାଳ ଘଟଣାସ୍ଥଳରେ ପହଞ୍ଚ ନଥିବା ବେଳେ ଆନ୍ଦୋଳନ ଜାରି ରହିଥିଲା l ଏ ପଟେ ବ୍ଲକ କାର୍ଯ୍ୟାଳୟକୁ ହିତାଧିକାରୀମାନେ ଅନେକ ସମସ୍ୟାକୁ ନେଇ ଆସି ଫେରିବାକୁ ପଡୁଛି। ଯାହା ଫଳରେ ବୋହୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡୁଛି। ଅନ୍ୟପକ୍ଷରେ ଥାନାରେ ହୋଇଥିବା ଲିଖିତ ଅଭିଯୋଗକୁ ନେଇ ପୋଲିସ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାରେ ବିଫଳ ହେବା ସମସ୍ତଙ୍କୁ ନିରାଶ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲକ୍ଷ୍ମୀସାଗର ବୁଦ୍ଧନଗର ଅଞ୍ଚଳରେ ଯୁବତୀଙ୍କୁ ଦୁଷ୍କର୍ମ, ଭଡ଼ାଘରେ ରହି…

ଭୁବନେଶ୍ୱର,୨୧ା୧ : ରାଜଧାନୀ ଭୁବନେଶ୍ବରରେ ଯୁବତୀଙ୍କୁ ବଳାତ୍କାର ହୋଇଥିବା ଅଭିଯୋଗ ସାମ୍ନାକୁ ଆସିଛି । ପୀଡ଼ିତାଙ୍କ ଅଭିଯୋଗ ଆଧାରରେ ପୋଲିସ ତଦନ୍ତ କରି ଜଣେ ଯୁବକଙ୍କୁ...

ଅଧିକାରୀଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ, ସମୟସୀମା ମଧ୍ୟରେ…

ଭୁବନେଶ୍ୱର,୨୧ା୧: ସମସ୍ତ ବରିଷ୍ଠ ଅଧିକାରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ। କେନ୍ଦ୍ର ସରକାରଙ୍କ ଚିଠିକୁ ଗୁରୁତ୍ୱ ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।...

ଜେଡି ଭାନ୍ସ ଆମେରିକାକୁ ଏମିତି ଖବର ଦେଲେ ଯେ ଖୁସି ହୋଇଗଲା ହ୍ବାଇଟ ହାଉସ, ଜାଣନ୍ତୁ କ’ଣ…

ଓ୍ବାଶିଂଟନ,୨୧।୧: ଆମେରିକାର ଉପରାଷ୍ଟ୍ରପତି ଜେ.ଡି. ଭାନ୍ସ ଏବଂ ତାଙ୍କ ପତ୍ନୀ ଉଷା ଭାନ୍ସ ଜୁଲାଇ ଶେଷ ଭାଗରେ ସେମାନଙ୍କର ଚତୁର୍ଥ ସନ୍ତାନ ଆଶା କରୁଛନ୍ତି। ଭାନ୍ସ...

କାର୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ପିକ୍‌ଅପ୍‌: ୩ ଗୁରୁତର

ବାରିପଦା,୨୧ା୧: ଏନ୍‌ଏଚ୍‌ ୧୬ ଦରକୋଳି ଛକରେ ସିରିଜ ଦୁର୍ଘଟଣା ଘଟିଛି। ଏକ କାର୍‌କୁ ଗୋଟିଏ ପିକ୍‌ଅପ୍‌ ଧକ୍କା ଦେଇଥିବାବେଳେ ପରେ ଟ୍ରକ୍‌କୁ ଧକ୍କା ଦେଇଥିଲା ପିକ୍‌ଅପ୍‌।...

ଶ୍ରୀ ରାମ ମନ୍ଦିର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସ ଅସୁସ୍ଥ, ୩୬ ଘଣ୍ଟା ଉପବାସରେ

ଲକ୍ଷ୍ନୌ,୨୧।୧: ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ ଖରାପ ହୋଇଯାଇଛି। ଗତ ୩୬ଘଣ୍ଟା ଧରି ସେ...

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ୫% ବଢିବ DA!

ନୂଆଦିଲ୍ଲୀ,୨୧।୧: କେନ୍ଦ୍ର ସରକାରୀ କର୍ମଚାରୀମାନେ ଦୀର୍ଘ ଦିନ ଧରି ଅଷ୍ଟମ ବେତନ କମିଶନ ଅଧୀନରେ ଦରମା ବୃଦ୍ଧି ପାଇଁ ଅପେକ୍ଷା କରିଆସୁଛନ୍ତି। ଜାନୁଆରୀ 2026 ପରେ...

ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଜୋରଦାର: ଦାରିଙ୍ଗବାଡିରେ ପୋଲିସ ଛାଉଣି

ଦାରିଙ୍ଗବାଡି,୨୧।୧(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ସହରକୁ ଟ୍ରାଫିକ ମୁକ୍ତ ଓ ସୌନ୍ଦର୍ଯ୍ୟକରଣ କରିବାକୁ ଜିଲା ପ୍ରଶାସନର ନିର୍ଦ୍ଦେଶ କ୍ରମେ ବୁଧବାର ସ୍ଥାନୀୟ ପ୍ରଶାସନ ପକ୍ଷରୁ...

ବାଂଲାଦେଶକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୧।୧: ବାଂଲାଦେଶର ବର୍ତ୍ତମାନର ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି, ଭାରତ ମଙ୍ଗଳବାର (ଜାନୁଆରୀ ୨୦, ୨୦୨୬) ସେଠାରେ ନିଯୁକ୍ତ ଭାରତୀୟ ଅଧିକାରୀଙ୍କ ପରିବାରକୁ ଫେରାଇ ନେବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri