ନିୟମିତ ଆବର୍ଜନା ଉଠା ନଗଲେ ଆନ୍ଦୋଳନ: ଟ୍ରାକ୍ଟରରେ ଯାଇ ସ୍ମାରକପତ୍ର ପ୍ରଦାନ, ୧୦ଦିନ ମଧ୍ୟରେ…

ବରଗଡ଼,୨୦ା୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ପରିମଳ ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡ଼ିଛି। ସହରର ରାସ୍ତାକଡ଼, ବସଷ୍ଟାଣ୍ଡ ଓ ବଜାର ଅଞ୍ଚଳରେ କୁଢ଼ କୁଢ଼ ଆବର୍ଜନା ଜମା ହୋଇ ରହିବା ଫଳରେ ଅସ୍ୱାସ୍ଥ୍ୟକର ପରିବେଶ ସୃଷ୍ଟି ହୋଇଛି, ଯାହାକୁ ନେଇ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି।

ଏହାର ପ୍ରତିବାଦରେ ଗୁରୁବାର ଛାତ୍ର କଂଗ୍ରେସ ପକ୍ଷରୁ ଏକ ଅଭିନବ ପ୍ରଦର୍ଶନ କରାଯାଇ ପୌର ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ଦେବାନନ୍ଦ ସାହୁଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି। ଆସନ୍ତା ୧୦ ଦିନ ମଧ୍ୟରେ ଏହି ସମସ୍ୟାର ସମାଧାନ ନହେଲେ ସହରର ଆବର୍ଜନାକୁ ଟ୍ରାକ୍ଟରରେ ବୋହି ପୌର କାର୍ଯ୍ୟାଳୟ ସମ୍ମୁଖରେ ଆନ୍ଦୋଳନ କରାଯିବ ବୋଲି ପୂର୍ବତନ ରାଜ୍ୟ ଛାତ୍ର କଂଗ୍ରେସ ଉପସଭାପତି ଗୌରବ ପତି ଆଜାଦ୍ ଚେତାବନୀ ଦେଇଛନ୍ତି।

ଗୌରବ ପତି ଆଜାଦଙ୍କ ନେତୃତ୍ୱରେ କର୍ମୀମାନେ ଟ୍ରାକ୍ଟର ଯୋଗେ ପୌର କାର୍ଯ୍ୟାଳୟରେ ପହଞ୍ଚି ନିର୍ବାହୀ ଅଧିକାରୀଙ୍କୁ ଭେଟିଥିଲେ। ସହରର ରାସ୍ତାକଡ଼ ଓ ଦୋକାନ ସମ୍ମୁଖରେ ଡଷ୍ଟବିନ୍ ଅଭାବରୁ ଅଳିଆ ଜମା ହେଉଥିବା ସେମାନେ ଦର୍ଶାଇଛନ୍ତି। ତୁରନ୍ତ ଆବର୍ଜନା ସଫେଇ, ପ୍ରମୁଖ ସ୍ଥାନଗୁଡ଼ିକରେ ଡଷ୍ଟବିନ୍ ସ୍ଥାପନ ଏବଂ ନିୟମିତ ଅଳିଆ ଉଠାଣ ବ୍ୟବସ୍ଥା ପାଇଁ ସେମାନେ ଦାବି କରିଛନ୍ତି। ଏହି କାର୍ଯ୍ୟକ୍ରମରେ ଅନ୍ୟ ଛାତ୍ର କଂଗ୍ରେସ କର୍ମୀମାନେ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି

ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍‌ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍‌.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…

ଛାତ୍ର ସଂସଦ ନିର୍ବାଚନ ଘୋଷଣା: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଉତ୍ସବର ମାହୋଲ

ଭବାନୀପାଟଣା, ୫।୧୦ (ଉତ୍ତମ କୁମାର ଦାଶ): ଦୀର୍ଘ ୮ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆନୁଷ୍ଠାନିକ ଘୋଷଣା ହେବା ପରେ…

ମୋବାଇଲ୍‌ଠାରୁ ଦୂରେଇ ରହିବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଲେ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୫।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଡିଗ୍ରୀ କଲେଜ ପରିସରରେ ସେବା ସଂକଳ୍ପ ଅଭିଯାନ ଆନୁକୂଲ୍ୟରେ ଯୁକ୍ତ ୩ ଛାତ୍ରୀଛାତ୍ରଙ୍କୁ ନେଇ…

ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍‌ ଚଢ଼ାଉ କରି…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ        

ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ଗ୍ରାମର ନବୀନ ମହାଙ୍କୁଡ଼ ଙ୍କୁ ଗ୍ରାମର ଗୋପୀନାଥ ଡାକୁଆ ରବିବାର ଅପରାହ୍ନ ପ୍ରାୟ ସାଢେ ୪ ଟାରେ…

ଓଡ଼ିଶା ଆସୁଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

କୋରାପୁଟ,୫।୧୦(ଅମିତାଭ ବେହେରା): ମଙ୍ଗଳବାର କୋରାପୁଟ ଜିଲାର ସୁନାବେଡ଼ା ଗସ୍ତରେ ଆସିବେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ। ତାଙ୍କ ସହ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

‘ଅ’ ମହୋତ୍ସବ-୨୦୨୬: ରାଜ୍ୟସ୍ତରୀୟ କବିତା..

କେସିଙ୍ଗା, ୫/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡିର ଚର୍ଚ୍ଚିତ ସାହିତ୍ୟ ଅନୁଷ୍ଠାନ ‘ଅ’ ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ, କଳାହାଣ୍ଡିର ଷଷ୍ଠ ବାର୍ଷିକ ମହୋତ୍ସବ ‘ଅ’ ମହୋତ୍ସବ-୨୦୨୬ ଓ…

ଦକ୍ଷିଣପୁର ଗାଁ ପୋଖରୀରେ ୪ କୁମ୍ଭୀର: ଲୋକେ ଆତଙ୍କିତ

ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଗୋକର୍ଣ୍ଣପୁର ପଞ୍ଚାୟତ ଦକ୍ଷିଣପୁର ଗାଁ ଦାନ୍ତା ପୋଖରୀ(ବନ୍ଧ) ରେ ୪ ଟି କୁମ୍ଭୀର ଥିବା ଲୋକେ ଦେଖିବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?