ଆନ୍ଦୋଳନ ବନ୍ଦ ହେବ ନାହିଁ: ଡ୍ରାଇଭର ମହାସଂଘ

ଭୁବନେଶ୍ୱର,୧୧।୭: ରାଜ୍ୟରେ ଓଡ଼ିଶା ଡ୍ରାଇଭର ମହାସଂଘର ଷ୍ଟିଅରିଂ ଛାଡ଼ ଆନ୍ଦୋଳନ ଜାରି ରହିଛି। ମହାସଂଘ ସଭାପତି ପ୍ରଶାନ୍ତ ମେଣ୍ଡୁଲି କହିଛନ୍ତି, ସରକାର ଲିଖିତ ପ୍ରତିଶ୍ରୁତି ନ ଦେବା ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ। ଆନ୍ଦୋଳନ ବନ୍ଦ ହେବ ନାହିଁ ବୋଲି ସେ କହିଛନ୍ତି। ଏପରି କି ଆନ୍ଦୋଳନରେ ୩୦ଟି ଜିଲାର ଡ୍ରାଇଭରଙ୍କୁ ଯୋଗ ଦେବାକୁ ସଭାପତି ଅନୁରୋଧ କରିଛିନ୍ତି।

ଅନ୍ୟପକ୍ଷେ ରାଜରାସ୍ତାରେ ବିଶୃଙ୍ଖଳା କିମ୍ବା ଗାଡ଼ି ଅଟକାଇଲେ ସରକାର ଆକ୍ସନ ନେଇପାରନ୍ତି। ତେଣୁ ସଂଘ ପକ୍ଷରୁ ଶାନ୍ତିପୂର୍ଣ୍ଣ ଭାବେ ଧାରଣାରେ ବସି ଆନ୍ଦୋଳନ ଜାରି ରହିବ ବୋଲି କହିଛନ୍ତି।

କଂଗ୍ରେସର ଅନୁରୋଧକୁ ରକ୍ଷାକରି ଡ୍ରାଇଭର ସଂଘ ଶୁକ୍ରବାର ସମ୍ବିଧାନ ବଞ୍ଚାଅ ରାଲି ପାଇଁ କଂଗ୍ରେସ ଗାଡ଼ିକୁ ଅଟକାଇ ନ ଥିଲା। ହେଲେ ଡ୍ରାଇଭର ସଂଘର ଆନ୍ଦୋଳନ ଜନସାଧାରଣଙ୍କ ଉପରେ ପ୍ରଭାବ ପକାଇଛି। ବିଭିନ୍ନ ସ୍ଥାନରୁ ଗାଡ଼ି ଚଳାଚଳ ବନ୍ଦ ରହିଥିବା ବେଳେ ଯାତ୍ରୀମାନେ ବିଭିନ୍ନ ବସ୍‌ଷ୍ଟାଣ୍ଡରେ ଫସି ରହିଥିବା ଜଣାପଡିଛି।

ଓଡ଼ିଶା ଗସ୍ତରେ ଆସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ ଡ୍ରାଇଭରଙ୍କ ଆନ୍ଦୋଳନ ପ୍ରସଙ୍ଗ ଉଠାଇ ରାଜ୍ୟ ସରକାରଙ୍କୁ ତୀବ୍ର ଆକ୍ରମଣ କରିଛନ୍ତି। ସମାବେଶରେ ସମ୍ବୋଧନ କରି ରାହୁଲ କହିଛନ୍ତି, ସରକାର ଡ୍ରାଇଭର ମହାସଂଘ ଉପରେ ଚାପ ପକାଇ ସେମାନଙ୍କ ସମାବେଶକୁ ଭଣ୍ଡୁର କରିବାକୁ ଉଦ୍ୟମ କରିଥିଲେ। କିନ୍ତୁ ଡ୍ରାଇଭର ମହାସଂଘ ସରକାରଙ୍କ ଚାପକୁ ନ ମାନି ଆନ୍ଦୋଳନ ଜାରି ରଖିଥିବାରୁ ରାହୁଲ ଡ୍ରାଇଭର ସଂଘର କର୍ମକର୍ତ୍ତାଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଡ୍ରାଇଭରଙ୍କ ନ୍ୟାୟସଙ୍ଗତ ଦାବିକୁ ସରକାର ଗୁରୁତ୍ୱ ଦେଇ ତାହା ପୂରଣ କରିବା ଉଚିତ ବୋଲି ରାହୁଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ୍‌ ଉପଭୋକ୍ତାଙ୍କ ପାଇଁ ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ବିଦ୍ୟୁତ୍‌ ଉପଭୋକ୍ତାଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବୁଧବାର ଅନୁଷ୍ଠିତ କ୍ୟାବିନେଟ୍‌ ବୈଠକରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ସହ...

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ଟୋକୀମରା ପର୍ବ ପାଇଁ ହାଟରେ ଜନସମୁଦ୍ର: ବିପଦପୂର୍ଣ୍ଣ ସ୍ଥାନରେ ଚାଲିଛି କିଣାବିକା, ପ୍ରଶାସନିକ ଅବହେଳାକୁ…

ଥୁଆମୂଳ ରାମପୁର,୨୪।୧୨(ଦୁର୍ଗା କୀର୍ତ୍ତି): ସ୍ଥାନୀୟ ଅଞ୍ଚଳର ଆଦିବାସୀମାନଙ୍କ ପାରମ୍ପରିକ ମୁଖ୍ୟ ପର୍ବ “ଟୋକୀମରା”ପାଇଁ ଆଜି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ବିଦେଶୀ...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri