ଆନ୍ଦୋଳନକାରୀ-ପୋଲିସ ଧସ୍ତାଧସ୍ତି

ଅନୁଗୋଳ ଅଫିସ୍‌, ୧୭।୭
ଅଳିଆ ପକାକୁ ନେଇ ପୁଣି ଉତ୍ତେଜନା ଦେଖାଦେଇଛି। ବିରୋଧ କରୁଥିବା ପଞ୍ଚମହଲା ବେଣିବଣିଆ ସାହି ମହିଳାମାନଙ୍କ ସହ ପୋଲିସର ଧସ୍ତାଧସ୍ତି ହୋଇଛି। ବୁଝାଶୁଝା ଉଦ୍ୟମ ବିଫଳ ହୋଇଥିବାରୁ ଅନୁଗୋଳ ପୌରପାଳିକା ପକ୍ଷରୁ ଅଳିଆ ପକାଯିବା କାର୍ଯ୍ୟ ବନ୍ଦ ରଖାଯାଇଛି। ପ୍ରଶାସନ ଉପସ୍ଥିତିରେ ଲୋକଙ୍କ ସହ ଆଲୋଚନା ପରେ ନିଷ୍ପତ୍ତି ନିଆଯିବ ବୋଲି ପୌରପାଳିକା ପକ୍ଷରୁ କୁହାଯାଇଛି।
ପ୍ରକାଶ ଯେ, ଅନୁଗୋଳ ସହରର ଅଳିଆ ପଞ୍ଚମହଲାର ବେଣିବଣିଆ ସାହି ନିକଟରେ ହୋଇଥିବା ଡମ୍ପିଂୟାର୍ଡରେ ପକାଯିବାକୁ ଅଞ୍ଚଳବାସୀ ବିରୋଧ କରିଥିଲେ। ଫଳରେ ଉପସ୍ଥିତ ସ୍ଥାନୀୟ ମହିଳାମାନଙ୍କ ସହ ପୋଲିସର ଧସ୍ତାଧସ୍ତି ହୋଇଥିଲା। ଅଧିକ ସଂଖ୍ୟାରେ ପୋଲିସ ପହଞ୍ଚତ୍ବା ପରେ ପରିସ୍ଥିତି ଶାନ୍ତ ପଡିଥିଲା। ତେବେ ଅଞ୍ଚଳବାସୀଙ୍କ ସହିତ ପ୍ରଶାସନ ଓ ପୋଲିସ କରିଥିବା ଆଲୋଚନା ବିଫଳ ହୋଇଛି। ସ୍ଥାନୀୟ ସରପଞ୍ଚଙ୍କ ସମେତ ଏକ ପ୍ରତିନିଧି ଦଳ, ପୌରପ୍ରଶାସନ ଓ ଜିଲା ପ୍ରଶାସନ ଆଲୋଚନା କରି ଚୂଡ଼ାନ୍ତ ନିଷ୍ପତ୍ତି ଗ୍ରହଣ କରାଯିବ ବୋଲି ସୂଚନା ମିଳିଛି। ଶୁକ୍ରବାରଠାରୁ ସହରର ଆବର୍ଜନା ଏହି ଡମ୍ପିଂୟାର୍ଡ ଅଞ୍ଚଳକୁ ଯିବ ନାହିଁ ବୋଲି ପୌରପାଳିକା ପକ୍ଷରୁ ସୂଚନା ମିଳିଛି। ସୂଚନାଯୋଗ୍ୟ, ବୁଧବାର ଅଞ୍ଚଳବାସୀ ଏହାକୁ ବିରୋଧ କରି ୮ଟି ଅଳିଆ ଗାଡ଼ିକୁ ଅଟକ ରଖିଥିଲେ। ଏପରି କି ପୌରପାଳିକାର ଫିକଲ ସ୍ଲଜ ଟ୍ରିଟ୍‌ମେଣ୍ଟ ପ୍ଲାଣ୍ଟ(ଏଫଏସ୍‌ଟିବି)ର ଦୁଇ ଜଣ କର୍ମଚାରୀଙ୍କୁ ମଧ୍ୟ ଅଟକ ରଖିଥିଲେ। ପୋଲିସ ଓ ପ୍ରଶାସନ ପ୍ରଥମ ଦିନ ଆଲୋଚନା କରିଥିଲେ ହେଁ ତାହା ବିଫଳ ହୋଇଥିଲା। ଗୁରୁବାର ୬ଟି ଅଳିଆଗାଡ଼ି ଡମ୍ପିଂୟାର୍ଡକୁ ନେବା ସମୟରେ ବିବାଦ ଦେଖାଦେଇଥିଲା। ତେଣୁ ଶୁକ୍ରବାରଠାରୁ ଅଳିଆ ପକାଯିବା ବନ୍ଦ କରାଯାଇଥିବା ପୌର ନିର୍ବାହୀ ଅଧିକାରୀ ବିନୋଦ ଚନ୍ଦ୍ର ପଣ୍ଡା କହିଛନ୍ତି। ଘଟଣାସ୍ଥଳରେ ଫୋର୍ସ ସହ ଅନୁଗୋଳ ଏସ୍‌ଡିପିଓ ଅଶ୍ୱିନୀ ସାହୁ, ଥାନା ଅଧିକାରୀ ରମେଶ ବିଶୋଇ ଓ ଅନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ୯ ଷ୍ଟେସନରେ ସୁଲଭ ମୂଲ୍ୟରେ ଖାଦ୍ୟ ପ୍ରଦାନ କରିବ ଇଷ୍ଟକୋଷ୍ଟ ରେଲୱେ

ଭୁବନେଶ୍ୱର,୨୪ା୪: କମ୍ ଖର୍ଚ୍ଚରେ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ବଡ଼ ଖବର। ଭାରତୀୟ ରେଳବାଇ ସହିତ ଭାରତୀୟ ରେଳ କ୍ୟାଟରିଂ ଆଣ୍ଡ ଟୁରିଜିମ୍ କର୍ପୋରେସନ୍...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

ଓଡ଼ିଶା ରାଜନୀତିରେ ରାଜପରିବାର: ଜାଣନ୍ତୁ କେଉଁ ଆସନରୁ ଲଢ଼ୁଛନ୍ତି କେଉଁ ରାଜପରିବାର

ଭୁବନେଶ୍ୱର,୨୨ା୪: ଭାରତ ସ୍ୱାଧୀନ ହେବା ପରେ ଦେଶରେ ରାଜତନ୍ତ୍ର ଶେଷ ହୋଇଥିଲା। ଏହାପରେ ରାଜା ପରିବାର ସଦସ୍ୟମାନେ ଗଣତାନ୍ତ୍ରିକ ପ୍ରକ୍ରିୟାରେ ମଧ୍ୟ ଲୋକଙ୍କ ଦ୍ୱାରା ନିର୍ବାଚିତ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ

ଭୁବନେଶ୍ୱର,୨୪।୪: ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ରାଜଧାନୀ ଚନ୍ଦକା ଅଞ୍ଚଳରେ। ଗତକାଲି ରାତିରେ...

ଆସନ୍ତା ୩ ଘଣ୍ଟା ପାଇଁ କାଳବୈଶାଖୀ, ବଜ୍ରପାତ ସୂଚନା

ଭୁବନେଶ୍ୱର,୨୪ା୪: ଦିନ ସାରା ପ୍ରଚଣ୍ଡ ଖରା ଏବଂ ଗୁଳୁଗୁଳିରେ ଲୋକେ ଆଉଟୁପାଉଟୁ ହେଉଥିବା ବେଳେ ଅପରାହ୍ନରେ କାଳବୈଶାଖୀ ବର୍ଷା ସାମାନ୍ୟ ଆଶ୍ୱସ୍ତି ଆଣିଛି। ଅପରାହ୍ନ ସାଢ଼େ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri