ବାଂଲାଦେଶ ରାଷ୍ଟ୍ରପତିଙ୍କ ବହିଷ୍କାର ଦାବି, ବାସଭବନରେ ପଶିଲେ ବିକ୍ଷୋଭକାରୀ

ଢାକା,୨୪ା୧୦: ବାଂଲାଦେଶର ଗାଦିଚ୍ୟୁତ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନାଙ୍କ ଉପରେ ରାଷ୍ଟ୍ରପତି ମହମ୍ମଦ ଶାହାବୁଦ୍ଦିନ ଦେଇଥିବା ମନ୍ତବ୍ୟକୁ ନେଇ ବିବାଦ ଜୋର୍‌ ଧରିଛି। ଶାହାବୁଦ୍ଦିନଙ୍କ ବହିଷ୍କାର ଦାବିକରି ହଜାର ହଜାର ବିକ୍ଷୋଭକାରୀ ମଙ୍ଗଳବାର ତାଙ୍କ ଢାକାସ୍ଥିତ ବାସଭବନ ବଙ୍ଗଭବନ ପରିସରରେ ଧସେଇ ପଶିଥିଲେ। ଫଳରେ ବାଂଲାଦେଶରେ ସାନି ଉତ୍ତେଜନା ସୃଷ୍ଟି ହୋଇଛି। ଗତ ଜୁଲାଇ ଏବଂ ଅଗଷ୍ଟରେ ଶେଖ୍‌ ହାସିନା ସରକାର ବିରୋଧରେ ବାଂଲାଦେଶରେ ଛାତ୍ର ଆନ୍ଦୋଳନ ହିଂସାତ୍ମକ ରୂପ ନେବା ସହ ଶତାଧିକ ଲୋକଙ୍କ ଜୀବନ ଯାଇଥିଲା। ରାଜନୈତିକ ସଙ୍କଟ ଦେଖାଦେବାରୁ ଶେଖ୍‌ ହାସିନା ଅଗଷ୍ଟ ୫ରେ ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଇ ଭାରତ ପଳାଇ ଆସିଥିଲେ। ଗତ ସପ୍ତାହରେ ବାଂଲାଦେଶର ଦୈନିକ ଖବରକାଗଜ ମାନବ ଜମିନକୁ ଏକ ସାକ୍ଷାତ୍‌କାର ଦେଇ ରାଷ୍ଟ୍ରପତି ଶାହାବୁଦ୍ଦିନ କହିଥିଲେ, ହାସିନା ଦେଶ ଛାଡ଼ିବା ପୂର୍ବରୁ ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେବା ନେଇ ତାଙ୍କ ପାଖରେ କୌଣସି ଦସ୍ତାବିଜ୍‌ ପ୍ରମାଣ ନାହିଁ। ହାସିନାଙ୍କ ଇସ୍ତଫା ସମ୍ପର୍କରେ ରାଷ୍ଟ୍ରପତି ମିଛ ବିବୃତି ଦେଇଥିବା ଅଭିଯୋଗ କରି ତାଙ୍କ ବିରୋଧରେ ଆନ୍ଦୋଳନ ଜୋର୍‌ ଧରିଛି। ବିଭିନ୍ନ ବ୍ୟାନରରେ ବିକ୍ଷୋଭକାରୀମାନେ ବ୍ୟାରିକେଡ୍‌ ଭାଙ୍ଗି ବଙ୍ଗଭବନରେ ପ୍ରବେଶ ପାଇଁ ଉଦ୍ୟମ କଲାବେଳେ ପୋଲିସ ସେମାନଙ୍କୁ ଅଟକାଇବାରୁ ଧସ୍ତାଧସ୍ତି ହୋଇଥିଲା। ଆନ୍ଦୋଳନକାରୀଙ୍କୁ ଘଉଡ଼ାଇବା ପାଇଁ ପୋଲିସ ସାଉଣ୍ଡ ଗ୍ରେନେଡ୍‌ ଫାୟାର କରିଥିଲା। ଗୁଳିମାଡ଼ରେ ୨ ଜଣ ଏବଂ ସାଉଣ୍ଡ ଗ୍ରେନେଡ୍‌ ମାଡ଼ରେ ଜଣେ ଆହତ ହୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବାବେଳେ ସେନା ହସ୍ତକ୍ଷେପ କରିବାରୁ ସ୍ଥିତିରେ ସାମାନ୍ୟ ଉନ୍ନତି ଘଟିଥିଲା। ବଙ୍ଗଭବନ ଫାଟକ ଛାଡ଼ି ଚାଲିଯିବାକୁ ସେନା ପକ୍ଷରୁ ମାଇକ ଯୋଗେ ନିବେଦନ କରାଯାଇଥିଲା। ହାସିନାଙ୍କୁ ବହିଷ୍କାର ପାଇଁ ଆନ୍ଦୋଳନର ନେତୃତ୍ୱ ନେଇଥିବା ଆଣ୍ଟି-ଡିସ୍‌କ୍ରିମିନେଶନ ଷ୍ଟୁଡେଣ୍ଟ ମୁଭ୍‌ମେଣ୍ଟ ଶାହାବୁଦ୍ଦିନଙ୍କ ବହିଷ୍କାର ଦାବିରେ ସେଣ୍ଟ୍ରାଲ ଶହୀଦ ମିନାର ଆଗରେ ର଼୍ୟାଲିର ଆୟୋଜନ କରିଥିଲା। ବାଂଲାଦେଶ ସମ୍ବିଧାନକୁ ରଦ୍ଦ କରିବା ସମେତ ଆନ୍ଦୋଳନକାରୀମାନେ ୫ ଦଫା ଦାବି ଉପସ୍ଥାପନ କରିଛନ୍ତି। ଏଥିସହିତ ଶାହାବୁଦ୍ଦିନଙ୍କ ବହିଷ୍କାର ପାଇଁ ସେମାନେ ୭ ଦିନିଆ ମହଲତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ଭିତରକୁ ପଶୁପଶୁ ଦୁଇ ଛାତ୍ରଙ୍କ ଉପରେ ଭୁଶୁଡ଼ି ପଡ଼ିଲା ଫାଟକ, ଆଉ ତା’ ପରେ…

ନନ୍ଦପୁର,୬ା୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ କସନ୍ଦି ପଞ୍ଚାୟତର କାଲାଡ଼ି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରବେଶ ଫାଟକ ଉପୁଡ଼ି ଗୁରୁବାର ଦୁଇ ଛାତ୍ର ଆହତ…

ଡିଭାଇଡରରେ ପିଟିହେଲା ଅତିକ ଅହମ୍ମଦଙ୍କ ପୁଅଙ୍କ କାର: ଚାଲିଗଲା ଜୀବନ

ଲକ୍ଷ୍ନୌ,୬।୮: ଏକ ସଡ଼କ ଦୁର୍ଘଟଣାରେ ଅତିକ ଅହମ୍ମଦଙ୍କ ପୁଅ ଅବନ ଅହମ୍ମଦଙ୍କ ସମେତ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି। ଉତ୍ତର ପ୍ରଦେଶର ଝାନ୍ସୀର ପୁଞ୍ଚ ଥାନା ଅଞ୍ଚଳରେ…

ଘରୋଇ କଳିର କରୁଣ ପରିଣତି, ବାପର କାଠ ଫାଳିଆ ମାଡ଼ରେ ପୁଅର ମୃତ୍ୟୁ

ଭବାନୀପାଟଣା,୬ା୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଲମପୁର ଥାନା ନୂଆଗୁଡ଼ାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବାପର କାଠ ଫାଳିଆ ମାଡରେ ଭେଣ୍ଡିଆ ପୁଅର…

Gen Zକୁ ନେଇ ପ୍ରଶାନ୍ତ କିଶୋରଙ୍କ ବଡ଼ ଭବିଷ୍ୟବାଣୀ: ଦୁଇ ବର୍ଷ ମଧ୍ୟରେ…ଶୁଣିଲେ ସରକାର ହେବେ ଛାନିଆ!

ନୂଆଦିଲ୍ଲୀ,୬।୮: ବାଙ୍କିପୁର ଉପନିର୍ବାଚନରେ ବଡ଼ ବିଜୟ ହାସଲ କରିବା ପରେ ଜନସୁରାଜ ପାର୍ଟିର ସଂସ୍ଥାପକ ପ୍ରଶାନ୍ତ କିଶୋର (PK) ପୁଣିଥରେ ଚର୍ଚ୍ଚାକୁ ଆସିଛନ୍ତି। ନିଜର ରାଜନୈତିକ ରଣନୀତି…

ଛାତ୍ର ଆନ୍ଦୋଳନକୁ ନେଇ ରାହୁଲଙ୍କୁ ଟାର୍ଗେଟ କଲେ କଙ୍ଗନା: କହିଲେ- ଉସୁକାଇବା ପାଇଁ..

ନୂଆଦିଲ୍ଲୀ,୬।୮: ହିମାଚଳ ପ୍ରଦେଶର ମଣ୍ଡି ଲୋକ ସଭା ଆସନରୁ ଭାରତୀୟ ଜନତା ପାର୍ଟି (BJP) ସାଂସଦ କଙ୍ଗନା ରାଣାୱତ ଭାରତୀୟ ଜାତୀୟ କଂଗ୍ରେସର ନେତା ଏବଂ ଲୋକ…

RAC ଟିକେଟ୍ ଥିଲେ ଆଉ ଚିନ୍ତା ନାହିଁ, ଏବେ ମିଳିବ ପୁରା….

ନୂଆଦିଲ୍ଲୀ,୬।୮: ଭାରତୀୟ ରେଳରେ ଯାତ୍ରା କରୁଥିବା ଲକ୍ଷାଧିକ ଯାତ୍ରୀଙ୍କ ପାଇଁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ଦୀର୍ଘଦିନ ଧରି ଅନେକ ଯାତ୍ରୀଙ୍କ ଅଭିଯୋଗ ଥିଲା…

ଏହି କ୍ରିକେଟର୍‌ଙ୍କ ଘର ଉପରକୁ ପେଟ୍ରୋଲ ବୋମା ମାଡ଼: କାରଣ ଜାଣିଲେ…

ନୂଆଦିଲ୍ଲୀ,୬।୮: କିମ୍ବଦନ୍ତୀ ବାଂଲାଦେଶୀ କ୍ରିକେଟର ଏବଂ ପୂର୍ବତନ ଅଧିନାୟକ ସାକିବ ଅଲ ହାସନଙ୍କ ଘର ଉପରେ ପେଟ୍ରୋଲ ବୋମା ମାଡ଼ କରାଯାଇଛି। ବାଂଲାଦେଶର ସବୁଠାରୁ ସଫଳ କ୍ରିକେଟରମାନଙ୍କ…

ବିଲରେ ଛୁଆକୁ ଶୁଆଇଥିବା ବେଳେ କାମୁଡିଦେଲା ସାପ; ହଠାତ୍ ଫୁଲିଗଲା ମୁହଁ, ତାପରେ…

ପଟ୍ଟାଙ୍ଗି,୬।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ପୁକାଲି ଗ୍ରାମପଞ୍ଚାୟତର ମାଳିଗୁଡା ଗ୍ରାମରେ ସାପ କାମୁଡାରେ ଜଣେ ନାବାଳକଙ୍କର ମୃତ୍ୟୁ ହୋଇଛି । କୋରାପୁଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri