ସରକାରୀ ବସ୍‌ କାଚ ଭାଙ୍ଗିଲେ, ସାପ୍ତାହିକ ହାଟ ବି ବନ୍ଦ କଲେ ବିକ୍ଷୋଭକାରୀ

ଛତ୍ରପୁର,୮ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଇଣ୍ଡିଆ ବ୍ଲକ ପକ୍ଷରୁ ଗୁରୁବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ଏହାର ପ୍ରଭାବ ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦରେ ମଧ୍ୟ ଦେଖାଯାଇଛି।

ସିପିଆଇର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ଏନ୍‌. ନାରାୟଣ ରେଡ୍ଡୀ, ସିପିଆଇ ଜିଲା ସହ ସମ୍ପାଦକ ନୀଳକଣ୍ଠ ଦାସ ଓ କଂଗ୍ରେସର ବରିଷ୍ଠ ନେତା ଭାଗୀରଥି ବେହେରାଙ୍କ ନେତୃତ୍ୱରେ ସମସ୍ତ ଦଳୀୟ ନେତା ଓ କର୍ମୀ ଛତ୍ରପୁର ସ୍ଥିତ ଚଣ୍ଡି ଛକଠାରୁ ଏକ ବାଇକ ରାଲିରେ ସମସ୍ତ ଦୋକାନ, ବଜାର, ଅଫିସ ବନ୍ଦ କରିବା ସହ ବିଭିନ୍ନ ସ୍ଥାନରେ ପିକେଟିଂ କରି ବନ୍ଦକୁ ସଫଳ କରିବା ପାଇଁ ନିବେଦନ କରିଛନ୍ତି। ଏଥିରେ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି। ଏହା ପୂର୍ବରୁ ଛତ୍ରପୁର ରେଳ ଷ୍ଟେଶନରେ ମଧ୍ୟ ରେଳରୋକ୍‌ କରାଯାଇଥିଲା।

ତେବେ ଏହି ବନ୍ଦ ପାଳନ ବେଳେ ଗୋଟିଏ ସରକାରୀ ବସ୍‌ କାଚ ଭାଙ୍ଗି ଥିବା ଚିତ୍ର ମଧ୍ୟ ସାମ୍ନାକୁ ଆସିଛି। ରିକାପଲ୍ଲୀ ଅଞ୍ଚଳରେ ବସୁଥିବା ସାପ୍ତାହିକ ହାଟ ବଜାର ମଧ୍ୟ ହୋଇଥିବା ଦେଖାଯାଇଛି।

ବନ୍ଦ ପାଳନରେ କଂଗ୍ରେସ ଜିଲା ଉପସଭାପତି ଅଶୋକ ପଟ୍ଟନାୟକ, ପୂର୍ବତନ ସରପଞ୍ଚ ଡି. ରାମସାମୀ ଓ ଟି. କ୍ରିଷ୍ଣା ରେଡ୍ଡୀ, ଛାତ୍ରନେତା ଚକ୍ରପାଣି ପଲାଇ, ଜିତୁ ରାଉଳ, ସୁରେନ୍ଦ୍ର ନାଥ ପ୍ରଧାନ, ସିଲୁ ରାଉଳ, କେ. ମହେଶର ରାଓ ଓ ଅନେକ ନେତା ଏବଂ କର୍ମୀ ସାମିଲ ହୋଇଛନ୍ତି।

ସେହିପରି ସିପିଆଇର ଜିଲା ନେତା ସିଏଚ. ଜନାର୍ଦ୍ଦନ ରେଡ୍ଡୀ, ଏନ. ଗିରିଜା ପ୍ରସାଦ ରେଡ୍ଡୀ, ଡି. ଆଦି ନାରାୟଣ ରେଡ୍ଡୀ, ମଥୁରା ସୁବୁଦ୍ଧି, ମାଗୁଣି ବିଶୋଇ, ଚିକାରା ବେହେରାଙ୍କ ସମେତ ବହୁ କର୍ମୀମାନେ ଏହି ବନ୍ଦ ପାଳନରେ ଉପସ୍ଥିତ ଥିଲେ।

ବନ୍ଦ ପରିପ୍ରେକ୍ଷୀରେ ଜିଲା ପୋଲିସ ପ୍ରଶାସନ ପକ୍ଷରୁ ଛତ୍ରପୁରରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସଂସଦରେ ଟ୍ରମ୍ପଙ୍କ ସୁନାର ନଗ୍ନ ପ୍ରତିମୂର୍ତ୍ତି, ନାଁ ଶୁଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୮।୧୦: ୟୁରୋପ ସଂସଦ ପରିସରରେ ଏବେ ଏକ ଅଜବ ଏବଂ ଚର୍ଚ୍ଚିତ କଳାକୃତି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରୁଛି । ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ…

ଓଡ଼ିଶା ବନ୍ଦ ଡାକରାରେ ଅତାବିରାରେ ଜନଜୀବନ ପ୍ରଭାବିତ

ଅତାବିରା,୮ା୧୦(ଯୁଧିଷ୍ଠିର ମହାପାତ୍ର): କଂଗ୍ରେସ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାରେ ବରଗଡ଼ ଜିଲା ଅତାବିରା ଠପ୍‌ ହୋଇପଡ଼ିଛି। ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ…

ପାକିସ୍ତାନ ସୁପର ଲିଗ୍‌ର ତାରିଖ ଘୋଷଣା କଲା PCB, ୨୦୨୭ରେ ପୁଣି IPL-PSL ଲଢ଼େଇ

ନୂଆଦିଲ୍ଲୀ,୮।୧୦: ୨୦୨୭ରେ ପୁଣିଥରେ ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ଏବଂ ପାକିସ୍ତାନ ସୁପର ଲିଗ୍ (PSL) ମଧ୍ୟରେ ସିଧାସଳଖ ଟକ୍କର ଦେଖିବାକୁ ମିଳିବ । ପାକିସ୍ତାନ କ୍ରିକେଟ୍…

ଅଭିଜିତ ଦୀପକେଙ୍କ ଚାଞ୍ଚଲ୍ୟକର ଦାବି

ନୂଆଦିଲ୍ଲୀ,୮।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ‘ଆକ୍ରମକ କକରୋଚ ଜନତା ପାର୍ଟି’ (CJP) ଆସନ୍ତା ଅକ୍ଟୋବର ୧୦ରେ ଜନ୍ତର ମନ୍ତର ଅଭିମୁଖେ ଶୋଭାଯାତ୍ରା…

କଂଗ୍ରେସର ବନ୍ଦ ଡାକରାରେ ଅଟକି ରହିଛି ଗାଡ଼ିମୋଟର, ଯାତ୍ରୀ ହନ୍ତସନ୍ତ

ପଟ୍ଟାଙ୍ଗି,୮ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକରେ କଂଗ୍ରେସର ବନ୍ଦ ଡାକରାର ପ୍ରଭାବ ଦେଖିବାକୁ ମିଳିଛି। ସୂଚନା ଅନୁଯାୟୀ, ଦଳର ବ୍ଲକ ସଭାପତି ଅର୍ଜୁନ ବାଙ୍କା…

ବହୁତ ବଡ଼ ‘ଦାନବୀର’ ଥିଲେ ନାନା ପାଟେକର, ନିଜ ରୋଜଗାରର ଏକ ବଡ଼ ଅଂଶ ଦାନ କରୁଥିଲେ ଅଭିନେତା, ଜାଣିଲେ ଆଶ୍ଚର୍ଯ୍ୟ ଲାଗିବ

ମୁମ୍ବାଇ,୮।୧୦: ବଲିଉଡ ଚଳଚ୍ଚିତ୍ର ଜଗତ ପାଇଁ ଗୁରୁବାର ସକାଳ ଏକ ଅତ୍ୟନ୍ତ ଦୁଃଖଦ ଖବର ନେଇ ଆସିଥିଲା। ପ୍ରଖ୍ୟାତ ଅଭିନେତା ନାନା ପାଟେକର ଗୁରୁବାର ସକାଳେ ଗୋଆସ୍ଥିତ…

ଆରମ୍ଭ ହେଲା ସେଲ୍; iPhone 16 ଉପରେ ବଡ଼ ଅଫର, ୧୮ ହଜାର କମିଲା ଦାମ୍!

ନୂଆଦିଲ୍ଲୀ,୮।୧୦: ଆମାଜନ ଗ୍ରେଟ ଇଣ୍ଡିଆନ ଫେଷ୍ଟିଭାଲ ସେଲ୍ 2026ରେ iPhone କିଣିବାକୁ ଚାହୁଁଥିବା ଗ୍ରାହକଙ୍କ ପାଇଁ ଭଲ ଡିଲ୍ ସାମ୍ନାକୁ ଆସିଛି । Samsung Galaxy S25…

କଳାହାଣ୍ଡିରେ ଓଡ଼ିଶା ବନ୍ଦ ଡାକରାର ପ୍ରଭାବ, ଜାତୀୟ ରାଜପଥ ଅବରୋଧ କରି ବିକ୍ଷୋଭକାରୀ…

ଭବାନୀପାଟଣା,୮ା୧୦(ଉତ୍ତମ କୁମାର ଦାଶ): ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରା ପ୍ରଭାବ କଳାହାଣ୍ଡି ଜିଲାରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ କଂଗ୍ରେସ, ସିପିଆଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?