ପରୀକ୍ଷା ବାତିଲ ଦାବିରେ ବିକ୍ଷୋଭ

ଅନୁଗୋଳ ଅଫିସ,୧।୨ ଯୁକ୍ତ ୨ ବୋର୍ଡ ପରୀକ୍ଷା ବାତିଲ ଦାବିରେ ଅନୁଗୋଳ ଜିଲାର ବିଭିନ୍ନ ମହାବିଦ୍ୟାଳୟ ଛାତ୍ରମାନେ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ଜିଲାପାଳଙ୍କୁ ପ୍ରଦାନ କରିଛନ୍ତି। ଛାତ୍ରମାନେ ବିଜୁ ମଇଦାନଠାରୁ ଏକ ଶୋଭାଯାତ୍ରାରେ ବାହାରି ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚି ବିକ୍ଷୋଭ ପ୍ରଦର୍ଶନ କରିଥିଲେ। କରୋନା ସଂକ୍ରମଣ ବଢ଼ୁଥିବା ବେଳେ ଏଯାଏ ୧୫ ରୁ ୧୮ ବର୍ଷ ବୟସର ପିଲାଙ୍କ ଟିକାକରଣ ସମ୍ପୂର୍ଣ୍ଣ ହୋଇପାରିନାହିଁ। ତେଣୁ ବର୍ତ୍ତମାନ ପରିସ୍ଥିତିରେ ଯୁକ୍ତ ୨ ବୋର୍ଡ ପରୀକ୍ଷା ହେଲେ ସଂକ୍ରମଣ ବଢିବା ସହିତ ପିଲାଙ୍କ ଜୀବନହାନି ହେବାର ସମ୍ଭବନା ରହିଛି। ତେଣୁ ତୁରନ୍ତ ପରୀକ୍ଷା ବାତିଲ କରିବାକୁ ଛାତ୍ରମାନେ ଦାବି କରିଥିଲେ। ଏହି କାର୍ଯ୍ୟକ୍ରମରେ ଛାତ୍ରନେତା ପ୍ରଦ୍ୟୁମ୍ନ ସାହୁ ଏବଂ ଜିଲା ଛାତ୍ର କଂଗ୍ରେସ ସାଧାରଣ ସମ୍ପାଦକ ମାନସ ରଞ୍ଜନ ବିଶ୍ୱାଳ ଓ ଦିବ୍ୟ ରଞ୍ଜନ ବାରିକ, ଅଭିନ ପଟ୍ଟନାୟକ, ସୌମ୍ୟରଞ୍ଜନ ସାହୁ, ଅଶ୍ୱିନୀ ସାହୁ, ପ୍ରକାଶ ସାହୁ, ଅମରେନ୍ଦ୍ର ପ୍ରଧାନ, ତୋଫାନ ନାୟକ, ତପନ ସ୍ବାଇଁ ପ୍ରମୁଖ ଉପସ୍ଥିତ ଥିଲେ। ତୁରନ୍ତ ପରୀକ୍ଷା ବାତିଲ କରା ନ ଗଲେ ଛାତ୍ର କଂଗ୍ରେସ ଜିଲାରେ ଆନ୍ଦୋଳନାତ୍ମକ ପନ୍ଥା ଗ୍ରହଣ କରିବ ବୋଲି ଛାତ୍ର କଂଗ୍ରେସ ନେତା ପ୍ରଦ୍ୟୁମ୍ନ ସାହୁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କବାଟ ବନ୍ଦ କରି ମିଶ୍ରଣ: ସୁଜାତା ପାଣ୍ଡିଆନ୍‌ ବିଜେଡିରେ ମିଶିବା ପଛରେ ଅଛି…

ଭୁବନେଶ୍ୱର,୨୬ା୬(ସୁନିତ୍‌ ମିଶ୍ର):ଶଙ୍ଖ ଭବନ ଅଡିଟୋରିୟମ ଭିତରେ ଖୁବ୍‌ କମ୍‌ ଲୋକଙ୍କୁ ନେଇ ଏକ କବାଟ ବନ୍ଦ ମିଶ୍ରଣ ପର୍ବ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଗୁରୁବାର…

ପାପ କରିନ୍ତି ଧର୍ମେନ୍ଦ୍ର ପ୍ରଧାନ, ଇସ୍ତଫା ଦିଅନ୍ତୁ: ଖେରା

ଭୁବନେଶ୍ୱର,୨୬।୬(ରବିନାରାୟଣ ଜେନା):ସାଧାରଣ ପରୀକ୍ଷା କିଭଳି କରାଯାଏ ତାହା ଜଣା ନ ଥିବା ଲୋକ ଛାତ୍ରୀଛାତ୍ରଙ୍କୁ ପରୀକ୍ଷା ଜ୍ଞାନ ବାଣ୍ଟୁଛନ୍ତି। ପୁଣି ଯାହାଙ୍କ ଡିଗ୍ରୀ ଉପରେ ପ୍ରଶ୍ନବାଚୀ ଚି଼ହ୍ନ…

ବଲାଙ୍ଗୀରରେ ବଡ଼ ଧରଣର ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଗଲା ମାର୍କେଟ କମ୍ପ୍ଲେକ୍ସ

ବଲାଙ୍ଗୀର,୨୬ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଗାନ୍ଧୀନଗରପଡା ଠାରେ ଥିବା ଏକ ଘରୋଇ ମାର୍କେଟ କମ୍ପ୍ଲେକ୍ସରେ କୌଣସି କାରଣରୁ ନିଆଁ ଲାଗିଯାଇଛି । ଅଗ୍ନିକାଣ୍ଡରେ ୮ରୁ ଅଧିକ…

ପଛକୁ ପଛ ୨ଟି ଘୂର୍ଣ୍ଣିବଳୟ,ଝଡବର୍ଷା ସମ୍ଭାବନା : ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୨୬ା୬(ବନ୍ଦନା ସେଠୀ):ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲା ବିଶେଷକରି ଦକ୍ଷିଣ ଓଡ଼ିଶାରେ ବର୍ଷା ଲାଗି ରହିଛି। ଅପରପକ୍ଷେ ଉପକୂଳ ଓଡ଼ିଶାର କିଛି ଜିଲାରେ ଗତ…

ଆନିମେଟେଡ୍‌ ଚଳଚ୍ଚିତ୍ର ‘ମହାପ୍ରଭୁ ଜଗନ୍ନାଥ’କୁ ନେଇ ବିବାଦ, ଉଦବେଗ ପ୍ରକାଶ କଲେ ଗଜପତି ମହାରାଜା

ଭୁବନେଶ୍ୱର,୨୬।୬(ବନ୍ଦନା ସେଠୀ): ଆନିମେଟେଡ୍‌ ଚଳଚ୍ଚିତ୍ର ‘ମହାପ୍ରଭୁ ଜଗନ୍ନାଥ’କୁ ନେଇ ବିବାଦ ଦେଖାଦେଇଛି। ଭୁବନେଶ୍ୱରସ୍ଥିତ ଏଲି ଆନିମେସନ୍ସ ପ୍ରାଇଭେଟ ଲିମିଟେଡ୍‌ ପକ୍ଷରୁ ନିର୍ମିତ ଏହି ଚଳଚ୍ଚିତ୍ରର ଅଫିସିଆଲ ଟ୍ରେଲର…

ଚଳନ୍ତା ଟ୍ରେନ୍‌ରୁ କାଠଯୋଡ଼ି ନଦୀବାଲିକୁ ଖସିପଡ଼ିଲେ ଯୁବକ: ଅଗ୍ନିଶମ ବାହିନୀ ଦ୍ୱାରା ଉଦ୍ଧାର, ଏସ୍‌ସିବିରେ ଭର୍ତ୍ତି

କଟକ, ୨୫ା୬(କାର୍ତ୍ତିକ ସାହୁ): କଟକ କାଠଯୋଡ଼ି ନଦୀ ବ୍ରିଜ୍‌ ଉପରେ ଏକ ରେଳ ଦୁର୍ଘଟଣାରୁ ବର୍ତ୍ତି ଯାଇଛନ୍ତି ଜଣେ ଯୁବକ। ଏକ ଚଳନ୍ତା ଟ୍ରେନ୍‌ରୁ ଜଣେ ଯୁବକ…

ସାଇକେଲରେ ଶବ ବୋହିବା ଘଟଣା: ପ୍ରଶାସନିକ ତତ୍ପରତା,ଶୋକସନ୍ତପ୍ତ ପରିବାରକୁ ଭେଟି…

ପାଇକମାଳ,୨୫।୬(ବଡ଼ ଶତପଥୀ)- ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ କଣ୍ଟାପଡ଼ା ଗ୍ରାମରେ ଘଟିଥିବା ଏକ ଅଭାବନୀୟ ଘଟଣାରେ ଜିଲା ଓ ବ୍ଲକ ପ୍ରଶାସନ ପକ୍ଷରୁ ତୁରନ୍ତ ସହାୟତାର…

ସ୍କୁଲକୁ ବିଳମ୍ବରେ ଆସିବା ପଡ଼ିଲା ମହଙ୍ଗା

ଉମରକୋଟ, ୨୫।୬(ସନ୍ତୋଷ ଶତପଥୀ): ଜଣେ ଶିକ୍ଷକ ସ୍କୁଲକୁ ପ୍ରତିଦିନ ବିଳମ୍ବରେ ଆସୁଥିବା ଅଭିଯୋଗ ହେବା ପରେ ଗୁରୁବାର ଉମରକୋଟ ବିଇଓ ତାଙ୍କର ଦରମା ବନ୍ଦ କରିଛନ୍ତି। ଏଥିସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri