ପରୀକ୍ଷା ବାତିଲ ଦାବିରେ ବିକ୍ଷୋଭ

ଆନନ୍ଦପୁର,୨୯।୧(ସ୍ବ.ପ୍ର.) କେନ୍ଦୁଝର ଜିଲା ଆନନ୍ଦପୁର ଓ ଏହା ନିକଟ ଅଞ୍ଚଳରେ ଥିବା ଯୁକ୍ତ ୨ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଛାତ୍ରୀଛାତ୍ର ପରୀକ୍ଷା ବାତିଲ ଦାବିରେ ଶୁକ୍ରବାର ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ସେମାନେ ରାଲିରେ ଆସି ଆନନ୍ଦପୁର ଉପଜିଲାପାଳଙ୍କ ଅଫିସ ଆଗରେ ପହଞ୍ଚି ବିକ୍ଷୋଭ କରିଥିଲେ। କରୋନା ମହାମାରୀ ପାଇଁ ଶିକ୍ଷାଦାନ ପ୍ରଭାବିତ ହୋଇଛି। ଅଫ୍‌ଲାଇନ କ୍ଲାସ ମାଧ୍ୟମରେ ଶିକ୍ଷାବର୍ଷର କୋର୍ସ ଅଧୁରା ରହିଛି। ଅନ୍‌ଲାଇନ କ୍ଲାସ ସମୟରେ ଅନେକ ଛାତ୍ରଛାତ୍ରୀ ମୋବାଇଲ ଅଭାବ ଯୋଗୁ ଠିକ୍‌ ଭାବେ ପାଠ ପଢ଼ିପାରି ନାହାନ୍ତି। ଏପରି ସ୍ଥଳେ ଶିକ୍ଷା ବିଭାଗ ପକ୍ଷରୁ ଅଫ୍‌ଲାଇନ ପରୀକ୍ଷା ପାଇଁ ପ୍ରସ୍ତୁତ ହେବାକୁ କୁହାଯାଇଛି। ଏହାକୁ ଦୃଢ଼ ବିରୋଧ କରିଛନ୍ତି ଛାତ୍ରୀଛାତ୍ର। ପାଠପଢ଼ା ବନ୍ଦ ରହିଥିବାରୁ ଶିକ୍ଷାଦାନ ପ୍ରଭାବିତ ହୋଇଛି। କ୍ୱାର୍ଟରଲି ପରୀକ୍ଷାରେ ରଖିଥିବା ମାର୍କକୁ ଆଧାର କରି ପରୀକ୍ଷାଫଳ ପ୍ରକାଶ ପାଉ ଏବଂ ବୋର୍ଡ ପରୀକ୍ଷା ବନ୍ଦ କରାଯାଉ ବୋଲି ଛାତ୍ରୀଛାତ୍ର ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଲଟିଲା ପିଆଜ ବୋଝେଇ ଟ୍ରକ୍‌, ଯିଏ ପାରିଲେ ମନଇଚ୍ଛା ବୋହିନେଲେ

କେନ୍ଦୁଝର,୧୨ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର ସକାଳେ କେନ୍ଦୁଝର ଜିଲାର ଜୁଡ଼ିଆ ଘାଟିରେ ଏକ ପିଆଜ ବୋଝେଇ ଟ୍ରକ୍‌ ଓଲଟି ୨ ଜଣ ଆହତ ହୋଇଛନ୍ତି। ଉକ୍ତ ପିଆଜ…

ସ୍କୁଲ କମିଟି ଅଧ୍ୟକ୍ଷ ଚୟନକୁ ନେଇ ବିବାଦ: ପହଞ୍ଚିଲା ପୋଲିସ, ତଦନ୍ତ କରିବେ ଅତିରିକ୍ତ ଶିକ୍ଷାଧିକାରୀ

ହାଟଡିହୀ, ୧୧।୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କଳିଗାଁ କପିଳେଶ୍ୱର ହାଇସ୍କୁଲରେ ସ୍କୁଲ ପରିଚାଳନା କମିଟିର ଅଧ୍ୟକ୍ଷ ଓ ଉପାଧ୍ୟକ୍ଷ ଚୟନକୁ ନେଇ ତୀବ୍ର…

ରାଜଧାନୀରେ ବଦଳିଲା ଆନ୍ଦୋଳନର ରୂପ: “ଅଟୋ ଚିହ୍ନ” ଚର୍ଚ୍ଚା ଭିତରେ ସରକାରଙ୍କୁ ଘେରିଲେ ଭାଜପା କର୍ମୀ

ହାଟଡିହୀ, ୧୧।୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା  ଆନନ୍ଦପୁରରୁ ଆରମ୍ଭ ହୋଇଥିବା “ବୈତରଣୀ ବଞ୍ଚାଅ ଆନ୍ଦୋଳନ” ରାଜଧାନୀ ଭୁବନେଶ୍ୱରରେ ପହଞ୍ଚିବା ବେଳକୁ ଏହାର ରୂପ ରଙ୍ଗ ସମ୍ପୂର୍ଣ୍ଣ…

ଏଟିଏମ୍‌ କାଉଣ୍ଟରରୁ ଟଙ୍କା ଲୁଟ୍‌ କରୁଥିବା ଗ୍ୟାଙ୍ଗର ୪ ଗିରଫ

କେନ୍ଦୁଝର,୧୧ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଟାଉନ ଥାନା ପୋଲିସ ଶନିବାର ଏଟିଏମ୍‌ କାଉଣ୍ଟରରୁ ଟଙ୍କା ଲୁଟ କରୁଥିବା ୪ ଜଣିଆ ଗ୍ୟାଙ୍ଗଙ୍କୁ ଗିରଫ କରି କୋର୍ଟ…

ସମଣା ଘାଟରୁ ଉଠୁନି ଗୋଟେ ମୁଠା ବାଲି; ତଥାପି ପୋଲିସ,ପ୍ରଶାସନ, ମୁଖ୍ୟମନ୍ତ୍ରୀଙ୍କୁ ମିଛ ଟାର୍ଗେଟ: ପ୍ରତିବାଦରେ ଗର୍ଜିଲେ…

ହାଟଡିହୀ,୧୦।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନସ୍ଥ ସମଣା ବାଲିଘାଟକୁ ନେଇ ଚାଲିଥିବା ଇଚ୍ଛାକୃତ ଅପପ୍ରଚାର ଓ ଷଡ଼ଯନ୍ତ୍ର ବିରୋଧରେ ଗ୍ରାମବାସୀ ସ୍ୱର ଉତ୍ତୋଳନ କରିଛନ୍ତି।…

ଶିଶୁକନ୍ୟାଙ୍କୁ ବଳାତ୍କାର ପରେ ହତ୍ୟା ଉଦ୍ୟମ ଘଟଣା: ତଦନ୍ତ କଲା ସାଇଣ୍ଟିଫିକ୍‌ ଟିମ୍‌

କେନ୍ଦୁଝର,୧୦ା୭ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅଞ୍ଚଳରେ ଗୁରୁବାର ସନ୍ଧ୍ୟାରେ ଜଣେ ୬ ବଷର୍ର ଶିଶୁକନ୍ୟାଙ୍କୁ ତାଙ୍କର ସମ୍ପର୍କୀୟ ମାମୁ ବଳାତ୍କାର କରି ହତ୍ୟା…

ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ: ୩୨ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଗିରଫ

ବାରିପଦା, ୧୦।୭ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡସାହି ବ୍ଲକ କାର୍ଯ୍ୟାଳୟର ଜଣେ କନିଷ୍ଠ ଯନ୍ତ୍ରୀ ୩୨ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ବାଲେଶ୍ୱର…

ଜୁଆଙ୍ଗ ମୃତ୍ୟୁ ରାଜ୍ୟବାସୀଙ୍କୁ କରିଛି ଲଜ୍ଜିତ, ତୁରନ୍ତ ଆଦିବାସୀ ମନ୍ତ୍ରୀଙ୍କୁ ଘଟଣାସ୍ଥଳକୁ ପଠାଇବା ପାଇଁ ଦାବି

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ସୁଦୂର ତାମିଲନାଡୁରେ ଥିବା ଏକ ଖାଦ୍ୟ ପ୍ରକ୍ରିୟାରଣ ଶିଳ୍ପରେ କେନ୍ଦୁଝର ଜିଲାର ଆଦିମ ଜନଜାତି ଜୁଆଙ୍ଗ ବାଳିକାଙ୍କ ମୃତ୍ୟୁ ଘଟଣାକୁ ନେଇ ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri