ସ୍ଥାୟୀ ପଦବୀ ଘୋଷଣା ଦାବିରେ ବିକ୍ଷୋଭ

ଭଦ୍ରକ ଅଫିସ, ୮ା୮- ଦେଶବାସୀ କରୋନା ମହାମାରୀ କବଳିତ ହୋଇଥିବା ବେଳେ କେନ୍ଦ୍ର ସରକାର ଦରଦାମକୁ ନିୟନ୍ତ୍ରଣ କରୁନାହିଁ। ସରକାରୀ ଶିଳ୍ପ କଳ କାରଖାନାକୁ ବେପାରୀଙ୍କୁ ଟେକି ଦେଉଛି। ବ୍ୟାଙ୍କ, ରେଳ, ଉଡ଼ାଜାହାଜ ଓ ଜୀବନବୀମା ସବୁଠି ପୁଞ୍ଜି ପ୍ରତ୍ୟାହାର ଓ ଘରୋଇ କରଣର କାର୍ଯ୍ୟରେ ବ୍ୟସ୍ତ। ଦେଶରେ ସ୍କିମ ଶ୍ରମିକ ଆଶାକର୍ମୀ, ଅଙ୍ଗନୱାଡ଼ି କର୍ମୀ, ମଧ୍ୟାହ୍ନଭୋଜନ ପାଚିକା, ସେବିକା ମା’ ଭଉଣୀମାନେ ରାତିଦିନ ଖଟି ଦେଶସାରା କରୋନାରେ ଆକ୍ରାନ୍ତ ଦେଶବାସୀଙ୍କୁ ସେବା ଯୋଗାଇବାରେ ଲାଗିଛନ୍ତି। ହେଲେ ସେମାନଙ୍କ ଚାକିରି ଠିକା ମୂଲିଆ ଭଳି। ତାଙ୍କ ଚାକିରିର ସ୍ଥାୟୀତ୍ୱ ନାହିଁ, ବଜେଟ୍‌ରେ ସେମାନଙ୍କ ପାଇଁ ଅଧିକ ଅର୍ଥ ବ୍ୟୟବରାଦ ହୁଏ ନାହିଁ। ଏହି ବ୍ୟବସ୍ଥାକୁ ବିରୋଧ କରି ସ୍ଥାୟୀ ପଦବୀ ଘୋଷଣା ଦାବିରେ ଶୁକ୍ରବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ସାମାଜିକ ଦୂରତା ରକ୍ଷା କରି ଆଶା, ଅଙ୍ଗନୱାଡ଼ି ପାଚିକା ସଂଘ ତରଫରୁ ସିଟୁ ନେତା ଦିବ୍ୟସିଂହ ନାୟକ, ଶାନ୍ତିଲତା ନାୟକ, ସରସ୍ବତୀ ହାତୀ, ସବିତା ବାନାର୍ଜୀ, ଗିରିଧାରୀ ନାଥ, ବିନୋଦ ସାହୁ ପ୍ରମୁଖ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଏନେଇ ଏକ ଦାବିପତ୍ର ପ୍ରଧାନମନ୍ତ୍ରୀଙ୍କ ନିକଟକୁ ଜିଲା ପ୍ରଶାସନ ମାଧ୍ୟମରେ ପଠାଇଥିଲେ । ଆସନ୍ତା ୧୦ ତାରିଖରେ କେନ୍ଦ୍ରୀୟ ଟ୍ରେଡ଼ ୟୁନିଅନ ପକ୍ଷରୁ ଭାରତ ବଞ୍ଚାଓ ଦିବସରେ ଯୋଗ ଦେବା ପାଇଁ ଆହ୍ବାନ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା

ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଅବକାରୀ…

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

ନଦୀକୁ ଡେଇଁ କରୁଥିଲେ ରିଲସ, ପାଣିରେ ବୁଡ଼ି ଯୁବକ….

ଭଦ୍ରକ,୨।୪(ସନାତନ ରାଉତ): ରିଲସ କରିବା ହେଲା କାଳ । ଗୁରୁବାର ଭଦ୍ରକ ପୁରୁଣା ବଜାର ଥାନା ସଂଥିଆ ପୋଲ ଉପରୁ ସାଳନ୍ଦୀ ନଦୀକୁ ଡେଇଁ ୨ ଯୁବକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri