ମନ୍ତ୍ରୀଙ୍କ ଇସ୍ତଫା ଦାବିରେ ବିକ୍ଷୋଭ

ପୁରୀ ଅଫିସ/ନିମାପଡ଼ା/ପିପିଲି, ୬ା୧ (ଡି.ଏନ୍‌.ଏ./ସ୍ବ.ପ୍ର.): କଟକ ଜିଲା ମାହାଙ୍ଗା ଥାନା ଅଧୀନ ନୃତାଙ୍ଗସ୍ଥିତ ଯଁକୁଟି ନିକଟରେ ଭାଜପା ନେତା କୁଳମଣି ବରାଳ ଓ ଦିବ୍ୟସିଂହ ବରାଳ ଶନିବାର ହତ୍ୟା କରାଯାଇଥିଲା। ଏହି ଘଟଣାରେ ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କ ସମ୍ପୃକ୍ତି ଥିବା ନେଇ ପୁରୀ ଜିଲା ଭାଜପା ଅଭିଯୋଗ କରି ତାଙ୍କ ଇସ୍ତଫା ଦାବି କରିଥିଲା। ଏ ନେଇ ଜିଲା ଭାଜପା ପକ୍ଷରୁ ମଙ୍ଗଳବାର ଟାଉନଥାନା ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଏହି ହତ୍ୟାକାଣ୍ଡ ସମ୍ପର୍କରେ କୁଳମଣୀଙ୍କ ପୁଅ ରମାକାନ୍ତ ଅଭିଯୋଗ କରିବା ପରେ ମନ୍ତ୍ରୀ ଜେନାଙ୍କ ସମେତ ୧୩ ଜଣଙ୍କ ନଁାରେ ମାମଲା ରୁଜୁ ହୋଇଥିଲା। ହେଲେ ଏପର୍ଯ୍ୟନ୍ତ ପୋଲିସ ୪ ଜଣଙ୍କୁ ଗିରଫ କରିଛି। ଏତଲାରେ ମନ୍ତ୍ରୀ ଜେନାଙ୍କ ନଁା ଉଲ୍ଲେଖ ଥିଲେ ମଧ୍ୟ ଦଳ ପକ୍ଷରୁ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଇନାହିଁ ବୋଲି ଭାଜପା ଶରଧାବାଲି ମଣ୍ଡଳ ସଭାପତି ସନ୍ଦୀପ ମୁଖାର୍ଜୀ କହିଛନ୍ତି। କୁଳମଣିଙ୍କ ପରିବାରକୁ ରାଜ୍ୟ ସରକାର ନ୍ୟାୟ ଦିଅନ୍ତୁ, ସ୍ବଚ୍ଛ ଭାବେ ତଦନ୍ତ ପ୍ରକ୍ରିୟା ଚାଲୁ ଓ ନୈତିକତା ଦୃଷ୍ଟିରୁ ମନ୍ତ୍ରୀ ଜେନା ଇସ୍ତଫା ଦିଅନ୍ତୁ ବୋଲି ଭାଜପା ଦାବି କରିଛି। ଏହି ବିକ୍ଷୋଭରେ ଯୁବମୋର୍ଚ୍ଚା ସଭାପତି ଜୟନ୍ତ ଦାସ, ଜ୍ୟୋତି ମହାପାତ୍ର, ଭବାନୀ ଦାସ ମହାପାତ୍ର, ସନ୍ଦୀପ କୁମାର ମୁଖାର୍ଜୀ, ରବି ନାରାୟଣ ଦାସଙ୍କ ସମେତ ଅନ୍ୟ ନେତୃବୃନ୍ଦ ଉପସ୍ଥିତ ଥିଲେ।
ସେହିପରି ଭାଜପା ଯୁବମୋର୍ଚ୍ଚା ପକ୍ଷରୁ ଶତାଧିକ କର୍ମୀ ନିମାପଡ଼ା ଥାନା ଘେରାଉ କରିବା ସହ ଥାନା ଆଗରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଏହାସହ ମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କରାଯାଇଥିଲା। ଏଥିରେ ଯୁବମୋର୍ଚ୍ଚା ସଭାପତି ଜାନକୀନାଥ ଜେନା, ରମେଶ ଜେନା, ମାନସ ପ୍ରଧାନ, ଯଚୀନ୍ଦ୍ର ସ୍ବାଇଁ, ଦିଲୀପ ପାତ୍ର, କୃଷ୍ଣଚନ୍ଦ୍ର ସ୍ବାଇଁ, ରାକେଶ ସେନାପତି, ଚନ୍ଦ୍ରକାନ୍ତ ପରିଡ଼ା, ପ୍ରଭାତ ନାୟକ ପ୍ରମୁଖ ଏହି ଆନ୍ଦୋଳନର ନେତୃତ୍ୱ ନେଇଥିଲେ। ଏହି ଅବସରରେ ଦଳ ପକ୍ଷରୁ ଏକ ଶୋଭାଯାତ୍ରା ପାର୍ଟି ଅଫିସରୁ ବାହାରି ଥାନା ସମ୍ମୁଖରେ ପହଞ୍ଚତ୍ଥିଲେ। ସେହିଭଳି ପିପିଲି ଦାଣ୍ଡମକୁନ୍ଦପୁର ମଣ୍ଡଳ ଭାଜପା ଯୁବମୋର୍ଚ୍ଚା ସଭାପତି ଦେବୀ ପ୍ରସାଦ ମଲ୍ଲିକଙ୍କ ନେତୃତ୍ୱରେ କର୍ମୀମାନେ ପିପିଲି ଥାନା ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଏଥିରେ ବରିଷ୍ଠ ନେତା ସୁକାନ୍ତ ଦାଶ, ପ୍ରଦୀପ ସାହୁ, ଧନେଶ୍ୱର ପ୍ରଧାନ, ଆଶିଷ ସାମନ୍ତରାୟ, ପ୍ରଶାନ୍ତ ପ୍ରଧାନ, ମଣ୍ଡଳ ସଭାପତି ପ୍ରଦୀପ ପାତ୍ର, ଗଦାଧର ପରିଡ଼ା, ଦେବପ୍ରସାଦ ତ୍ରିପାଠୀ, ନିଖିଲେଶ ମିଶ୍ର, ତାପସ ରଞ୍ଜନ ନାୟକ, ଅନନ୍ତ ପରିଡ଼ା ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଠିକଣା ପଚାରିବା ଆଳରେ ଅପହରଣ ଉଦ୍ୟମ: ରାୟଗଡ଼ାରେ ଅଳ୍ପକେ ବର୍ତ୍ତିଲା ୧୨ ବର୍ଷର ପିଲା, ସହରରେ ଚାଞ୍ଚଲ୍ୟ

ରାୟଗଡା, ୨୪।୩(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡା ସହର ଅଞ୍ଚଳରେ ଏକ ଚିନ୍ତାଜନକ ଘଟଣା ସାମ୍ନାକୁ ଆସିଛି। ଆଜି ରାତ୍ର ପ୍ରାୟ ସାଢେ ୮ଟା ସମୟରେ ଜଣେ ୧୨…

ଥୁଆମୂଳ ରାମପୁରରେ ବାଘ ଆତଙ୍କ: ଜନଗହଳିପୂର୍ଣ୍ଣ ସାପ୍ତାହିକ ବଜାର ନିକଟରେ ବୁଲୁଛି ମହାବଳ, ଭୟଭୀତ ଅଞ୍ଚଳବାସୀ…

ଥୁଆମୂଳ ରାମପୁର, ୨୪।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜଲା ଥୁଆମୂଳ ରାମପୁର ବ୍ଲକ ତଳଆମ୍ବ ପଦର ପଞ୍ଚାୟତ ଅଞ୍ଚଳରେ ଏବେ ବାଘ ଆତଙ୍କ ଖେଳିଯାଇଛି। ମୁଖ୍ୟ ରାସ୍ତା…

IPL ଇତିହାସର ସବୁଠାରୁ ବଡ଼ ଡିଲ: ରାଜସ୍ଥାନ ରୟାଲ୍ସ ପରେ ବିକ୍ରି ହୋଇଗଲା RCB, ରେକର୍ଡ ୧୬,୬୬୦ କୋଟିରେ କିଣିଲେ…

ନୂଆଦିଲ୍ଲୀ, ୨୪।୩: ଆଇପିଏଲ୍‌ ୧୯ତମ ସିଜନ ଆରମ୍ଭ ହେବାକୁ ମାତ୍ର ୪ ଦିନ ବାକି ଥିବା ବେଳେ କ୍ରିକେଟ ଜଗତରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି।…

ଥୁଆମୂଳ ରାମପୁରରେ ମା’ ଗଙ୍ଗାଦୀଙ୍କ ଚୈତ୍ର ଯାତ୍ରା ଆରମ୍ଭ: ଅନ୍ଧାରରେ ମା’ଙ୍କ ପରିକ୍ରମା, ପୂଜା କମିଟିର ଅବ୍ୟବସ୍ଥାକୁ ନେଇ …

ଥୁଆମୂଳ ରାମପୁର, ୨୪।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ପାରମ୍ପରିକ ଓ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ମା’ ଗଙ୍ଗାଦୀ ଠାକୁରାଣୀଙ୍କ ପ୍ରସିଦ୍ଧ ୮…

ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ପାଇଁ ଉତ୍ସବମୁଖର ତିଳେଶ୍ୱର ଗାଁ: ପୋଷ୍ୟ ଗ୍ରାମ ଘୋଷଣା କଲା ବ୍ଲକ ପ୍ରଶାସନ

ଦିଗପହଣ୍ଡି, ୨୪।୩ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତର ଐତିହାସିକ ଗ୍ରାମ ତିଳେଶ୍ୱର ଏବେ ଉତ୍ସବମୁଖର। ମଙ୍ଗଳବାରଠାରୁ ଗ୍ରାମଦେବତୀ ମା’ ବୁଢ଼ୀ…

ରେଳମନ୍ତ୍ରୀଙ୍କୁ ଭେଟିଲେ ଏମପି ପ୍ରଦୀପ ପୁରୋହିତ: ପଶ୍ଚିମ ଓଡ଼ିଶାର ରେଳ ସମସ୍ୟାର ସମାଧାନ ପାଇଁ…

ବରଗଡ,୨୪।୩(ପ୍ରେମାନନ୍ଦ ଖମାରୀ) – ପଶ୍ଚିମ ଓଡ଼ିଶାରେ ରେଳ ବିକାଶ ନେଇ ବରଗଡ଼ ଲୋକସଭା ସାଂସଦ(ଏମପି) ପ୍ରଦୀପ ପୁରୋହିତ ମଙ୍ଗଳବାର କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କଠାରେ ଦାବି କରିଛନ୍ତି।…

ପାଣି ଟାଙ୍କିରେ ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା କରି ପ୍ରମାଣ ନଷ୍ଟ କରିବାକୁ ଫିଙ୍ଗି ଦେଇଥିବା ସନ୍ଦେହ, ଖୋଳତାଡ଼ କରୁଛି…

ବଲାଙ୍ଗୀର, ୨୪।୩ (ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ଅନ୍ତର୍ଗତ ଡୁଙ୍ଗିବାହାଲ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ଚେକ୍‌ ଡ୍ୟାମ…

ପୁଣି ଅଶାନ୍ତ ବରଗଡ଼: ଅଟୋ ଚାଳକଙ୍କୁ ସାଇଡ୍‌ ଦେବାକୁ କହିବାରୁ ଭୁଜାଲି ମାଡ଼, ଭୟଭୀତ ସହରବାସୀ…

ବରଗଡ଼, ୨୪।୩ (ପ୍ରେମାନନ୍ଦ ଖମାରୀ): କିଛି ଦିନର ଶାନ୍ତି ପରେ ବରଗଡ଼ ସହର ପୁଣି ଅଶାନ୍ତ ହୋଇପଡ଼ିଛି। ମଙ୍ଗଳବାର ସନ୍ଧ୍ୟାରେ ସ୍ଥାନୀୟ ଟାଉନ ଥାନା ସମ୍ମୁଖ ହାଟପଦା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri