Posted inଜାତୀୟ

କୁତବ୍‌ମିନାର ନାଁ ବିଷ୍ଣୁ ସ୍ତମ୍ଭ ରଖିବା ଦାବିରେ ବିକ୍ଷୋଭ

ନୂଆଦିଲ୍ଲୀ,୧୧।୫: ଦିଲ୍ଲୀର କୁତବ୍‌ମିନାର ନାଁ ବଦଳାଇ ବିଷ୍ଣୁ ସ୍ତମ୍ଭ ରଖିବା ଦାବିରେ ମଙ୍ଗଳବାର ହିନ୍ଦୁ ସଂଗଠନ ଆନ୍ଦୋଳନକୁ ଓହ୍ଲାଇଛି। ୟୁନେସ୍କୋ ଦ୍ୱାରା ବିଶ୍ୱ ଐତିହ୍ୟ ସ୍ଥଳ ଭାବେ ସ୍ବୀକୃତି ପାଇଥିବା କୁତବ ମିନାରରେ ବ୍ୟାପକ ପୋଲିସ ମୁତୟନ କରାଯାଇଥିଲା। ଏହା ସତ୍ତ୍ୱେ ମହାକାଳ ମାନବ ସେବା ଓ ଅନ୍ୟ ହିନ୍ଦୁ ସଂଗଠନର କର୍ମୀମାନେ ସେଠାରେ ପ୍ଲାକାର୍ଡ ଧରି ବିକ୍ଷୋଭ କରିଥିଲେ। ସେମାନେ ସେଠାରେ ହନୁମାନ ଚାଳିଶା ଜପ କରିଥିଲେ। ମୋଗଲ ଶାସକଙ୍କ ଦ୍ୱାରା ନାମିତ ଦିଲ୍ଲୀର ଆକବର ରୋଡ୍‌, ହୁମାୟୁନ୍‌ ରୋଡ୍‌, ଆଉରଙ୍ଗଜେବ୍‌ ଲେନ୍‌, ତୋଗଲକ ଲେନ୍‌ ଆଦିର ନାମ ପରିବର୍ତ୍ତନ ଲାଗି ଇତିମଧ୍ୟରେ ଦିଲ୍ଲୀ ଭାଜପା ପକ୍ଷରୁ ଦାବି କରାଯାଇଛି। ଉତ୍ତର ଦିଲ୍ଲୀ ମ୍ୟୁନିସିପାଲ କର୍ପୋରେଶନର ଅଧ୍ୟକ୍ଷଙ୍କୁ ପତ୍ର ଲେଖି ଦିଲ୍ଲୀ ଭାଜପା ସଭାପତି ଆଦେଶ ଗୁପ୍ତା ଉକ୍ତ ରାସ୍ତାଗୁଡ଼ିକର ନାମ ମହାରାଣା ପ୍ରତାପ, ଗୁରୁ ଗୋବିନ୍ଦ ସିଂ, ମହର୍ଷି ବାଲ୍ମୀକି ଏବଂ ଜେନେରାଲ ବିପିନ ରାଓ୍ବତ ରଖିବାକୁ ପ୍ରସ୍ତାବ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୦୦% ଟାରିଫ ଧମକରେ ନଇଁବନି ଭାରତ! ଟ୍ରମ୍ପଙ୍କୁ ଦେଲା କଡ଼ା ଜବାବ, କହିଲା…

ନୂଆଦିଲ୍ଲୀ, ୧୭।୯: ରୁଷିଆ ଓ ଇରାନ ବିରୋଧରେ ନୂଆ ପ୍ରତିବନ୍ଧକ ବ୍ୟବସ୍ଥା ସମ୍ପର୍କିତ ଆମେରିକୀୟ ଆଇନକୁ ନେଇ ଭାରତ ସତର୍କ ନଜର ରଖିଛି। ଆମେରିକାର ସଂସଦରେ ଏ…

ଏସିଆ କପ୍‌ ପରେ ହଠାତ୍‌ ଇସ୍ତଫା ଦେଲେ ଅଧିନାୟକ, ନିଷ୍ପତ୍ତିରେ ବୋର୍ଡ ଚକିତ

ଢାକା: ବାଂଲାଦେଶ ମହିଳା କ୍ରିକେଟ ଦଳରେ ହଠାତ୍‌ ହଲଚଲ ସୃଷ୍ଟି ହୋଇଛି। ଏସିଆ କପ୍‌ ୨୦୨୬ ଶେଷ ହେବା ପରେ ନିଗାର ସୁଲତାନା ଟି-୨୦ ଦଳର ଅଧିନାୟକ…

ଗଜକେସରୀ ଯୋଗ: ଅକ୍ଟୋବର ଆରମ୍ଭରୁ ୩ ରାଶିକୁ ମିଳିବ ବମ୍ଫର ଫାଇଦା, ମାଲାମାଲ ହେବା ସହ ଚାକିରିରେ ବଡ଼ ପ୍ରମୋଶନ

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଗଜକେସରୀ ଯୋଗକୁ ଅତ୍ୟନ୍ତ ଶୁଭ ଓ ପ୍ରଭାବଶାଳୀ ଯୋଗ ଭାବେ ମାନ୍ୟତା ଦିଆଯାଏ। ଜ୍ୟୋତିଷୀୟ ବିଶ୍ୱାସ ଅନୁସାରେ, ଏହି ଯୋଗ ଶକ୍ତି, ମାନ-ସମ୍ମାନ…

ନଗର ନିଗମ ଫଳାଫଳ: ଭାଜପାକୁ ବଡ଼ ଝଟକା, ଆଉ ୪ ୱାର୍ଡରେ ଜିତିଲା କଂଗ୍ରେସ

ଜୟପୁର,୧୭।୯: ରାଜସ୍ଥାନର ଜୟପୁର, କୋଟା ଓ ଯୋଧପୁରର ୯ଟି ଆସନ ମଧ୍ୟରୁ ୮ଟିର ନିର୍ବାଚନ ଫଳାଫଳ ଘୋଷଣା ହୋଇଛି। ଏହି ଆସନଗୁଡ଼ିକରେ ସେପ୍ଟେମ୍ବର ୧୬ ତାରିଖରେ ପୁନଃ…

ବଡ଼ ଘୋଷଣା କଲେ କେନ୍ଦ୍ର ସରକାର: ଡିଜେଲ ଉପରେ ୫ ଟଙ୍କା କମିଲା, ପେଟ୍ରୋଲରେ କେତେ? ଜାଣନ୍ତୁ ନୂଆ ହାର

ନୂଆଦିଲ୍ଲୀ,୧୭।୯: ସେପ୍ଟେମ୍ବର ୧୭ରେ ପେଟ୍ରୋଲିୟମ ଉତ୍ପାଦ ରପ୍ତାନି ଉପରେ ଲାଗୁଥିବା ୱିଣ୍ଡଫଲ ଟ୍ୟାକ୍ସରେ କେନ୍ଦ୍ର ସରକାର କଟକଣା କରିଛନ୍ତି। ପେଟ୍ରୋଲ, ଡିଜେଲ ଓ ଏଭିଏସନ ଟର୍ବାଇନ ଫ୍ୟୁଏଲ…

ବୈଦିକ ଭୂମିରେ ହିନ୍ଦୁଧର୍ମ

ସିନ୍ଧୁ ନଦୀର ଶାଖାନଦୀଗୁଡ଼ିକ ଦ୍ୱାରା ପ୍ଳାବିତ ପଞ୍ଜାବ ମୂଳ ବୈଦିକ ଭୂମି ଥିଲା। ହେଲେ ଏବେ ଯମୁନା-ଗଙ୍ଗା ଧୋୟାଞ୍ଚଳ ସହିତ ବେଦକୁ ଅଧିକ ଜଡ଼ିତ କରାଯାଉଥିବାବେଳେ ଅନ୍ୟପକ୍ଷରେ…

PM ମୋଦି କେବେ କେବେ UPIରେ କରିଛନ୍ତି ପେମେଣ୍ଟ? ଜାଣନ୍ତୁ କେତେ ଟଙ୍କା କରିଥିଲେ ଖର୍ଚ୍ଚ

ନୂଆଦିଲ୍ଲୀ, ୧୭/୯:ଆଜି ସେପ୍ଟେମ୍ବର ୧୭। ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ। ତାଙ୍କ ଜନ୍ମଦିନକୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଦେଶରେ ଡିଜିଟାଲ ପେମେଣ୍ଟ ଏବଂ UPIକୁ…

ପ୍ରଧାନମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ: କହିଲେ, ‘ନରେନ୍ଦ୍ର’ଙ୍କ ନେତୃତ୍ବରେ ହେଉଛି ନବଭାରତର ନିର୍ମାଣ

ଭୁବନେଶ୍ୱର,୧୭ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ ଅବସରରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କୁ ଶତ ଶତ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି। ସୋସିଆଲ ମିଡିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?