Posted inଜାତୀୟ

ମନ୍ତ୍ରୀଙ୍କ ଘରେ ନିଆଁ ଲଗାଇଲେ ବିକ୍ଷୋଭକାରୀ

ହାଇଦ୍ରାବାଦ,୨୫।୫: ଆନ୍ଧ୍ରପ୍ରଦେଶର ନବଗଠିତ ଜିଲା କୋନାସୀମା ନଁା ବଦଳାଇ ଏହାକୁ ବି.ଆର୍‌. ଆମ୍ବେଡ୍‌କର କୋନାସୀମା କରିବା ପ୍ରସ୍ତାବ ବିରୋଧରେ ଆନ୍ଦୋଳନ ମଙ୍ଗଳବାର ହିଂସାତ୍ମକ ରୂପ ନେଇଛି। ଅମଲାପୁରମ୍‌ ସହରରେ ଉତ୍ତ୍ୟକ୍ତ ବିକ୍ଷୋଭକାରୀ ରାଜ୍ୟ ପରିବହନ ମନ୍ତ୍ରୀ ପି. ବିଶ୍ୱରୂପଙ୍କ ଘରେ ନିଆଁ ଲଗାଇଦେବା ସହ ଭଙ୍ଗାରୁଜା କରିଛନ୍ତି। ପୋଲିସ ମନ୍ତ୍ରୀ ଓ ତାଙ୍କ ପରିବାର ସଦସ୍ୟଙ୍କୁ ନିରାପଦ ସ୍ଥାନକୁ ନେଇଯାଇଛି। ଆନ୍ଦୋଳନକାରୀମାନେ ପୋଲିସ ଭ୍ୟାନ୍‌ ଏବଂ ଏକ ସ୍କୁଲ୍‌ ବସ୍‌କୁ ଜାଳିଦେଇଛନ୍ତି। ସେମାନଙ୍କ ଢେଲାମାଡ଼ରେ ୨୦ ଜଣ ପୋଲିସ ଆହତ ହୋଇଛନ୍ତି। ଜିଲା ସହ ବି.ଆର୍‌. ଆମ୍ବେଡ୍‌କରଙ୍କ ନାଁ ଯୋଡ଼ାଯିବା ଘଟଣାରେ ଗର୍ବ ଅନୁଭବ କରିବା କଥା। ଏହା ବଦଳରେ ଅସାମାଜିକ ତତ୍ତ୍ୱମାନେ ହିଂସା ଘଟାଉଛନ୍ତି ବୋଲି ରାଜ୍ୟ ଗୃହମନ୍ତ୍ରୀ ତନେତି ବନିଥା କହିଛନ୍ତି। ଘଟଣାର ଉପଯୁକ୍ତ ତଦନ୍ତ ପରେ ଅପରାଧୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ ଚେତାବନୀ ଦେଇଛନ୍ତି।
ସୂଚନାଯୋଗ୍ୟ, ଗତ ଏପ୍ରିଲ ୪ରେ ପୂର୍ବ ଗୋଦାବରୀ ଜିଲାରୁ ଅଲଗା ହୋଇ କୋନାସୀମା ନୂଆ ଜିଲା ଗଠନ ହୋଇଥିଲା। ଉକ୍ତ ଜିଲାକୁ ବି.ଆର୍‌. ଆମ୍ବେଡ୍‌କର କୋନାସୀମା ଜିଲା ଭାବେ ନାମିତ କରିବାକୁ ଗତ ସପ୍ତାହରେ ରାଜ୍ୟ ସରକାର ବିଜ୍ଞପ୍ତି ଜାରି କରିଥିଲେ। ଏଥିରେ କାହାର ଯଦି ଆପତ୍ତି ଥାଏ ତେବେ ଜଣାଇବାକୁ କୁହାଯାଇଥିଲା। କୋନାସୀମା ସାଧନା ସମିତି ଏହାକୁ ବିରୋଧ କରିଥିଲା। ମଙ୍ଗଳବାର ସମିତି ପକ୍ଷରୁ ବିକ୍ଷୋଭ କରାଯିବା ସହ ଜିଲାପାଳଙ୍କୁ ସ୍ମାରକପତ୍ର ଦେବାକୁ ଯାଉଥିବାବେଳେ ପୋଲିସ ଅଟକାଇବାରୁ ହିଂସାକାଣ୍ଡ ସୃଷ୍ଟି ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ, ଭଞ୍ଜନଗରରେ ରୋଗୀ ସେବା ପ୍ରଭାବିତ, ମୃତଦେହ ବ୍ୟବଚ୍ଛେଦ ହୋଇ ନ ପାରିବାରୁ…

ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଓଡ଼ିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ (OMSA)ର ଆହ୍ବାନ କ୍ରମେ ବିଭିନ୍ନ ଦାବି ଏବଂ ଡାକ୍ତରମାନଙ୍କ ସୁରକ୍ଷା ପ୍ରସଙ୍ଗକୁ ନେଇ ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟର ଡାକ୍ତରମାନେ…

ପାରିବାରିକ କଳହ ହେଲା କାଳ, ଦିଅରର ଆକ୍ରମଣରେ ଚାଲିଗଲା ଭାଉଜଙ୍କ ଜୀବନ

ବେଲଗୁଣ୍ଠା,୧ା୭( କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଘରୋଇ ଅଶାନ୍ତିରୁ ଚାଲିଗଲା ମହିଳାଙ୍କ ଜୀବନ। ଏହିଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବେଲଗୁଣ୍ଠା ବ୍ଳକ୍ ତଥା ଗାଙ୍ଗପୁର ଥାନା ଅନ୍ତର୍ଗତ…

ଦୁର୍ଘଟଣାଗ୍ରସ୍ତଙ୍କୁ ଡାକ୍ତରଖାନା ନେଲେ ଭାଜପା ନେତା

ହାଟଡିହୀ,୧ା୭(ଶୁଭକାନ୍ତ ନାୟକ): ସାହାଯ୍ୟ ଏବଂ ମହାନତାର ପ୍ରମାଣ ଦେଖାଇଛନ୍ତି କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡର ଭାଜପା ନେତା ଆଲୋକ ସେଠୀ। ବୁଧବାର ଆଲୋକ ଏକ କାର୍ଯ୍ୟକ୍ରମରେ ଯୋଗ…

ଆଷାଢ଼ରେ ନାହିଁ ବର୍ଷା; ପୋଡ଼ିଗଲାଣି ଧାନ ତଳି, ଘୋଡ଼ାହାଡ଼ ଡ଼୍ୟାମକୁ ଦିଗପହଣ୍ଡି-ସାନଖେମୁଣ୍ଡି ଚାଷୀଙ୍କ ଭରସା  

ଦିଗପହଣ୍ଡି,୧ା୭(ଅଶେଷ ନାଥ ମିଶ୍ର): ଆଷାଢ଼ରେ ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ବର୍ଷା ନାହିଁ ।ଚାଷୀ ବୃନ୍ଦ ଖରିଫ ଧାନ ଚାଷ ପାଇଁ ବିହନ…

ବିଜେଡିରୁ ଭାଜପା, ପୁଣି ବିଜେଡିକୁ ଆସିବା ପରେ ଏବେ ହରଡ଼ଘଣାରେ ବ୍ଲକ ଅଧ୍ୟକ୍ଷା

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ବିଜେଡିରୁ ଭାଜପା ଓ ପୁଣି ବିଜେଡିକୁ ଆସିବା ପରେ ଗଞ୍ଜାମ ଜିଲା ବୁଗୁଡା ବ୍ଲକ ଅଧ୍ୟକ୍ଷା କେ.ପ୍ରିୟଦର୍ଶିନୀ ଆଚାରୀ ଏବେ ହରଡ଼ଘଣାରେ ପଡ଼ିଯାଇଛନ୍ତି। ଅଧ୍ୟକ୍ଷାଙ୍କ…

୧୦ ଦଫା ଦାବି ନେଇ ଡାକ୍ତରଙ୍କ ଧର୍ମଘଟ, ସରକାର ଆମ ଦାବି ପୂରଣ ନ କଲେ…

କେସିଙ୍ଗା,୧ା୭(ତୁମେଶ୍ୱର ସାହୁ): ଜୁଲାଇ ୧ରେ ଡାକ୍ତର ଦିବସରେ ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନର ନିର୍ଦ୍ଦେଶ କ୍ରମେ କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ବୁଧବାରଠାରୁ ଆରମ୍ଭ…

ସମ୍ପର୍କରେ କଳଙ୍କ: ନାବାଳିକା ଶାଳୀଙ୍କୁ ଗର୍ଭବତୀ କଲେ ଭିଣୋଇ, ଏମିତି ଧରାପଡିଲା…

ପାରଳାଖେମୁଣ୍ଡି,୧ା୭(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ରାୟଗଡ଼ ବ୍ଲକର ସାନ ଅନତାରସିଂ ଗ୍ରାମରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ବିବାହିତ…

ଦାୟିତ୍ୱ ଗ୍ରହଣ କଲେ ନୂଆ ଯୋଗାଣ ଅଧିକାରୀ, କହିଲେ ସମସ୍ତ କାର୍ଯ୍ୟକୁ ଦୁର୍ନୀତିମୁକ୍ତ କରିବା ସହ…

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ମୁଖ୍ୟ ଜିଲା ଯୋଗାଣ ଅଧିକାରୀ ଭାବେ ବସନ୍ତ କୁମାର ପଣ୍ଡା ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ କେନ୍ଦୁଝର ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri