ମଝି ରାସ୍ତାରେ ମନ୍ତ୍ରୀଙ୍କୁ ଅଟକାଇଦେଲେ ଆନ୍ଦୋଳନକାରୀ: ଆଉ ତା’ପରେ ଘଟିଲା…

ଏମ.ରାମପୁର,୪।୯(ଶଶି ଭୂଷଣ ପ୍ରହରାଜ): ମ.ରାମପୁରକୁ ବିଜ୍ଞାପିତ ଅଞ୍ଚଳ ପରିଷଦ ଓ ରାଜସ୍ବ ଉପଖଣ୍ଡ ଦାବି ନେଇ ଗୁରୁବାର ଅଞ୍ଚଳବାସୀଙ୍କ ମ.ରାମପୁର ବନ୍ଦ ପାଳନ ଅବସରରେ ଚାରିଛକଠାରେ ରାସ୍ତାରୋକୋ ହୋଇଥିଲା। ଏହିଦିନ ରାଜ୍ୟ ନଗର ଉନ୍ନୟନ ମନ୍ତ୍ରୀ ଡ଼ା କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କୁ ମ. ରାମପୁର ଚାରି ଛକଠାରେ ଆନ୍ଦୋଳନକାରୀମାନେ ଅଟକାଇ ଦାବିପତ୍ର ପ୍ରଦାନ କରିଛନ୍ତି। ଅପରାହ୍ନ ୧.୩୦ରେ ମନ୍ତ୍ରୀ କେସିଙ୍ଗା ନିକଟ ଉତ୍କେଲାରେ ହେଲିପେଡରେ ଓହ୍ଲାଇ ଜାତୀୟ ରାଜପଥ ନଂ ୫୯ ଦେଇ କନ୍ଧମାଳ ଜିଲା ଗସ୍ତ ବେଳେ ମ.ରାମପୁରରେ ଅଟକି ଦାବିପତ୍ର ଗ୍ରହଣ କରିଥିଲେ। ମ.ରାମପୁର ତଥ୍ୟ, ଦସ୍ତାବିଜ ପହଞ୍ଚି ନାହିଁ। ଏହି ଜିଲାକୁ ଦୁଇଟି ବିଜ୍ଞାପିତ ପରିଷଦ ଦିଆଗଲା। ଆପଣମାନେ ଖୁସି ନୁହନ୍ତି କି? ତର୍ଜମା କରି ପଦେକ୍ଷପ ନେବେ ବୋଲି କହିଥିଲେ। ଜିଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂହଦେଓ ଆଲୋଚନା କରିଥଲେ। ଅପରପକ୍ଷେ ଭାଜପା ତରଫରୁ ଅଲଗା ଗୋଷ୍ଠୀ କରି ରାସ୍ତା ଉପରେ ସମ୍ମାନିତ କରି ଦାବିପତ୍ର ଦେଇଥିଲେ। ଶ୍ରୀକାନ୍ତ ହୋତା, ପଦ୍ମଲୋଚନ ମିଶ୍ର, ଯଜ୍ଞ ସେନ ପଣ୍ଡା ପ୍ରମୁଖ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଥର ସ୍ବାଧୀନତା ଦିବସରେ ଲାଲ୍‌କିଲ୍ଲାରେ ପ୍ରଥମଥର ଘଟିବ ଏମିତି: ଘୋଷଣା କଲେ ସରକାର

ନୂଆଦିଲ୍ଲୀ, ୧୦ା୮:ଆସନ୍ତା ୧୫ ତାରିଖ ସ୍ବାଧୀନତା ଦିବସ ପାଳନ ବେଳେ ଦିଲ୍ଲୀର ଲାଲ୍‌କିଲ୍ଲାରେ ପ୍ରଥମ ଥର ପାଇଁ ଜାତୀୟ ଗାନ ‘ବନ୍ଦେ ମାତରମ୍‌’ ଗାୟନ କରାଯିବ। ୨୦୪୭…

ଓଟିପି, ପାସୱାର୍ଡ ଦେଉଥିଲେ ସାବଧାନ: ସାଇବର ଠକେଇରୁ ସତର୍କ ରହିବାକୁ ଛାତ୍ରୀଛାତ୍ରଙ୍କୁ…

ବଞ୍ଚୋ, ୧୦।୮8(ପ୍ରଦୋଷ ବିଶ୍ୱାଳ ): ଦିନକୁ ଦିନ ସାଇବର ଅପରାଧ ଓ ଅନଲାଇନ ଠକେଇ ବଢ଼ିଚାଲିଥିବା ବେଳେ ଏନେଇ ସାଧାରଣ ଲୋକଙ୍କୁ ସଚେତନ କରିବା ପାଇଁ ଆନନ୍ଦପୁର…

ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ: ଜାଣନ୍ତୁ କିଏ କେଉଁଠି ଉତ୍ତୋଳନ କରିବେ ପତାକା

ଭୁବନେଶ୍ୱର,୧୦।୮:ସ୍ବାଧୀନତା ଦିବସରେ କିଏ କେଉଁଠାରେ ପତାକା ଉତ୍ତୋଳନ କରିବେ ସେନେଇ ରାଜ୍ୟ ସରକାରଙ୍କ ତାଲିକା ପ୍ରକାଶ ପାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜଧାନୀର ରାଜ୍ୟସ୍ତରୀୟ ସ୍ବାଧୀନତା…

୩ ନାବାଳିକାଙ୍କୁ ଆନ୍ଧ୍ରପ୍ରଦେଶ ନେଉଥିଲେ ଦଲାଲ: ମାଡ଼ିବସିଲା ଶିଶୁ ସୁରକ୍ଷା ବିଭାଗ

ଛତ୍ରପୁର,୧୦।୮(ଦିଲ୍ଲୀପସାମଲ/ଦ୍ୱାରିକା ପଟ୍ଟନାୟକ): ଆନ୍ଧ୍ରପ୍ରଦେଶର ଗୁଡ଼ିୱାଡା ଅଞ୍ଚଳର ଏକ ଚିଙ୍ଗୁଡ଼ି ଫ୍ୟାକ୍ଟ୍ରିରେ କାମ କରିବା ପାଇଁ ଚାଲାଣ ହେଉଥିବା ୩ ଜଣ ନାବାଳିକାଙ୍କୁ ଛତ୍ରପୁର ରେଳ ଷ୍ଟେଶନରୁ ଉଦ୍ଧାର…

ସର୍ପ ଦଂଶନରେ ୨ ମାସର ଶିଶୁ ପୁତ୍ର ମୃତ, ବାପା ଅସୁସ୍ଥ: ଚିକିତ୍ସା ନ କରାଇ ଶିଶୁକୁ ପୋତିଦେଲେ…

ଦେବଗଡ,୧୦ା୮(ଶଶାଙ୍କ ଶେଖର ଝାଙ୍କର): ସର୍ପ ଦଂଶନରେ ୨ ମାସର ଶିଶୁପୁତ୍ର ମୃତ, ବାପା ଅସୁସ୍ଥ । ଏଭଳି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିିଛି ଦେବଗଡ ଜିଲାର…

ନକଲି ଆଇଏଏସ୍‌ ଅଫିସର ଗିରଫ

ନୂଆଦିଲ୍ଲୀ, ୧୦ା୮: ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଅଜିତ ଡୋଭାଲଙ୍କ ଗୁପ୍ତ ଏଜେଣ୍ଟ ବୋଲି ପରିଚୟ ଦେଉଥିବା ଜଣେ ନକଲି ଆଇଏଏସ୍‌ ଅଫିସରଙ୍କୁ ପୋଲିସ ସୋମବାର ଗିରଫ…

ଶକ୍ତିଶାଳୀ ଭୂକମ୍ପ ଅନୁଭୂତ: ଭୟରେ ଘର ଛାଡ଼ି ପଳାଇଲେ ଲୋକେ

ବୋଗୋଟା, ୧୦।୮: ପଶ୍ଚିମ କୋଲମ୍ବିଆରେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ଏହା ୭.୬ ତୀବ୍ରତାର ଏହି ଭୂକମ୍ପ ଯୋଗୁ ଆମେରିକୀୟ ଦେଶ କୋଲମ୍ବିଆ ଏବଂ ଏହାର…

ରାଜ୍ୟଗୋଷ୍ଠୀ ଫେନ୍‌ସିଂରେ ଭାରତ ଜିତିଲା ୧୭ ପଦକ

ନୂଆଦିଲ୍ଲୀ,୧୦ା୮: ନାଇଜେରିଆର ଲାଗୋସରେ ଚାଲିଥିବା ୨୩ ବର୍ଷରୁ କମ୍‌ ରାଜ୍ୟଗୋଷ୍ଠୀ ଫେନ୍‌ସିଂ ଚାମ୍ପିୟନଶିପ୍‌ରେ ଭାରତ ଉଭୟ ପୁରୁଷ ଓ ମହିଳା ବିଭାଗରେ ଆଧିପତ୍ୟ ବିସ୍ତାର କରିଛି। ଇଭେଣ୍ଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri