ଦେଶୀ ମଦଭାଟିକୁ ବିରୋଧ, ଭାଙ୍ଗିଦେେଲେ ଗ୍ରାମବାସୀ

କୋଡ଼ିଙ୍ଗା, ୪।୫(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା କୋଡ଼ିଙ୍ଗା ଥାନା ଅଧୀନ ଡାଡିଆ ମଝିଗୁଡା ଗାଁରେ ଦେଶୀମଦ ଭାଟିକୁ ଗ୍ରାମବାସୀ ଭାଙ୍ଗି ଦେଇଛନ୍ତି। ଶୋଭାଯାତ୍ରାରେ ଶତାଧିକ ମହିଳା ପୁରୁଷ ଆସି ମଦ ଭାଟି ଭିତରେ ପ୍ରବେଶ କରି ରନ୍ଧା ଦେଶୀ ମଦ, ମଦ, ମହୁଲ ପୋଚ ଆଦି ନଷ୍ଟ କରିଦେଲେ। ଏହି ଘଟଣାରେ ଥାନାରେ ମାମଲା ହୋଇଛି। ଏନେଇ କୋଡିଙ୍ଗା ଥାନାରେ ଏକ ମାମଲା ରୁଜୁ କରାଯାଇ ୩ ଜଣକୁ ଅଟକ ରଖାଯାଇ ତଦନ୍ତ ଚାଲିଥିବା ପାପଡାହାଣ୍ଡି ଏସ୍‌ଡିପିଓ ଆଦିତ୍ୟ ସେନ ସୂଚନା ଦେଇଛନ୍ତି।
ନବରଙ୍ଗପୁର ଜିଲା କୋଷାଗୁମୁଡା ବ୍ଲକ ବିଏମ୍‌ ସେମଳା ପଞ୍ଚାୟତ ଦାଡିଆ ମାଝିଗୁଡା ଗ୍ରାମରେ ବହୁ ବର୍ଷ ହେଲା ଗୋଟିଏ ଦେଶୀ ମଦ ଭାଟି ରହିଥିଲା। ଏଥିରେ ମଦ ତିଆରି ହେବାକୁ ନିୟମ ଥିବାବେଳେ ପାଉଚ ମାଧ୍ୟମରେ ଗାଁ ଗାଁକୁ ନେଇ ଭାଟି ମାଲିକ, କର୍ମଚାରୀ ବିକ୍ରୀ କରୁଥିବା ନେଇ ଗ୍ରାମବାସୀ ଦୀର୍ଘଦିନରୁ ଅଭିଯୋଗ କରିଆସୁଥିଲେ। ଦୀର୍ଘ ଦିନଧରି ଗ୍ରାମବାସୀ ଏହି ଦେଶୀମଦ ଭାଟି ବନ୍ଦ କରିବା ପାଇଁ ବାରମ୍ବାର ଦାବି କରିଆସୁଥିଲେ। ପ୍ରଶାସନ ଏହାକୁ କର୍ଣ୍ଣପାତ କରୁ ନ ଥିବାରୁ ଗ୍ରାମର ଶତାଧିକ ମହିଳା ଓ ପୁରୁଷ ହାତରେ ପ୍ଲା କାର୍ଡ ସହ ଠେଙ୍ଗାବାଡି ଧରି ମଦଭାଟି ବିରୋଧୀ ସ୍ଲୋଗାନ ଦେଇ ଭାଟି ନିକଟରେ ପହଞ୍ଚିଥିଲେ। ସେମାନେ ପୋଲିସର ଉପସ୍ଥିତିରେ ମଦ ଭାଟିର କବାଟ ଭାଙ୍ଗି ଭିତରେ ଧସେଇ ପଶି ମଦ ନଷ୍ଟ କରିବା ସହ ଆସବାହ ପତ୍ର, ମଦ ତିଆରି ପାଇଁ ବ୍ୟବହୁତ ଯନ୍ତ୍ରାଂଶ ଭାଙ୍ଗି ନଷ୍ଟ କରିଥିଲେ। କୋଡ଼ିଙ୍ଗା ତହସିଲଦାର ଟିକୁନୁ ପୁଟା, ପାପଡ଼ାହାଣ୍ଡି ଏସ୍‌ଡିପିଓ ଆଦିତ୍ୟ ସେନ, କୋଷାଗୁମୁଡ଼ା ଥାନା ଭାରପ୍ରାପ୍ତ ଅଧିକାରୀ ପ୍ରେମାନନ୍ଦ ସୁନାନୀ ସେଠାରେ ପହଞ୍ଚତ୍ ଲୋକଙ୍କୁ ବୁଝାଶୁଝା କରିଥିଲେ। ଏ ନେଇ କୋଡ଼ିଙ୍ଗା ଥାନାରେ ଏକ ମାମଲା ରୁଜୁ କରାଯାଇ ୩ଜଣକୁ ଅଟକ ରଖି ପୋଲିସ ତଦନ୍ତ କରୁଥିବା ଏସ୍‌ଡିପିଓ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଧୁବାବୁଙ୍କ ଜୟନ୍ତୀରେ ସ୍ମୃତିଚାରଣ କଲେ ଆଇନଜୀବୀ

କେନ୍ଦୁଝର,୨୮ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ଓକିଲ ସଂଘ କେନ୍ଦୁଝରର ସଭାଗୃହରେ ସଂଘର ସଭାପତି ଆଲୋକ ମହାନ୍ତଙ୍କ ଅଧ୍ୟକ୍ଷତାରେ ଉତ୍କଳ ଗୌରବ ମଧୁସୁଦନ ଦାସଙ୍କ ଜୟନ୍ତୀ ତଥା...

ପ୍ରଚଣ୍ଡ ଖରାକୁ ଖାତିର ନ କରି ପ୍ରଚାର ମଇଦାନରେ ପ୍ରାର୍ଥିନୀ

କେସିଙ୍ଗା,୨୮ା୪(ତୁମେଶ୍ୱର ସାହୁ): ସମଗ୍ର କେସିଙ୍ଗା ଅଞ୍ଚଳରେ କିଛିଦିନ ହେଲା ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଏପରିକି ତାପମାତ୍ରା ୪୦ରୁ ୪୫ ଡିଗ୍ରୀରୁ ଅଧିକ ରହିଥିବାରୁ ଅଞ୍ଚଳବାସୀ...

ସାଲେପୁରରେ ଆରମ୍ଭରୁ ବର୍ଷିଲେ ରାହୁଲ, କହିଲେ…

ସାଲେପୁର,୨୮ା୪: କଂଗ୍ରେସ ନେତା ରାହୁଲ ଗାନ୍ଧୀ ରବିବାର ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ମଧୁବାବୁଙ୍କ ଜନ୍ମସ୍ଥାନ କଟକର ସତ୍ୟଭାମାପୁରରେ ପହଞ୍ଚିଥିଲେ।...

ଟ୍ରକ୍‌ ପଛରେ ପିଟିହେଲା ବସ୍‌: ଡ୍ରାଇଭର, ହେଲପର ମୃତ

ସୋନପୁର,୨୮ା୪(ମୃତ୍ୟୁଞ୍ଜୟ ଶତପଥୀ): ବଲାଙ୍ଗୀର ୫୭ ନଂ ଜାତୀୟ ରାଜପଥର ସୋନପୁର ଥାନା ହରଡ଼ଖୋଲ ନିକଟରେ ଶନିବାର ବିଳମ୍ବିତ ରାତିରେ ଦୁର୍ଘଟଣା ଘଟିଛି। ପ୍ରଧାନ ନାମକ ଯାତ୍ରୀବାହୀ...

କାହାକୁ ଟାର୍ଗେଟ କଲେ ଦୀପାଳି ଦାସ, କହିଲେ ସିଜନାଲ ପକ୍ଷୀ…

ଭୁବନେଶ୍ୱର,୨୮।୪: ଝାରସୁଗୁଡା ନିର୍ବାଚନ ମଣ୍ଡଳୀ ଲାଇକେରା ଠାରେ ବିଜେଡିର ମହିଳା ସମାବେଶ କରିଛନ୍ତି ଦୀପାଳି ଦାସ । ଏଥିରେ ଝାରସୁଗୁଡା ବିଧାୟିକା ପ୍ରାର୍ଥୀ ଦୀପାଳି ବିରୋଧୀଙ୍କୁ...

ପୁରୀ ଷ୍ଟେଶନରେ ବଡ଼ ଅଘଟଣ: ଭୁଶୁଡିଲା ନିର୍ମାଣାଧୀନ କୋଠା, ଶ୍ରମିକ ଫସି ରହିଥିବା ଆଶଙ୍କା

ପୁରୀ,୨୮।୪: ପୁରୀ ରେଲୱେ ଷ୍ଟେସନରେ ଘଟିଯାଇଛି ବଡ଼ ଅଘଟଣ। ନିର୍ମାଣାଧୀନ କୋଠାର ଛାତ ଭୁଶୁଡି ୪ ଜଣ ଶ୍ରମିକ ଆହତ ହୋଇଛନ୍ତି। ଆହତମାନଙ୍କୁ ପୁରୀ ଜିଲା...

ରାସେଶ୍ୱରୀଙ୍କୁ ଭେଟିଲେ ଧର୍ମେନ୍ଦ୍ର, ଟିକେଟ ନ ମିଳିବାରୁ ଅସନ୍ତୁଷ୍ଟ ହୋଇ ବିଜେଡି ଛାଡିଥିଲେ ରାସେଶ୍ୱରୀ

ସମ୍ବଲପୁର,୨୮ା୪: ଓଡ଼ିଶା ରାଜନୀତିରେ ସମ୍ବଲପୁର ଏବେ ସବୁଠୁ ଚର୍ଚ୍ଚାରେ ରହିଛି। ଏହାରି ମଧ୍ୟରେ ରବିବାର ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କୁ ଭେଟିଛନ୍ତି କେନ୍ଦ୍ରମନ୍ତ୍ରୀ ତଥା...

ବାଇକ୍‌କୁ ପଛରୁ ଧକ୍କା ଦେଲା ବୋଲେରୋ: ମା’ଙ୍କ ଜୀବନ ଗଲା, ପୁଅ ଗୁରୁତର

ପାଟଣା,୨୮ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବାଉଁଶୁଳି ଉଖୁଣ୍ଡା ରାସ୍ତାର ବାଉଁଶୁଳି ହନୁମାନ ଛକ ନିକଟରେ ଶନିବାର ରାତିରେ ଦୁର୍ଘଟଣାରେ ମା’ଙ୍କର ମୃତ୍ୟୁ ହୋଇଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri