ଆନ୍ଦୋଳନ ଚେତାବନୀ ଦେଲେ ଅଙ୍ଗନଓ୍ବାଡି କର୍ମୀ: ବିଭିନ୍ନ ଦାବି ପୂରଣ କର ନଚେତ୍‌…

କେସିଙ୍ଗା,୮।୮(ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ବ୍ଳକରେ ଥିବା ସମସ୍ତ ଅଙ୍ଗନଓ୍ବାଡି କେନ୍ଦ୍ରରେ ପୋଷଣ ଟ୍ରାକ ଏଫଆରଏସରେ ହେଉଥିବା ସମସ୍ୟା ସହ ଅନ୍ୟ ସମସ୍ୟାର ସମାଧାନ ପାଇଁ ଅଙ୍ଗନଓ୍ବାଡି କର୍ମୀମାନେ ବିଡ଼ିଓ, ସିଡିପିଓଙ୍କ ମାଧ୍ୟମରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ାଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ଆଲ ଓଡ଼ିଶା ଅଙ୍ଗନଓ୍ବାଡି ଲେଡିସ ୱାର୍କର୍ସ ଆସୋସିଏସନ ରାଜ୍ୟ ସଂଘ ନିଷ୍ପତ୍ତି ଅନୁସାରେ କେସିଙ୍ଗା ବ୍ଳକ ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘର ସଭାନେତ୍ରୀ ବସନ୍ତ ପାଢ଼ୀଙ୍କ ମିଳିତ ଉଦ୍ୟମରେ ଦାବିପତ୍ର ପ୍ରଦାନ କରାଯାଇଛି।
ପୋଷଣ ଟ୍ରାକରେ ଏଫଆରଏସରେ ବିଭିନ୍ନ ନେଟୱାର୍କ ସମସ୍ୟା, ଉନ୍ନତମାନର ମୋବାଇଲ ପ୍ରଦାନ, ଆଧାର ସହିତ ମୋବାଇଲ ଲିଙ୍କ, ଫଟୋ ମିସ୍‌ମ୍ୟାଚ୍‌ ହେବା, ନେଟୱାର୍କ ପାଇଁ ସୁବ୍ୟବସ୍ଥା କରିବା, ତିନି ମାସକୁ ରିଚାର୍ଚ୍ଚ ବାବଦକୁ ୯ ଶହ ଟଙ୍କା ଦେବା, ୬ ମାସକୁ ଥରେ ଫେସ କ୍ୟାପଚର କରିବା ପାଇଁ ବିଭାଗୀୟ ପକ୍ଷରୁ ଆଦେଶ ଦେବା, ପ୍ରତି ଶନିବାରରେ କିଶୋରୀ ବାଳିକାଙ୍କୁ ଦୁଇଟି ସିଝା ଅଣ୍ଡା ଓ କଞ୍ଚା ଅଣ୍ଡା ପ୍ରଦାନ କରିବା,ଜାଳେଣି କାଠର ଖର୍ଚ୍ଚ କେଉଁ ଅର୍ଥରୁ ଖର୍ଚ୍ଚ କରାଯିବ ତାହା ସ୍ପଷ୍ଟ କରିବା, ପ୍ରତି ବ୍ଳକରେ ନିରାକରଣ କମିଟି ଗଠନ କରିବାକୁ ଜିଲାପାଳଙ୍କୁ ଆଦେଶ ଦେବା, ହିତାଧିକାରୀଙ୍କୁ ଉନ୍ନତମାନର ଖାଦ୍ୟ ଯୋଗାଇଦେବା, ଉନ୍ନତମାନର ଅଙ୍ଗନବାଡି କେନ୍ଦ୍ର ଓ ଶୌଚାଳୟ ନିର୍ମାଣ କରିବା ଓ ପାନୀୟଜଳର ବ୍ୟବସ୍ଥା କରିବା, ମୃତ ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ମାନଙ୍କୁ ତୁରନ୍ତ ସହାୟକ ରାଶି ପ୍ରଦାନ କରିବା, କେସିଙ୍ଗା ବ୍ଳକରେ ତିନି ଜଣ ଅଙ୍ଗନଓ୍ବାଡି କର୍ମୀ ମୃତ୍ୟୁକୁ ତିନି ବର୍ଷ ବିତିଯାଇଥିଲେ ସୁଦ୍ଧା ରାଜ୍ୟ ସରକାର ସହାୟତା ରାଶି ପ୍ରଦାନ କରା ଯାଇନାହଁି । ମୃତଙ୍କ ପରିବାରରୁ ଜଣଙ୍କୁ ଅଙ୍ଗନବାଡି ପଦବୀ ନିଯୁକ୍ତି ଦେବାକୁ ଦାବି କରିଛନ୍ତି। ଏଭଳି ବହୁ ସମସ୍ୟାର ସମାଧାନ ପାଇଁ ଅଙ୍ଗନବାଡି କର୍ମୀମାନେ ଉପମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରିଛନ୍ତି।
ଅଲ ଓଡ଼ିଶା ଅଙ୍ଗନଓ୍ବାଡି ଲେଡିଜ ଓ୍ବାର୍କର୍ସ ଆସୋସିଏସନ ସଂଲଗ୍ନ ଭାରତୀୟ ମଜଦୁର ସଂଘ କେସିଙ୍ଗା ଶାଖାର ସଭାନେତ୍ରୀ ବସନ୍ତ ପାଢ଼ୀଙ୍କ ସମେତ ବ୍ଳକର ୧୯୫ ଅଙ୍ଗନବାଡି କର୍ମୀ ଓ ସହାୟିକାମାନେ ସହରରେ ଶୋଭାଯାତ୍ରାରେ ବାହାରି ବ୍ଲକର ବିଡ଼ିଓ,ସିଡିପିଓଙ୍କ କାର୍ଯ୍ୟାଳୟକୁ ଯାଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରିଥିଲେ।ଯଦି ଏହି ସବୁ ସମସ୍ୟାର ସମାଧାନ ଯଥାଶୀଘ୍ର ନ ହୁଏ ତେବେ ବ୍ଳକର ସମସ୍ତ ଅଙ୍ଗନବାଡି କର୍ମୀମାନେ ଆନ୍ଦୋଳନ କରିବାକୁ ପଛାଇବେ ନାହିଁ ବୋଲି କେସିଙ୍ଗା ବ୍ଲକ ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଙ୍ଘର ସଭାନେତ୍ରୀ ବସନ୍ତ ପାଢ଼ୀ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri