Posted inଜାତୀୟ

ସିଙ୍ଘୁ ବର୍ଡରରେ ଫାଶୀ ଦେଇ ଆତ୍ମହତ୍ୟା କଲେ ଆନ୍ଦୋଳନକାରୀ ଚାଷୀ…

ନୂଆଦିଲ୍ଲୀ,୧୦।୧୧: ଦିଲ୍ଲୀ-ପଞ୍ଜାବର ସିଙ୍ଘୁ ବର୍ଡରରେ ଚାଷୀ ସଂଗଠନଗୁଡ଼ିକ ପକ୍ଷରୁ କେନ୍ଦ୍ର ସରକାର ନୂତନ କୃଷି ଆଇନ ବିରୋଧରେ ପ୍ରାୟ ଏକ ବର୍ଷ ଧରି ପ୍ରଦର୍ଶନ ଜାରି ରହିଛି। ବୁଧବାର ଏଠାରେ ଜଣେ ଆନ୍ଦୋଳନକାରୀ ଚାଷୀ ଫାଶୀ ଦେଇ ଆତ୍ମହତ୍ୟା କରିଛନ୍ତି। ଆତ୍ମହତ୍ୟା କରିଥିବା ଚାଷୀଙ୍କ ନାମ ଗୁରୁପ୍ରୀତ ସିଂ। ସେ ପଞ୍ଜାବର ଫତେହଗଡ ସାହେବ ଜିଲାର ବାସିନ୍ଦା। ତେବେ ଆତ୍ମହତ୍ୟା ପଛର କାରଣ ଜଣାପଡିନାହିଁ।

ମୃତ ଚାଷୀ ବି.କେ.ୟୁ ସିଦ୍ଧପୁର ସହିତ ଜଡିତ ଥିଲେ। କୁଣ୍ଡଲି ପୋଲିସ ଷ୍ଟେସନ ପକ୍ଷରୁ ମୃତଦେହକୁ ଉଦ୍ଧାର କରାଯାଇ ପୋଷ୍ଟମର୍ଟମ ପାଇଁ ସରକାରୀ ଡାକ୍ତରଖାନାକୁ ପଠାଯାଇଛି।

ଉତ୍ତରପ୍ରଦେଶ, ପଞ୍ଜାବ ଏବଂ ହରିୟାଣାର କୃଷକମାନେ ଗତ ଏକ ବର୍ଷ ଧରି ଦିଲ୍ଲୀର ଗାଜିପୁର, ଟିକ୍ରି ଏବଂ ସିଙ୍ଘୁ ବର୍ଡରରେ କେନ୍ଦ୍ର ସରକାରଙ୍କ ନୂତନ କୃଷି ଆଇନ ବିରୋଧରେ ଆନ୍ଦୋଳନ ଜାରି ରଖିଛନ୍ତି। ଚାଷୀ ସଂଗଠନଗୁଡ଼ିକ ପକ୍ଷରୁ ସରକାରଙ୍କ ଦ୍ୱାରା ଅଣାଯାଇଥିବା  କୃଷି ଆଇନର ପ୍ରତ୍ୟାହାର କରିବା ଦାବି କରାଯାଉଛି। ତେବେ ଚାଷୀଙ୍କ ଦାବିକୁ ଗ୍ରହଣ କରିବାକୁ ସରକାର ଚାହୁଁ ନାହାଁନ୍ତି। ଚାଷୀ ସଂଗଠନ ଏବଂ ସରକାରଙ୍କ ମଧ୍ୟରେ ଏପର୍ଯ୍ୟନ୍ତ ବହୁ ରାଉଣ୍ଡ ଆଲୋଚନା ହୋଇଛି, କିନ୍ତୁ କୌଣସି ସମାଧାନ ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri