Posted inଜାତୀୟ

ହରିୟାଣା ମୁଖ୍ୟମନ୍ତ୍ରୀଙ୍କ ଇଭେଣ୍ଟରେ କୃଷକଙ୍କୁ ଗୋଡ଼େଇ ଗୋଡ଼େଇ ପିଟିଲେ

ଚଣ୍ଡିଗଡ଼,୧୬।୫: ହରିୟାଣାରେ କରୋନା ଯୋଗୁ ଲକ୍‌ଡାଉନକୁ ଗୋଟିଏ ସପ୍ତାହ ପାଇଁ ବଢ଼ାଇ ଦିଆଯାଇଛି। ଏହାସତ୍ତ୍ୱେ ହିସାର ଜିଲାର ଏକ କୋଭିଡ୍‌ କେୟାର ସେଣ୍ଟର ଉଦ୍‌ଘାଟନୀ ଉତ୍ସବରେ ଯୋଗଦେଇଥିଲେ ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର। ଏହାକୁ ବିରୋଧ କରିଥିଲେ ଦୀର୍ଘ ଦିନ ହେଲା ବିକ୍ଷୋଭ କରୁଥିବା କୃଷକମାନେ। ପରିସ୍ଥିତିକୁ ନିୟନ୍ତ୍ରଣକୁ ଆଣିବା ପାଇଁ ପୋଲିସ ଆନ୍ଦୋଳନକାରୀ କୃଷକଙ୍କୁ ଗୋଡ଼େଇ ଗୋଡ଼େଇ ପିଟିଥିଲା, ଯାହାର ଭିଡ଼ିଓ ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଆନ୍ଦୋଳନକାରୀ କୃଷକଙ୍କ ଅନୁଯାୟୀ, ପୋଲିସ ପକ୍ଷରୁ ପ୍ଲାଷ୍ଟିକ୍‌ ବୁଲେଟ୍‌ ଓ ଲୁହ ବୁହା ଗ୍ୟାସ ମଧ୍ୟ ବ୍ୟବହାର କରାଯାଇଥିଲା। ଆଉ କିଛି କୃଷକଙ୍କୁ ଗିରଫ କରାଯାଇଥିବା ଅଭିଯୋଗ ହୋଇଛି।

ଏହି ଘଟଣା ପରେ କୃଷକମାନେ ୯ ନଂ ଜାତୀୟ ରାଜପଥକୁ ପ୍ରାୟ ୨ ଘଣ୍ଟା ପାଇଁ ବନ୍ଦ କରି ଦେଇଥିଲେ। ” ଗିରଫ କରାଯାଇଥିବା କୃଷକଙ୍କୁ ନ ଛଡ଼ାଗଲେ ହରିୟାଣାର ସମସ୍ତ ଥାନା ଘେରାଉ କରାଯିବ। କୋଭିଡ୍‌ ସମୟରେ ୫୦୦ ଲୋକଙ୍କ ଉପସ୍ଥିତିରେ ମୁଖ୍ୟମନ୍ତ୍ରୀ ଇଭେଣ୍ଟରେ ଯୋଗଦେବା କ’ଣ ଜରୁରୀ ଥିଲା। ଅନ୍‌ଲାଇନରେ ଏହାର ଉଦ୍‌ଘାଟନ ହୋଇପାରି ନ ଥାନ୍ତା। ରାଜ୍ୟ ସରକାରଙ୍କ ଯୋଗୁ କୋଭିଡ୍‌ ସଂକ୍ରମିତଙ୍କ ସଂଖ୍ୟା ବଢ଼ୁଛି। ଏଥି ଲାଗି ସେମାନେ ଆମକୁ ବଦନାମ କରୁଛନ୍ତି “ ବୋଲି ଦିଲ୍ଲୀ ଓ ହରିୟାଣାର କୁଣ୍ଡଲି ସୀମାରୁ ଭାରତୀୟ କିଷାନ ୟୁନିଅନ ମୁଖ୍ୟ ଗୁରନାମ ସିଂ ଚାରୁନି ଏକ ଭିଡିଓ ଜରିଆରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁମୁହଁରୁ ୧୬୪୩ ପିଲାଙ୍କୁ ଟାଣିଆଣିଲେ ଶିକ୍ଷକ; ନେପାଳ ବନ୍ୟାରେ ସାଜିଲେ ହିରୋ, ଚାରିଆଡେ ଚର୍ଚ୍ଚା

କାଠମାଣ୍ଡୁ,୩୦ା୮: ଅଗଷ୍ଟ ୨୬ରେ ନେପାଳରେ ଆସିଥିବା ଭୟଙ୍କର ବନ୍ୟାରେ ଅନେକ ଅଞ୍ଚଳ ଛାରଖାର ହୋଇଯାଇଛି। ହଠାତ୍ ନଦୀର ପାଣି ବସ୍ତି ଓ ରାସ୍ତାରେ ପଶିଯିବାରୁ ଚାରିଆଡ଼େ ଆତଙ୍କ…

ଜନ୍ମାଷ୍ଟମୀରେ ଦୁର୍ଲଭ ଗ୍ରହ ସଂଯୋଗ: ୪ଟି ରାଶିର ଚମକିବ ଭାଗ୍ୟ, କ୍ୟାରିୟରରେ ଗ୍ରୋଥ୍‌ ସାଙ୍ଗକୁ ଅଚାନକ ଧନଲାଭ

ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଏଥର ଜନ୍ମାଷ୍ଟମୀ ପର୍ୱ ଅତ୍ୟନ୍ତ ଖାସ ବୋଲି ମାନାଯାଉଛି। ୪ ସେପ୍ଟେମ୍ୱର ୨୦୨୬ ଜନ୍ମାଷ୍ଟମୀ ଦିନ ଅନେକ ପ୍ରମୁଖ ଗ୍ରହ ଶୁଭ ସ୍ଥିତିରେ…

ଭଲିବଲ୍‌ରେ ଡିଏଭି ଚାମ୍ପିଅନ୍‌

ଭଞ୍ଜନଗର, ୩୦।୮ (ବାବୁଲା ପ୍ରଧାନ): ଜାତୀୟ କ୍ରୀଡ଼ା ଦିବସ ଅବସରରେ ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଶନିବାର ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଏଥିସହ କିଛି…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଉଜବେକିସ୍ତାନର ସର୍ବୋଚ୍ଚ ସମ୍ମାନ: ଏପର୍ଯ୍ୟନ୍ତ ୩୬ଟି ଦେଶ ଦ୍ୱାରା ସମ୍ମାନିତ ହେଲେଣି…

ତାସକେଣ୍ଟ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଉଜବେକିସ୍ତାନର ସର୍ବୋଚ୍ଚ ରାଷ୍ଟ୍ର ସମ୍ମାନ ‘ଓଲି ଦାରାଜଲି ଦୋ’ଷ୍ଟଲିକ’ (ସର୍ବୋଚ୍ଚ ଡିଗ୍ରୀର ବନ୍ଧୁତା କ୍ରମ) ପ୍ରଦାନ କରାଯାଇଥିଲା। ଉଜବେକିସ୍ତାନର ରାଷ୍ଟ୍ରପତି ଶାଭକତ…

ଦୁଲୀପ ଟ୍ରଫି ସେମିଫାଇନାଲରେ କାହିଁକି ବୈଭବ ସୂର୍ଯ୍ୟବଂଶୀଙ୍କୁ ଦିଆଗଲା ଅଧିନାୟକ ଦାୟିତ୍ୱ? ହେଲାଣି ଖୁବ୍‌…

ନୂଆଦିଲ୍ଲୀ,୩୦।୮: ଦୁଲୀପ ଟ୍ରଫିର ପ୍ରଥମ ସେମିଫାଇନାଲ ମ୍ୟାଚ ବର୍ତ୍ତମାନ ସେଣ୍ଟ୍ରାଲ ଜୋନ ଏବଂ ପୂର୍ବ ଜୋନ ମଧ୍ୟରେ ଚାଲିଛି। ବିସିସିଆଇ ସେଣ୍ଟର ଅଫ ଏକ୍ସଲେନ୍ସ ଗ୍ରାଉଣ୍ଡରେ ଖେଳାଯାଉଥିବା…

ମେସିଙ୍କ ଇଭେଣ୍ଟକୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, କହିଲେ ମିଳିବ କ୍ଷତିପୂରଣ

କୋଲକାତା,୩୦।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ଲିଓନେଲ ମେସିଙ୍କ ଗସ୍ତକୁ ନେଇ ସୃଷ୍ଟି ହୋଇଥିବା ବିଶୃଙ୍ଖଳା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ଘୋଷଣା କରିଛନ୍ତି…

ଏମିତି ଜାଗାରେ ଅଟୋଗ୍ରାଫ ଦେଲେ ପୁଟିନ, ଯାହାକୁ ନେଇ ହେଉଛି ଖୁବ ଚର୍ଚ୍ଚା

ମସ୍କୋ,୩୦।୮: ଏକ କାରଖାନା ପରିଦର୍ଶନ ସମୟରେ, ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏକ ଚାଇନା-ଡିଜାଇନ କାରରେ ଯାତ୍ରା କରିଥିଲେ ଏବଂ ନିଜେ ଏହାକୁ ଚଲାଇଥିଲେ। ରୁଷିଆ ନିର୍ମିତ,…

ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗ; ଗିରଫ ହେଲେ SI ସ୍ୱାମୀ, ବର୍ଷେ ତଳେ ହୋଇଥିଲା ବିବାହ

ଭଦ୍ରକ,୩୦ା୮(ସନାତନ ରାଉତ): ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗରେ ଗିରଫ ହେଲେ ପୋଲିସ ଏସଆଇ । ଭଦ୍ରକ ଟାଉନ ଥାନା ସବ ଇନ୍ସପେକ୍ଟର ଗଣନାଥ ସେଠୀ ଗିରଫ ହୋଇଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri