ପ୍ରତିବାଦ ରାଜନୀତି ଅଣ୍ଡାଫିଙ୍ଗା

ଭୁବନେଶ୍ୱର,୨୬ା୧୧(ବ୍ୟୁରୋ): ରାଜ୍ୟରେ ଏବେ ଶାସକ, ବିରୋଧୀ ପରସ୍ପରକୁ ଅଣ୍ଡାମାଡ଼ କରିବା ରାଜନୀତିରେ ମାତିଛନ୍ତି। ଆଗକୁ ପଞ୍ଚାୟତ ନିର୍ବାଚନ ଆସୁଥିବାରୁ ବିରୋଧୀ ଦଳ ନିଜର ଆକ୍ରମଣ ଆଭିମୁଖ୍ୟକୁ ଜୋରଦାର କରିଛି। କଳାହାଣ୍ଡି ଜିଲା ମହାଲିଙ୍ଗ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟା ଘଟଣାରେ ବିରୋଧୀ ଦଳଗୁଡ଼ିକ ସରକାରଙ୍କୁ ଟାର୍ଗେଟ କରି ଚାଲିଛନ୍ତି। ଏହି ଘଟଣାରେ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ସମ୍ପୃକ୍ତି ଅଭିଯୋଗ କରି ମନ୍ତ୍ରିମଣ୍ଡଳରୁ ତାଙ୍କୁ ବହିଷ୍କାର କରିବାକୁ ଅଡ଼ିବସିଛନ୍ତି। ଶାସକ ଦଳ ବିରୋଧୀ ଦଳ ଦାବି ଆଗରେ ହାର ମାନୁନାହିଁ। ଏପରି କି ବିରୋଧୀ ଦଳ ପକ୍ଷରୁ ବିକ୍ଷୋଭ, କୁଶପୁତ୍ତଳିକା ଦାହ, ଓଡ଼ିଶା ବନ୍ଦ ପରେ ମଧ୍ୟ ମୁଖ୍ୟମନ୍ତ୍ରୀ ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ ବିରୋଧରେ କୌଣସି ପଦକ୍ଷେପ ନେଉନାହାନ୍ତି। ନିଜ ଆଭିମୁଖ୍ୟରେ ସଫଳ ହୋଇପାରୁ ନ ଥିବା ବିରୋଧୀ ଦଳ ଶେଷରେ ଅଣ୍ଡାମାଡ଼ କରିବା ପନ୍ଥା ଆପଣାଇଥିବା ରାଜନୈତିକ ବିଶ୍ଳେଷକ ମତ ଦେଉଛନ୍ତି।
ମମିତା ମେହେର ପ୍ରସଙ୍ଗକୁ ନେଇ ଭାଜପା ପ୍ରଥମେ ଅଣ୍ଡାମାଡ଼ ରାଜନୀତି ଆରମ୍ଭ କରିଥିବା ବେଳେ ଏଥିରେ ବିଜେଡି ଓ କଂଗ୍ରେସ ମଧ୍ୟ ସାମିଲ ହୋଇଛନ୍ତି। ଭାଜପା କର୍ମୀମାନେ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରି ମୁଖ୍ୟମନ୍ତ୍ରୀ, ମନ୍ତ୍ରୀମାନଙ୍କୁ କଳାପତାକା ଦେଖାଇବା ସହ ଗାଡ଼ି ଉପରକୁ ଅଣ୍ଡାମାଡ଼ କରୁଛନ୍ତି। ଅନ୍ୟପକ୍ଷରେ ବିଜେଡି ଓ କଂଗ୍ରେସ କର୍ମୀମାନେ ମଧ୍ୟ ପେଟ୍ରୋଲ, ଡିଜେଲ, ଗ୍ୟାସ୍‌ ଏବଂ ଅତ୍ୟାବଶ୍ୟକ ସାମଗ୍ରୀ ଦର ବୃଦ୍ଧିକୁ ନେଇ କେନ୍ଦ୍ରମନ୍ତ୍ରୀ ଓ ରାଜ୍ୟର ଏମ୍‌ପିଙ୍କୁ ଅଣ୍ଡାମାଡ଼ କରୁଛନ୍ତି। କଂଗ୍ରେସ ମମିତା ମେହେର ଘଟଣାରେ ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀମାନଙ୍କୁ କଳାପତାକା ଦେଖାଇବା ସହ ଅଣ୍ଡା ଫିଙ୍ଗି ବିରୋଧ କରୁଛନ୍ତି।

ଗୁରୁବାର ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀଙ୍କ ଗାଡ଼ି ଉପରକୁ ଛାତ୍ର କଂଗ୍ରେସ କର୍ମୀମାନେ ଅଣ୍ଡାମାଡ଼ କରିଥିବା ଅଭିଯୋଗ ହୋଇଛି। ଯୁବ କଂଗ୍ରେସ ସଭାପତି ୟାସିର ନଓ୍ବାଜ କହିଛନ୍ତି, ଦେଶରେ ବେକାରି ସମସ୍ୟା ଉତ୍କଟ ହୋଇଛି। ଭୁବନେଶ୍ୱରରୁ ପ୍ରତିନିଧିତ୍ୱ କରୁଥିବା ଏମ୍‌ପି ସ୍ମାର୍ଟ ସିଟିର ବେକାରିଙ୍କ ପାଇଁ କିଛି କରିନାହାନ୍ତି। ବେକାରି ସମସ୍ୟା ସହ ପେଟ୍ରୋଲ, ଡିଜେଲ ଦର ଏବଂ ରନ୍ଧନ ଗ୍ୟାସ୍‌ ଦର ବୃଦ୍ଧି ଜୀବନକୁ ଦୁର୍ବିଷହ କଲାଣି। ସେଥିପାଇଁ ଛାତ୍ର କଂଗ୍ରେସ କର୍ମୀମାନେ ଅଣ୍ଡାମାଡ଼ କରିଛନ୍ତି। ଆଗାମୀ ଦିନରେ ଆହୁରି ଜାରି ରହିବ ବୋଲି ସେ ଚେତାବନୀ ଦେଇଛନ୍ତି।

ଏଠାରେ ସୂଚନାଯୋଗ୍ୟ ଯେ ନଭେମ୍ବର ୨୧ ତାରିଖରେ କେନ୍ଦ୍ରାପଡ଼ାଠାରେ ବିଜୁ ଛାତ୍ର ଜନତା ଦଳର କର୍ମୀମାନେ କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁଙ୍କୁ କଳାପତାକା ଦେଖାଇବା ସହ ତାଙ୍କ ଗାଡ଼ି ଉପରକୁ ଅଣ୍ଡା ମାଡ଼ କରିଥିବା ଅଭିଯୋଗ ହୋଇଥିଲା। ସେହିପରି ଭାଜପା କର୍ମୀମାନେ ନଭେମ୍ବର ୨୪ରେ ପୁରୀ ହସ୍ପିଟାଲ ଛକ ନିକଟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କାରକେଡ୍‌ ଉପରକୁ ଅଣ୍ଡା ଫିଙ୍ଗିଥିଲେ। ଏହା ପୂର୍ବରୁ ଭାଜପା କର୍ମୀମାନେ ରାଜ୍ୟ ସରକାରଙ୍କ ବିଭିନ୍ନ ମନ୍ତ୍ରୀଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼ କରିଥିବା ଅଭିଯୋଗ ହୋଇଛି। ଅଣ୍ଡାମାଡ଼ ରାଜନୀତିକୁ ବିରୋଧୀ କର୍ମୀମାନେ ଆପଣାଇଥିବା ବେଳେ ବିରୋଧୀ ଦଳ ନେତାମାନେ ମଧ୍ୟ ଏହାକୁ ସମର୍ଥନ କରୁଛନ୍ତି।
ଅପରାଜିତା ଷଡ଼ଙ୍ଗୀ କହିଛନ୍ତି, ମମିତା ହତ୍ୟା ଏକ ସାଧାରଣ ହତ୍ୟା ନୁହେଁ, ଏହା ନିର୍ମମ ହତ୍ୟା। ଏହାକୁ ନେଇ ସରକାର କାହିଁକି ଚୁପ୍‌ ବସିଛନ୍ତି। ବିରୋଧର ସ୍ବର ଉଠିଛି। ଆହୁରି ଉଠିବ। ଆମେ ଚାହୁଁଛୁ ଏହାର ସିବିଆଇ ତଦନ୍ତ ହେବା ଦରକାର। ପ୍ରଦେଶ କଂଗ୍ରେସ ସଭାପତି ନିରଞ୍ଜନ ପଟ୍ଟନାୟକ କହିଛନ୍ତି ଯେ ଦରଦାମ ବୃଦ୍ଧିକୁ ଲୋକମାନଙ୍କ ପାଖରେ ପହଞ୍ଚାଇବା ବିରୋଧୀ ଦଳର କାମ। ଦେଶରେ ବେକାରି, ଚାଷୀ ସମସ୍ୟା, ଦରଦାମ ବୃଦ୍ଧି ଯୋଗୁ ସମସ୍ତେ ଅସୁବିଧାରେ ଅଛନ୍ତି। ଏହାକୁ ନେଇ ଆମେ ଆନ୍ଦୋଳନ କରୁଛୁ। ଆଗାମୀ ଦିନରେ ଆହୁରି ଜୋରଦାର କରିବୁ ବୋଲି ସେ କହିଛନ୍ତି। ବିଜେଡିର ବରିଷ୍ଠ ନେତା ତଥା ବିଧାୟକ ଅମର ଶତପଥୀ କହିଛନ୍ତି ଯେ ବିରୋଧୀ ଦଳ ଲୋକଙ୍କ ପାଖରେ ଗ୍ରହଣୀୟ ହେଉନାହାନ୍ତି। ଗଣତନ୍ତ୍ରରେ ବିରୋଧ କରିବା ସମସ୍ତଙ୍କର ଅଧିକାର ଅଛି। କିନ୍ତୁ ବିରୋଧୀ ଯେଉଁ ତରିକା ଆପଣାଉଛନ୍ତି ତାହା ଗ୍ରହଣୀୟ ନୁହେଁ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?