ରାଷ୍ଟ୍ରପତିଙ୍କ ପଳାୟନ ପରେ ପୁଣି ବିଗିଡ଼ିଲା ଶ୍ରୀଲଙ୍କା ପରିସ୍ଥିତି: ସଂସଦରେ ବିକ୍ଷୋଭକାରୀଙ୍କ ପ୍ରଦର୍ଶନ

କଲମ୍ବୋ,୧୩।୭: ଶ୍ରୀଲଙ୍କାରେ ଆର୍ଥିକ-ରାଜନୈତିକ ସଙ୍କଟ ପରିସ୍ଥିତି ଗଭୀର ହେବାରେ ଲାଗିଛି। ଇତିମଧ୍ୟରେ ରାଷ୍ଟ୍ରପତି ଗୋଟାବାୟା ରାଜପକ୍ସେ ନିଜ ପଦରୁ ଇସ୍ତଫା ଦେବା ପରେ ମଙ୍ଗଳବାର ସପରିବାର ସହ ଦେଶ ଛାଡିଛନ୍ତି। ଏହାକୁ ନେଇ ବୁଧବାର ସକାଳେ ଦେଶରେ ହିଂସା ପୁଣି ଥରେ ଦେଖିବାକୁ ମିଳିଛି। ବହୁ ସଂଖ୍ୟାରେ ବିକ୍ଷୋଭକାରୀମାନେ ରାଜରାସ୍ତାକୁ ଓହ୍ଲାଇଛନ୍ତି। ବିକ୍ଷୋଭକାରୀମାନେ ସରକାରଙ୍କ ବିରୋଧରେ ସ୍ଲୋଗାନ ଦେବା ସଂସଦ ଆଡକୁ ମୁହାଁଇଛନ୍ତି। ଏଥିସହ ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଡ଼କୁ ମଧ୍ୟ ଅଗ୍ରସର ହେଉଥିବା ଜଣାପଡ଼ିଛି। ଅନ୍ୟପକ୍ଷରେ କ୍ରୋଧିତ ଜନତାଙ୍କୁ ନିୟନ୍ତ୍ରଣ କରିବା ପାଇଁ ପୋଲିସ ପକ୍ଷରୁ ଲୁହବୁହା ଗ୍ୟାସ ବ୍ୟବହାର କରାଯାଇଛି। ବିକ୍ଷୋଭକାରୀମାନେ ସେନା ଗାଡିକୁ ମଧ୍ୟ ଅଟକାଇ ଦେଇଥିବା ଜଣାପଡ଼ିଛି। ଏହାପୂର୍ବରୁ ଶ୍ରୀଲଙ୍କା ରାଷ୍ଟ୍ରପତି ଗୋଟବାୟା ରାଜପକ୍ସେ ଦେଶ ଛାଡି ମାଳଦ୍ୱୀପରେ ପହଞ୍ଚିଥିବା ନେଇ ଶ୍ରୀଲଙ୍କାର ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ ପକ୍ଷରୁ ନିଶ୍ଚିତ କରାଯାଇଛି। ଅନ୍ୟପକ୍ଷରେ ବାଚସ୍ପତି କହିଛନ୍ତି ଯେ, ବର୍ତ୍ତମାନ ପର୍ଯ୍ୟନ୍ତ ଶ୍ରୀଲଙ୍କା ରାଷ୍ଟ୍ରପତିଙ୍କ ପକ୍ଷରୁ ଇସ୍ତଫା ପତ୍ର ପଠାଯାଇନାହିଁ। ତାଙ୍କ ଘୋଷଣା ମୁତାବକ, ବୁଧବାର ଗୋଟବାୟା ଇସ୍ତଫା ଦେବାର ଥିଲା। ଗୋଟାବାୟା କିପରି ଇସ୍ତଫା ନ ଦେଇ ଦେଶ ଛାଡି ଚାଲିଯାଇଛନ୍ତି ସେନେଇ ଜନତା ଅସନ୍ତୋଷ ପ୍ରକାଶ କରିଛନ୍ତି। ଏତଦ୍‌ ବ୍ୟତୀତ ବିକ୍ଷୋଭକାରୀମାନେ ପ୍ରଧାନମନ୍ତ୍ରୀ ରାନିଲ ବିକ୍ରମସିଂଘେଙ୍କୁ ଦେଶର କାର୍ଯ୍ୟକାରୀ ରାଷ୍ଟ୍ରପତି ଭାବେ ଦେଖିବାକୁ ଚାହୁଁନାହାନ୍ତି। ପ୍ରକୃତରେ ଶ୍ରୀଲଙ୍କାର ଆଇନ ଅନୁଯାୟୀ, ରାଷ୍ଟ୍ରପତିଙ୍କ ଇସ୍ତଫା ପରେ ପ୍ରଧାନମନ୍ତ୍ରୀଙ୍କୁ କାର୍ଯ୍ୟକାରୀ ରାଷ୍ଟ୍ରପତି ଭାବେ ନିଯୁକ୍ତ କରାଯାଇଥାଏ। କିନ୍ତୁ ଜନସାଧାରଣ ଏବେ ଏହି ନିଷ୍ପତ୍ତି ଉପରେ ଆପତ୍ତି ଉଠାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅସନ୍ତୋଷ

ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍‌ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍‌ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ…

୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା

ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri