କୃଷି ଆଇନକୁ ବିରୋଧ କରି ବିକ୍ଷୋଭ

ଦିଗପହଣ୍ଡି,୨୭ା୧୨(ଡି.ଏନ୍‌.ଏ.): କେନ୍ଦ୍ରର କୃଷି ଆଇନକୁ ବିରୋଧ କରି ଓ ଆନ୍ଦୋଳନରତ ଚାଷୀଙ୍କୁ ନ୍ୟାୟ ପ୍ରଦାନ ଦାବିରେ ଗଞ୍ଜାମ ଜିଲା ଦିଗପହଣ୍ଡି ଗାନ୍ଧୀ ଛକଠାରେ ରବିବାର ବିଭିନ୍ନ ଚାଷୀ ସଙ୍ଗଠନ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଅଖିଳ ଭାରତ କିଷାନ ସଂଘର୍ଷ ସମନ୍ବୟ ସମିତି(ଏଆଇ୍‌କେଏସସିସି)ର ଡାକରା କ୍ରମେ ପୂର୍ବାହ୍ନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ’ ମନ କୀ ବାତ୍‌’ କାର୍ଯ୍ୟକ୍ରମ ବେଳେ ସ୍ଥାନୀୟ କଂଗ୍ରେସ – କମ୍ୟୁନିଷ୍ଟ ପାର୍ଟି ସମର୍ଥିତ ବିଭିନ୍ନ ଚାଷୀ ସଙ୍ଗଠନର କାର୍ଯ୍ୟକର୍ତ୍ତା ବୃନ୍ଦ ଏକତ୍ରିତ ହୋଇ ଘଣ୍ଟ ବାଡ଼େଇ ଥିଲେ। ପରେ କେନ୍ଦ୍ର ସରକାରଙ୍କ ବିରୋଧରେ ଆୟୋଜିତ ପ୍ରତିବାଦ ସଭାରେ ସିପିଆଇ (ଏମ୍‌) କାର୍ଯ୍ୟକର୍ତ୍ତା ଅଶ୍ୱିନୀ କୁମାର ଦାସ,କୁରେଶୁ ପଣ୍ଡା, ପି.ଶିବ ଶଙ୍କର, କୈଳାସ ମହାରଣା, ସିପିଆଇ ଗଞ୍ଜାମ ଜିଲା ସହ ସମ୍ପାଦକ ଅଳକ ନାଥ ମିଶ୍ର, କାର୍ଯ୍ୟକର୍ତ୍ତା ହରପ୍ରସାଦ ରଥ, ସମୀର ଚନ୍ଦ୍ର ମିଶ୍ର,ତପନ କୁମାର ମିଶ୍ର,ପ୍ରମୋଦ ଚନ୍ଦ୍ର ସ୍ବାଇଁ,ମୂଷା ବେହେରା, ଗଞ୍ଜାମ ଜିଲା କଂଗ୍ରେସ କମିଟି ଉପ ସଭାପତି ପ୍ରଫୁଲ୍ଲ ପଣ୍ଡା,କାର୍ଯ୍ୟକର୍ତ୍ତା କେ. କୁନା, ଏମ୍‌. ବାଇନାଥ, ଭଗବାନ ସ୍ବାଇଁ, କେଶବ ରାଓ,ଡମ୍ବରୁଧର ବେହେରା, କୈଳାସ ମହାପାତ୍ର, ଶଙ୍କର ରାଓ ପ୍ରମୁଖ ଉପସ୍ଥିତ ଥିଲେ। କୃଷକ ବିରୋଧୀ ୩ଟି କୃଷି ଆଇନକୁ ରଦ୍ଦ କରିବା ପାଇଁ ଦେଶବ୍ୟାପୀ ଚାଲିଥିବା ଚାଷୀ ଆନ୍ଦୋଳନକୁ ଜନସାଧାରଣ ସମର୍ଥନ କରିବା ପାଇଁ ସଭାରେ ଦଳୀୟ ନେତୃବୃନ୍ଦ ନିବେଦନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL 2027 ପୂର୍ବରୁ ରିଷଭ ପନ୍ତଙ୍କୁ ବଡ଼ ଝଟ୍‌କା, ଦିଲ୍ଲୀ କ୍ୟାପିଟାଲ୍ସରେ ମିଳିବନି ଏହି ଦାୟିତ୍ୱ!

ନୂଆଦିଲ୍ଲୀ,୯।୧୦: ଦିଲ୍ଲୀ କ୍ୟାପିଟାଲ୍ସକୁ ଫେରିବା ପରେ ରିଷଭ ପନ୍ତଙ୍କ ବ୍ୟାଟିଂ ପୋଜିସନକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। IPL 2027ରେ ପନ୍ତଙ୍କୁ ଟପ୍ ଅର୍ଡରରେ ବ୍ୟାଟିଂ…

ନେତାନ୍ୟାହୁଙ୍କ ବଡ଼ ନିଷ୍ପତ୍ତି, ସ୍ମିତ ମାଚ୍ଛରଙ୍କୁ ମିଳିବ ଇସ୍ରାଏଲର ସର୍ବୋଚ୍ଚ ବେସାମରିକ ବୀରତ୍ୱ ସମ୍ମାନ

ନୂଆଦିଲ୍ଲୀ,୯।୧୦: ନିଜ ସହ-ପାଇଲଟ୍‌ଙ୍କ ମରଣାନ୍ତକ ଆକ୍ରମଣର ସାମ୍ନା କରି ମଧ୍ୟ ୧୭୪ ଜଣ ଯାତ୍ରୀ ଓ ବିମାନ କର୍ମଚାରୀଙ୍କ ଜୀବନ ବଞ୍ଚାଇଥିବା ଭାରତୀୟ ପାଇଲଟ୍ କ୍ୟାପ୍ଟେନ୍ ସ୍ମିତ…

ହସ୍ପିଟାଲରେ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ମୃତ, ୨ ଗୁରୁତର

ବାରିପଦା/ଉଦଳା,୮ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ପରିସରରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଅକ୍ସିଜେନ ସିଲିଣ୍ଡର ଫାଟି ଏକ…

ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ବନ୍ଦ ନ କଲେ ହେବ ବଡ଼ ଆନ୍ଦୋଳନ

ପାଟଣା, ୮।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସରକାରୀ ବସ୍‌ଷ୍ଟାଣ୍ଡ ନିକଟରେ ପ୍ରସ୍ତାବିତ ନୂତନ ବିଦେଶୀ ମଦ ଦୋକାନକୁ ପାଟଣା ବିକାଶ ମଞ୍ଚ ପକ୍ଷରୁ…

ମଦଭାଟି ବିରୋଧରେ ଗର୍ଜିଲେ ଗ୍ରାମବାସୀ, ୧୦ ତାରିଖ ସୁଦ୍ଧା ବନ୍ଦ ପାଇଁ ଚେତାବନୀ

ଅମରପାଲି,୮।୧୦(ପୀତାମୱର ସାହୁ): ଦୀର୍ଘ ୩୦ ବର୍ଷ ଧରି ଗ୍ରାମରେ ଚାଲି ଆସୁଥିବା ଲାଇସେନ୍ସ ପ୍ରାପ୍ତ ଦେଶୀ ମଦଭାଟିକୁ ନେଇ ପୀତାମହୁଲ ଗ୍ରାମରେ ଅସନ୍ତୋଷ ତେଜିଛି। ମଦଭାଟି ଯୋଗୁ…

TPWODLର ବଡ଼ ସୂଚନା, ଏହି ସମୟରୁ ହେବ ବିଦ୍ୟୁତ୍‌ କାଟ୍‌…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଶୁକ୍ରବାର କ୍ରମାଗତ ୬ଘଣ୍ଟା ଧରି ବିଦ୍ୟୁତ୍‌ ସେବା ବନ୍ଦ ରହିବ। ସକାଳ ୯ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ସହରରେ ବିଦ୍ୟୁତ୍‌ ସରବରାହ…

ବରଗଡ଼ରେ ହେବ ବଡ଼ ବିକ୍ଷୋଭ ସମାବେଶ, ଜାଣନ୍ତୁ…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ସମ୍ବିଧାନ ଏବଂ ଗଣତନ୍ତ୍ରର ସୁରକ୍ଷା ପାଇଁ ବରଗଡ଼ ଜିଲାର ବିଭିନ୍ନ ଜନ ସଂଗଠନ, କୃଷକ ସଂଗଠନ ଓ ନାଗରିକମାନଙ୍କୁ ନେଇ ସମ୍ବିଧାନ ଓ ଗଣତନ୍ତ୍ର…

College Election Suspend: ବାତିଲ ହେଲା କଲେଜ ନିର୍ବାଚନ, ବଡ଼ ନିଷ୍ପତ୍ତି ନେଲେ…

ଭୁବନେଶ୍ୱର,୮।୧୦: ବଡ଼ ଖବର । କଲେଜ ନିର୍ବାଚନ ବାତିଲ । VNରେ ଉତ୍ତେଜନା ପରେ ନିଷ୍ପତ୍ତି । ଯାଜପୁର ବ୍ୟାସନଗରରେ ଥିବା ଭି.ଏନ୍‌. ସ୍ବୟଂଶାସିତ ମହାବିଦ୍ୟାଳୟରେ ଏଥର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?