ଚାଷୀଙ୍କ ପ୍ରତି କେନ୍ଦ୍ର ସରକାରଙ୍କ ଅବହେଳାର ପ୍ରତିବାଦ: ଜିଲାପାଳ ଅଫିସ ଆଗରେ ଧାରଣା ଦେଲା ବିଜେଡି

ବରଗଡ଼ ଅଫିସ,୨୩।୧୧: ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନ ଯେତିକି ପାଖେଇ ଆସୁଛି, ବିଭିନ୍ନ ପ୍ରସଙ୍ଗ ନେଇ ରାଜ୍ୟ ସରକାର ଏବଂ କେନ୍ଦ୍ରସରକାର ପରସ୍ପରକୁ ଦାୟୀ କରି ସେତିକି ଟଣାଓଟରା ହେଉଥିବା ଦେଖିବାକୁ ମିଳୁଛି। କୃଷି ଏବଂ କୃଷକଙ୍କ ପ୍ରତି କେନ୍ଦ୍ର ସରକାର ସବୁବେଳେ ଅବହେଳା କରି ଆସୁଛି ବୋଲି ଅଭିଯୋଗ କରି ବୁଧବାର ବିଜେଡି କର୍ମୀ, ନେତା ଏବଂ ଚାଷୀ ପ୍ରତିନିଧିଙ୍କୁ ନେଇ ଜିଲାପାଳଙ୍କ ଅଫିସ ଆଗରେ ଧାରଣା ଦେବା ସହିତ ବିକ୍ଷୋଭ ପ୍ରଦର୍ଶନ କରଛନ୍ତି।
ଧାରଣାସ୍ଥଳରେ ବିଜେଡି ନେତୃବୃନ୍ଦ କହିଥିଲେ, ସ୍ବାମୀନାଥନ କମିଶନ ସୁପାରିଶ ମୁତାବକ ଏପର୍ଯ୍ୟନ୍ତ କୃଷିଜାତ ସାମଗ୍ରୀର ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍‌ଏସ୍‌ପି) ବୃଦ୍ଧି ପାଇ ନାହିଁ। ଅନ୍ୟପକ୍ଷରେ ଶାସନକୁ ଆସିବା ପୂର୍ବରୁ ସ୍ବାମୀନାଥନ କମିଶନଙ୍କ ରିପୋର୍ଟ ଲାଗୁ କରିବାକୁ ଭାଜପା ଯେଉଁ ପ୍ରତିଶ୍ରୁତି ଦେଇଥିଲା, ତାହା ଭାଜପାର ଫମ୍ପା ପ୍ରତିଶ୍ରୁତି ଥିଲା ବୋଲି ପ୍ରମାଣିତ ହୋଇ ଯାଇଛି। ସେହିପରି ଧାନର ସର୍ବନିମ୍ନ ସହାୟକ ମୂଲ୍ୟ କୁଇଣ୍ଟାଲ ପ୍ରତି ୨୯୩୦ ଟଙ୍କା କରିବାକୁ ରାଜ୍ୟ ସରକାର କେନ୍ଦ୍ର ପାଖରେ ବାରମ୍ବାର ଦାବି କରି ଆସୁଛି। କିନ୍ତୁ ସେଥିପ୍ରତି ନୀରବ ରହିଥିବା କେନ୍ଦ୍ରସରକାର ତାହା ନ କରି ପୁଞ୍ଜିପତିଙ୍କ କୋଟି କୋଟି ଟଙ୍କା ଋଣ ଛାଡ କରି ଆସୁଛି। ଯଦି କେନ୍ଦ୍ର ସରକାର ଚାଷୀଙ୍କ ପ୍ରତି ଏଭଳି ଅବହେଳା ଜାରି ରଖେ ଏବଂ ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ୨୯୩୦ ଟଙ୍କାକୁ ବୃଦ୍ଧି ନ କରେ, ବିଜେଡି ଆଗକୁ ଆନ୍ଦୋଳନ ଆହୁରି ତୀବ୍ର କରିବ ବୋଲି ଚେତାବନୀ ଦେଇଛି। ଏହି ଧାରଣା ଏବଂ ବିକ୍ଷୋଭ କାର୍ଯ୍ୟକ୍ରମରେ ରାଜ୍ୟ ବିଜେଡି ଉପ ସଭାପତି ତଥା ପୂର୍ବତନ ଏମ୍‌ପି ପ୍ରସନ୍ନ ଆଚାର୍ଯ୍ୟ, ବରଗଡ ବିଧାୟକ ଦେବେଶ ଆଚାର୍ଯ୍ୟ, ରାଜ୍ୟ ଯୋଜନା ବୋଡର୍‌ ସଦସ୍ୟ ସାଧୁ ନେପାକ, ବରଗଡ଼ ବ୍ଳକ ବିଜେଡି ସଭାପତି ପ୍ରଫୁଲ୍ଲ କୁମାର ନାଏକଙ୍କ ସମେତ ସ୍ଥାନୀୟ କାଉନସିଲର ଏବଂ ଚାଷୀ ପ୍ରତିନିଧିମାନେ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁ ଜଣେ ୭…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

ଇତିହାସ ରଚିଲେ ରବୀନ୍ଦ୍ର ଜାଡେଜା, ଏପରି କରିବାରେ ହେଲେ ଦ୍ୱିତୀୟ ଭାରତୀୟ

ନୂଆଦିଲ୍ଲୀ, ୧୭।୮: ଶ୍ରୀଲଙ୍କା ବିପକ୍ଷରେ ଗଲ୍‌ରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ ସ୍ପିନ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜ ନାମରେ ଏକ ବଡ଼ ରେକର୍ଡ କରିଛନ୍ତି।…

ଭାରତୀୟ ମଜଦୁର ସଂଘର ଦେଶ ବ୍ୟାପୀ ପ୍ରତିବାଦ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଞ୍ଚିଠାରେ ହୋଇଥିବା ୧୬୧ତମ କେନ୍ଦ୍ରୀୟ କାର୍ଯ୍ୟ ସମିତିର ନିଷ୍ପତ୍ତି କ୍ରମେ ଭାରତୀୟ ମଜଦୁର ସଂଘ(ବିଏମ୍‌ଏସ) ପକ୍ଷରୁ ସୋମବାର ସ୍ଥାନୀୟ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ…

BJPରେ ସ୍ମୃତି ଇରାନୀଙ୍କୁ ବଡ଼ ଦାୟିତ୍ୱ: ସଂଗଠନକୁ ଫେରି କହିଲେ ଏହି ବଡ଼ କଥା, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନ ସୋମବାର ତାଙ୍କ ନୂଆ ଟିମର ଘୋଷଣା କରିଛନ୍ତି। ଏହି ଟିମରେ ଦଳକୁ ଆହୁରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri