ବେଆଇନ କାର୍ଯ୍ୟକୁ ବିରୋଧ ଜାରି

ପୁରୀ ଅଫିସ,୧୫।୩:ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ବିବାଦ କ୍ରମଶଃ ଜଟିଳ ହେବାରେ ଲାଗିଛି। ପ୍ରକଳ୍ପକୁ ଆଶିଂକ ଅନୁମତି ଥିବାବେଳେ ପ୍ରଶାସନ ମନଇଚ୍ଛା ବେଆଇନ ଭାବେ କାର୍ଯ୍ୟ କରୁଥିବା ଅଭିଯୋଗ ହେଉଛି। ବେଆଇନ ନିର୍ମାଣ କାର୍ଯ୍ୟ ବନ୍ଦ କରିବା ପାଇଁ ବିଭିନ୍ନ ମହଲରେ ଦାବି ଜୋର୍‌ ଧରୁଛି। ଏହି କ୍ରମରେ ସୋମବାର ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ ଉପଜିଲାପାଳ ପ୍ରଦୀପ କୁମାର ସାହୁଙ୍କୁ ଦାବିପତ୍ର ଦିଆଯାଇଛି।
ଦାବିପତ୍ରରେ ଉଲ୍ଲେଖ ହୋଇଛି, ଶ୍ରୀମନ୍ଦିର ସୌନ୍ଦର୍ଯ୍ୟକରଣ ନାମରେ ଶ୍ରୀମନ୍ଦିର ଭିତ୍ତିଭୂମିକୁ ଯେପରି ଭାବେ ଦୁର୍ବଳ କରାଯାଉଛି ତାହା ଆଦୌ ଗ୍ରହଣୀୟ ନୁହେଁ। ଓଡ଼ିଆଙ୍କ ଅସ୍ମିତା ଓ ପ୍ରାଣକେନ୍ଦ୍ର ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଶ୍ରୀମନ୍ଦିରକୁ ସୁରକ୍ଷା ଦେବାକୁ ସବୁବେଳେ ଏହି ଜାତି ପ୍ରାଥମିକତା ହୋଇଆସିଛି। ମାତ୍ର ପରିତାପର ବିଷୟ, ବର୍ତ୍ତମାନ ଶ୍ରୀମନ୍ଦିର ସୌନ୍ଦର୍ଯ୍ୟକରଣ ନାମରେ ମନ୍ଦିର ଦକ୍ଷିଣପଶ୍ଚିମ ଦ୍ୱାରଠାରୁ ମାତ୍ର ୨୦ ମିଟର ଦୂରରେ ବଡ଼ ବଡ଼ ଭାଇବ୍ରେଟର ମେଶିନ୍‌ ସହାୟତାରେ ବିରାଟ ଗାତ ଖୋଳାଯାଇ ନିର୍ମାଣ କାର୍ଯ୍ୟ କରାଯାଉଛି। ଯାହା ଶ୍ରୀମନ୍ଦିର ପ୍ରତି ବିପଦ ସୃଷ୍ଟି କରୁଛି। ଶ୍ରୀମନ୍ଦିର ପରିଦର୍ଶନ ବେଳେ ଏଏସ୍‌ଆଇ ଡିଜି ଭି. ବିଦ୍ୟାବତୀ ଏହି ଖନନକୁ ଦେଖି ଉଦବେଗ ପ୍ରକାଶ କରିବା ସହ କାମ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଥିଲେ। ମାତ୍ର ତାଙ୍କ ନିର୍ଦ୍ଦେଶକୁ ଅଣଦେଖା କରାଯାଇ ଯୁଦ୍ଧକାଳୀନ ଭିତ୍ତିରେ କାର୍ଯ୍ୟ ଆଗେଇ ଚାଲିଛି। ଯାହା ଜଗନ୍ନାଥପ୍ରେମୀମାନଙ୍କୁ ଗଭୀର ଆଘାତ ଦେଉଛି। ପୁରୀ ସହରର ଅନେକ ଅନୁଷ୍ଠାନ ଏଭଳି ବେଆଇନ କାର୍ଯ୍ୟକୁ ବିରୋଧ କରୁଛନ୍ତି। ସୌନ୍ଦର୍ଯ୍ୟକରଣକୁ ବିରୋଧ କରିବାର ପ୍ରଶ୍ନ ଉଠୁନାହିଁ, ମାତ୍ର ଏହା ଶ୍ରୀମନ୍ଦିର ଭିତ୍ତିଭୂମିକୁ ସାମାନ୍ୟତମ ପ୍ରଭାବିତ ନ କରିବା ଉଚିତ। ନିର୍ମାଣ କାର୍ଯ୍ୟ ସମ୍ପର୍କରେ ଏଏସ୍‌ଆଇ ତୁରନ୍ତ ସ୍ପଷ୍ଟୀକରଣ ରଖିବା ଦରକାର, ନଚେତ୍‌ ନିର୍ମାଣ କାର୍ଯ୍ୟ ବନ୍ଦ ରହୁ ବୋଲି ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ କୁହାଯାଇଛି।
ଓକିଲ ସଂଘର ଲିଗାଲ ସେଲ୍‌ ବୈଠକ ଅନୁଷ୍ଠିତ ହୋଇଯାଇଛି। ଆଇନଜୀବୀ ଶରତ ରାୟଗୁରୁ କହିଛନ୍ତି, ବେଆଇନ ପ୍ରକଳ୍ପ କାର୍ଯ୍ୟ ନେଇ ଓକିଲ ସଂଘ ପକ୍ଷରୁ ସିଭିଲ୍‌ କୋର୍ଟରେ ମାମଲା ଦାୟର ସହ ଥାନାରେ ଅପରାଧିକ ଅଭିଯୋଗ କରାଯିବ। ଏଥିସହ ଧର୍ମଘଟ କରାଯିବ। ସେହିପରି ପୁରୀ ସହରର ବିଭିନ୍ନ ସାହି କମିଟି କର୍ମକର୍ତ୍ତା ଓ ବୁଦ୍ଧିଜୀବୀଙ୍କ ସହିତ ଆଲୋଚନା କରି ସାଧାରଣରେ ସଚେତନତା ସୃଷ୍ଟି କରାଯିବ। ଏହି ବୈଠକରେ ଓକିଲ ସଂଘ ସଭାପତି ଭଗବାନ ମିଶ୍ର ଏବଂ ସମ୍ପାଦକ ଶାରଦା ସାମଲଙ୍କ ସମେତ ବହୁ ଆଇନଜୀବୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ପାକିସ୍ତାନ କ୍ରିକେଟକୁ ନେଇ ଆସିଲା ବଡ଼ ଖବର, ସୋଏବ ଅଖତର ଦେଲେ ଏମିତି ଉତ୍ତର ସମସ୍ତେ ଚକିତ

ଇସଲାମାବାଦ,୪।୧୦: ଶୋଏବ ଅଖତର କ’ଣ ପାକିସ୍ତାନ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା (ଚିଫ ସିଲେକ୍ଟର) ହେବାକୁ ଯାଉଛନ୍ତି? ସାମ୍ପ୍ରତିକ ସମୟରେ ଇଣ୍ଟରନେଟରେ ଏହାକୁ ନେଇ ବ୍ୟାପକ ଚର୍ଚ୍ଚା…

ଅକ୍ଟୋବରରେ ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମ ଦିନିକିଆ ମ୍ୟାଚ ଖେଳିବ ଟିମ ଇଣ୍ଡିଆ; ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସ୍ଥାନ ନେବେ ଏହି ଖେଳାଳି

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳ ଅକ୍ଟୋବର ୬ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ, ଅନ୍ୟ ଏକ ଭାରତୀୟ ଦଳ ଅଷ୍ଟ୍ରେଲିଆର…

ଟିଏମସି (TMC)କୁ ଲାଗିବ ଶକ୍ତ ଧକ୍କା, ଦଳ ଛାଡିଥିବା ନେତାଙ୍କୁ ଭାଜପା ଦେଲା ବଡ଼ ସୁଯୋଗ

ନୂଆଦିଲ୍ଲୀ,୪।୧୦: ଭାରତୀୟ ଜନତା ପାର୍ଟି(ଭାଜପା)ର କେନ୍ଦ୍ରୀୟ ନିର୍ବାଚନ କମିଟି ରବିବାର (ଅକ୍ଟୋବର ୪) ରାଜ୍ୟ ସଭା ନିର୍ବାଚନ ପାଇଁ ଦୁଇଜଣ ପ୍ରମୁଖ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି।…

ଭାଇରାଲ ହେଉଛି ସଞ୍ଜୟ ଦତ୍ତଙ୍କ ବୟାନ, ଭାରତରେ ଏବେ ପୂର୍ବଭଳି….

ମୁମ୍ବାଇ,୪।୧୦: ଅଭିନେତା ସଞ୍ଜୟ ଦତ୍ତଙ୍କୁ ଶେଖର ସୁମନଙ୍କ ଶୋ’ ‘ଶେଖର ଟୁନାଇଟ୍’ରେ ଦେଖିବାକୁ ମିଳିଛି । ଗାନ୍ଧୀ ଜୟନ୍ତୀ ସ୍ପେଶାଲ ଏପିସୋଡ୍‌ରେ ଯୋଗଦେଇ ସଞ୍ଜୟ ଦତ୍ତ ତାଙ୍କ…

ଛତୁ ତୋଳିବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ ମହିଳା, ଆଉ ତା’ ପରେ…

ଆନନ୍ଦପୁର,୪ା୧୦(ସୁଶାନ୍ତ କୁମାର ସାହୁ): ଛତୁ ତୋଳିବାକୁ ଯାଇଥିବାବେଳେ ମହିଳା ଭାଲୁ ଆକ୍ରମଣରେ ଗୁରତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମେଡିକାଲ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?