ତୈଳଦର ବୃଦ୍ଧି ପ୍ରତିବାଦରେ ବିକ୍ଷୋଭ

ଛତ୍ରପୁର,୧୧।୬(ଡି.ଏନ୍‌.ଏ.): କେନ୍ଦ୍ରସରକାରଙ୍କ ଅହେତୁକ ତୈଳଦର ବୃଦ୍ଧି ପ୍ରତିବାଦରେ ରାଜ୍ୟ କଂଗ୍ରେସ ପକ୍ଷରୁ ଆନ୍ଦୋଳନର ଡାକରା ଦିଆଯାଇଛି। ଏହିପରିପ୍ରେକ୍ଷୀରେ ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ କଂଗ୍ରେସ ସଭାପତି ଅବନୀ ଶତପଥୀଙ୍କ ନେତୃତ୍ୱରେ କଂଗ୍ରେସ କର୍ମୀ ଶୁକ୍ରବାର ପେଟ୍ରୋଲ ପମ୍ପ ଆଗରେ ପ୍ରତିବାଦ ସହ ବିକ୍ଷୋଭ କରିଛନ୍ତି । ଦର କମ ନ ହେଲେ ଆଗାମୀ ଦିନରେ ସେମାନେ ରାଜରାସ୍ତାକ ଓହ୍ଲାଇ ଆନ୍ଦୋଳନ କରିବେ ବୋଲି ଚେତାବନୀ ଦେଇଛନ୍ତି।