ସମ୍ବଲପୁର ହିଂସା ଘଟଣାର ପ୍ରତିବାଦ: କଳାହାଣ୍ଡି ଜିଲାର ବିଭିନ୍ନ ସ୍ଥାନରେ ବନ୍ଦ ପ୍ରଭାବ

ଭବାନୀପାଟଣା,୧୯।୪(ସ୍ବ.ପ୍ର.): ସମ୍ବଲପୁର ହିଂସା ଘଟଣାରେ ପ୍ରତିବାଦରେ ବିଶ୍ବ ହିନ୍ଦୁ ପରିଷଦ ଓ ପଶ୍ଚିମ ପ୍ରାନ୍ତ ତରଫରୁ ସମ୍ବଲପୁର ସମେତ ପଶ୍ଚିମ ଓଡ଼ିଶାର ୧୦ ଓ ଅବିଭକ୍ତ କୋରାପୁଟର ୪ ଜିଲାକୁ ମିଶାଇ ମୋଟ ୧୪ ଜିଲାରେ ବୁଧବାର ବନ୍ଦ ଡାକରା ଦିଆଯାଇଛି। ଏହି ପରିପ୍ରେକ୍ଷୀରେ କଳାହାଣ୍ଡି ଜିଲାରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଜିଲାର ଭବାନୀପାଟଣା, ଜୁନାଗଡ଼, ଧର୍ମଗଡ଼, ଜୟପାଟଣା ଆଦି ସହରର ବିଭିନ୍ନ ସ୍ଥାନରେ ବସ ଚଳାଚଳ ବନ୍ଦ ରହିଥିବାବେଳେ ଦୋକାନ,ବଜାର ମଧ୍ୟ ବନ୍ଦ ରହିଛି। ଏହି ଆନ୍ଦୋଳନରେ ବିଶ୍ୱ ହିନ୍ଦୁ ପରିଷଦ, ବଜରଙ୍ଗି ଦଳ ସାମିଲ ହୋଇଥିବାବେଳେ ଭାଜପା ସମର୍ଥନ ଜଣାଇଛି। ଭବାନୀପାଟଣା ସହରର ଅର୍କାବାହାଲି ପଡ଼ା ଛକ ସମେତ ନକଟିଗୁଡା ଛକ ଓ କଲେଜ ଛକ ଠାରେ ୨୬ ନଂ ଜାତୀୟ ପଥ ଅବରୋଧ କରାଯାଇଛି। ସେହିପରି ଜୁନାଗଡ଼ ମଧ୍ୟ ଜାତୀୟ ରାଜପଥ ଅବରୋଧ କରାଯାଇଥିବାବେଳେ ଆନ୍ଦୋଳନ କାରୀ ମାନେ ସମସ୍ତ ସରକାରୀ ଦପ୍ତରକୁ ଯାଇ ବନ୍ଦ କରୁଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ଏହି ଦେଶ ପାଖରେ ରହିଛି ସବୁଠୁ ଘାତକ ବାୟୁସେନା, ଜାଣନ୍ତୁ କେଉଁ ସ୍ଥାନରେ ରହିଛି ଭାରତ…

ବିଶ୍ୱରେ ବଢ଼ୁଥିବା ଭୂରାଜନୈତିକ ଉତ୍ତେଜନା ଯେପରିକି ୟୁକ୍ରେନ ସଙ୍କଟ ଏବଂ ମଧ୍ୟପ୍ରାଚ୍ୟର ପରିସ୍ଥିତି, ସାମରିକ ଖର୍ଚ୍ଚ ରେକର୍ଡ ସ୍ତରରେ ପହଞ୍ଚିବାରେ ଲାଗିଛି। ଷ୍ଟକହୋମ୍‌ ଇଣ୍ଟରନ୍ୟାଶନାଲ ପିସ୍‌ ରିସର୍ଚ୍ଚ…

ଲାଞ୍ଜିଗଡରେ ଅନନ୍ୟ ପରମ୍ପରା; ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ, ଭକ୍ତଙ୍କ ପିଠିରେ ଚଢ଼ି ଫେରିଲେ ମା’

ଲାଞ୍ଜିଗଡ,୨୯।୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡର ମା’ ଠାକରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ରବିବାର ମହା ସମାରୋହରେ ସମ୍ପନ୍ନ ହେଇଯାଇଛି । ଲାଞ୍ଜିଗଡ ଇଷ୍ଟଦେବୀ…

ସକାଳୁ ସକାଳୁ ଜଳଖିଆ ହୋଟେଲ କ୍ୟାବିନତଳୁ ଉଦ୍ଧାର ହେଲା ୨ କିଙ୍ଗ କୋବ୍ରା, ଲୋକେ ଦେଖି….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁର ନିଳାଞ୍ଚଳ ସାହୁଙ୍କ ଜଳଖିଆ ହୋଟେଲର କ୍ୟାବିନତଳୁ କିଙ୍ଗ କୋବ୍ରା ଉଦ୍ଧାର ହୋଇଛି…

ହୋଇପାରେ ଭୟଙ୍କର ଯୁଦ୍ଧ! ଇରାନ ବିରୁଦ୍ଧରେ ଯୁଦ୍ଧ କରିବାକୁ ପ୍ରସ୍ତୁତ ହେଉଛି ଆମେରିକା

ନୂଆଦିଲ୍ଲୀ,୨୯।୩:  ଇରାନ ସହିତ ମାସେ ଧରି ଚାଲିଥିବା ସଂଘର୍ଷର କୌଣସି ଠୋସ୍ ଫଳାଫଳ ମିଳି ନଥିବା ଲକ୍ଷ୍ୟ କରି, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ନୂତନ ପ୍ରସ୍ତୁତି…

ଦୋକାନ-ରାଜପଥ ବନ୍ଦ, ବିବାହ ଉପରେ ପ୍ରତିବନ୍ଧକ… ଲାଗିଲା ‘ସ୍ମାର୍ଟ ଲକଡାଉନ’, କେମିତି ହେବ ଲାଗୁ ଜାଣନ୍ତୁ

ଇସଲାମାବାଦ,୨୯।୩: ଇରାନ ସହିତ ସଂଘର୍ଷ ପରେ, ଏକ ବିଶ୍ୱ ତୈଳ ସଙ୍କଟ ଦେଖାଦେଇଛି। ଏହି ତୈଳ ସଙ୍କଟ ଯୋଗୁ, ପାକିସ୍ତାନର ଆର୍ଥିକ ସ୍ଥିତି ବହୁତ ଖରାପ ହୋଇଛି।…

ବିରାଟ କୋହଲିଙ୍କୁ ନେଇ ବଡ଼ କଥା କହିଲେ ପୂର୍ବତନ କ୍ରିକେଟର

ନୂଆଦିଲ୍ଲୀ,୨୯।୩: ଭାରତର ଷ୍ଟାର ବ୍ୟାଟସମ୍ୟାନ ବିରାଟ କୋହଲି ପୁଣିଥରେ ତାଙ୍କ ବ୍ୟାଟ ସହିତ ଧମାଲ କରିଛନ୍ତି। IPL 2026 ର ଉଦଘାଟନୀ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର…

ପଶ୍ଚିମବଙ୍ଗରେ ଗର୍ଜିଲେ ଦିଦି, ଭାଜପାକୁ ଟାର୍ଗେଟ କରି କହିଲେ ନନଭେଜ୍…..

ନୂଆଦିଲ୍ଲୀ,୨୯।୩:  ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ସମସ୍ତ ରାଜନୈତିକ ଦଳ ସେମାନଙ୍କର ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଶାସକ ତୃଣମୂଳ କଂଗ୍ରେସ (TMC) ପକ୍ଷରୁ ମୁଖ୍ୟମନ୍ତ୍ରୀ…

ଯୁଦ୍ଧ ଭିତରେ ପାକିସ୍ତାନକୁ ଲାଗିଲା ଶକ୍ତ ଝଟକା!

ଇସଲାମାବାଦ,୨୯।୩: ପାକିସ୍ତାନ ସରକାର କ୍ରମାଗତ ପଞ୍ଚମ ଥର ପାଇଁ ବିମାନ ଇନ୍ଧନର ମୂଲ୍ୟ ବୃଦ୍ଧି କରିଛନ୍ତି। ଏହି ବୃଦ୍ଧି ଗତ ୨୮ ଦିନ ମଧ୍ୟରେ ଘଟିଛି ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri