ବିଦ୍ୟାଳୟ ମିଶ୍ରଣ ପ୍ରତିବାଦରେ ଆନ୍ଦୋଳନ

କେନ୍ଦୁଝର,୪।୧(ସ୍ବ.ପ୍ର.): ହରିଚନ୍ଦନପୁର ବ୍ଲକ ଧଳପୁର ଗ୍ରାମର ଗୋପବନ୍ଧୁ ପ୍ରାଥମିକ ବିଦ୍ୟାଳୟକୁ ବନ୍ଦ ନ କରିବା ଦାବିରେ ଏବଂ ବିଦ୍ୟାଳୟ ମିଶ୍ରଣ ପ୍ରତିବାଦରେ ଧଳପୁର ଗ୍ରାମର ଅଭିଭାବକ ଓ ଗ୍ରାମବାସୀ ସୋମବାର ଜିଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠରେ ଲିଖିତ ଅଭିଯୋଗ କରିଛନ୍ତି। ଏନେଇ ବ୍ୟାନର ଧରି ଏକ ଶୋଭାଯାତ୍ରାରେ ଜିଲାପାଳଙ୍କ ଅଫିସ ସମ୍ମୁଖରେ ଏକାଠି ହୋଇ ଦାବିପତ୍ର ପ୍ରଦାନ କରିଛନ୍ତି। ଏହି ବିଦ୍ୟାଳୟଟି ଦେଢ଼ କିମି ଦୂର ପାଖ ଗ୍ରାମରେ ଥିବା ଧୋଗୋଠ ପ୍ରାଥମିକ ବିଦ୍ୟାଳୟରେ ମିଶ୍ରଣ ପାଇଁ ବ୍ଲକ ଶିକ୍ଷା ଅଧିକାରୀଙ୍କ ଠାରୁ ଜାଣିବା ପରେ ଏଭଳି ଆନ୍ଦୋଳନ କରୁଥିବା କହିଛନ୍ତି। ଏହାଦ୍ୱାରା ତିନୋଟି ପଡ଼ାର ପିଲାମାନେ ଅସୁବିଧାର ସମ୍ମୁଖୀନ ହେବେ। ପୁନିଆଁ ଡିହରୁ ତିନି କିମି, ସନ୍ତୋଷପୁର ହଳ ସହିରୁ ଅଢ଼େଇ କିମି, ଧଳପୁର ସାହିରୁ ଦେଢ଼ କିମି ଦୂରରେ ରହିଥିବାରୁ ପିଲାମାନେ ନାନା ସମସ୍ୟାର ସମ୍ମୁଖୀନ ହେବେ ବୋଲି ସେମାନେ କହିଛନ୍ତି। ୨୦୧୯-୨୦ ଶିକ୍ଷା ବର୍ଷରେ ୧୫ ଜଣ ଓ ୧୯୨୦-୨୧ ଶିକ୍ଷାବର୍ଷରେ ୨୬ ଜଣ ପିଲା ପଢୁଛନ୍ତି। ସମସ୍ତେ ଗରିବ ଆଦିବାସୀ ପରିବାରର ହୋଇଥିବାରୁ ଯାତାୟାତ ସୁବିଧାଜନକ ନୁହେଁ ବୋଲି କହିଛନ୍ତି। ଏଣୁ ବିଦ୍ୟାଳୟ ମିଶ୍ରଣ ନ କରିବାକୁ ନିବେଦନ କରିଛନ୍ତି। ଶୁକଦେବ ମହାନ୍ତ, ରମଣୀ ମହାନ୍ତ, ଡମ୍ବରୁ ମହାନ୍ତ, ବୁଧଦେବ ମହାନ୍ତ ପ୍ରମୁଖ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

ସ୍କୁଲରୁ ଘରକୁ ଫେରିବା ବେଳେ ଚାଲିଗଲା ପ୍ରଧାନଶିକ୍ଷକଙ୍କ ଜୀବନ

ପୁରୁଷୋତ୍ତମପୁର,୧୦ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଛକ ନିକଟରେ ବୁଧବାର ସନ୍ଧ୍ୟାରେ ଦୁଇ ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ...

ବାଇକ୍‌ରେ ନେଉଥିଲେ ଶାଳକାଠ, ଗୋଡ଼ାଇ ଗୋଡ଼ାଇ ଧରିଲା ବନ ବିଭାଗ

ବଲାଙ୍ଗୀର,୧୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ବିଭାଗ ପାଟଣାଗଡ଼ ରେଞ୍ଜର କର୍ମଚାରୀମାନେ ପାଟ୍ରୋଲିଂ କରୁଥିବା ବେଳେ ପାଟଣାଗଡ଼ ସେକ୍ସନର ମାନାଇପାଦ ଗ୍ରାମ ନିକଟରୁ ୬ଟି ଶାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri