Posted inଜାତୀୟ

ପାର୍ଲାମେଣ୍ଟ ପରିସରରେ ବିରୋଧୀଙ୍କ ବିକ୍ଷୋଭ

ନୂଆଦିଲ୍ଲୀ, ୨୪ା୩(ପି.ଟି.):ଆଦାନୀ ଗ୍ରୁପ୍‌ ପ୍ରସଙ୍ଗରେ ଯୁଗ୍ମ ସଂସଦୀୟ କମିଟି (ଜେପିସି) ତଦନ୍ତ ଦାବିକରି ଗୁରୁବାର ବିରୋଧୀ ଦଳଗୁଡ଼ିକ ପକ୍ଷରୁ ପାର୍ଲାମେଣ୍ଟ ପରିସରରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ପାର୍ଲାମେଣ୍ଟ ଭବନର ମୁଖ୍ୟ ପ୍ରବେଶ ପଥ ଗେଟ୍‌ ନଂ.୧ ନିକଟରେ ବିରୋଧୀ ନେତାମାନେ ଏକାଠି ହୋଇ ସରକାର ବିରୋଧୀ ସ୍ଲୋଗାନ ଦେବା ସହ ଜେପିସି ତଦନ୍ତ ଲାଗି ଆହ୍ବାନ ଦେଇଥିଲେ। କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ନେତୃତ୍ୱରେ ଅନୁଷ୍ଠିତ ବିକ୍ଷୋଭରେ ବିଭିନ୍ନ ଦଳର ନେତା ସାମିଲ ହୋଇଥିଲେ। ପରେ ବିରୋଧୀ ଏମ୍‌ପିମାନେ ପାର୍ଲାମେଣ୍ଟ ଗେଟ୍‌ଠାରୁ ଆମ୍ବେଡ୍‌କରଙ୍କ ପ୍ରତିମୂର୍ତ୍ତି ପର୍ଯ୍ୟନ୍ତ ପ୍ରତିବାଦ ଶୋଭାଯାତ୍ରାରେ ଯାଇଥିଲେ। ଆଦାନୀ ପ୍ରସଙ୍ଗରେ ଜେପିସି ତଦନ୍ତ ପାଇଁ ସରକାର ରାଜି ନୁହନ୍ତି କାହିଁକି ବୋଲି ସେମାନେ ପ୍ରଶ୍ନ କରିଥିଲେ। ସୂଚନାଯୋଗ୍ୟ, ମାର୍ଚ୍ଚ ୧୩ରୁ ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭ ହୋଇଥିଲାବେଳେ ଆଦାନୀ ପ୍ରସଙ୍ଗର ଜେପିସି ତଦନ୍ତ ଏବଂ ରାହୁଲଙ୍କ ଲଣ୍ଡନ ମନ୍ତବ୍ୟକୁ ନେଇ ପାର୍ଲାମେଣ୍ଟର ଉଭୟ ଗୃହରେ ଅଚଳାବସ୍ଥା ଲାଗି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ହରଦୀପ ସିଂ ପୁରୀଙ୍କ ବଡ଼ ଘୋଷଣା, ଏବେ କମିବନି ପେଟ୍ରୋଲ-ଡିଜେଲ ଦର

ନୂଆଦିଲ୍ଲୀ,୩।୭(ଆଇଏଏନ୍‌ଏସ୍‌): ପେଟ୍ରୋଲ ଓ ଡିଜେଲ ଦର କମିବା ନେଇ ଆଶା ରଖିଥିବା ଗ୍ରାହକଙ୍କୁ ବଡ଼ ଝଟକା ଲାଗିଛି। ଚଳିତ ସମୟରେ ଖୁଚୁରା ମୂଲ୍ୟ ହ୍ରାସ କରିବାର କୌଣସି…

ନାସାର ଘୋଷଣା, ଆମେରିକା ବିଶ୍ୱକପ୍‌ ଜିତିଲେ ଚନ୍ଦ୍ରକୁ ଯିବ ଫୁଟବଲ

ୱାଶିଂଟନ,୩।୭: ଚଳିତ ୨୦୨୬ ଫିଫା ବିଶ୍ୱକପ୍‌ରେ ଆମେରିକା ଦଳର ବିଜୟ ପାଇଁ ଆମେରିକାର ମହାକାଶ ଗବେଷଣା ସଂସ୍ଥା ‘ନାସା’ ଏକ ଅଦ୍ଭୁତ ଏବଂ ରୋମାଞ୍ଚକର ପ୍ରତିଶ୍ରୁତି ଦେଇଛି।…

ପ୍ରକାଶ ପାଇଲା ପିଜି ପ୍ରବେଶିକା ପରୀକ୍ଷା ରେଜଲ୍ଟ, ନାମଲେଖା ସମୟସୂଚୀ…

ଭୁବନେଶ୍ୱର,୨ା୭(ସୁଚିସ୍ମିତା ସାହୁ): ପିଜି ପ୍ରବେଶିକା ପରୀକ୍ଷା ବା କମନ ପିଜି ଏଣ୍ଟ୍ରାନ୍ସ ଟେଷ୍ଟ-୨୦୨୬ ରେଜଲ୍ଟ ଗୁରୁବାର ପ୍ରକାଶ ପାଇଛି। ଛାତ୍ରୀଛାତ୍ର ସାମ୍‌ସ ପୋର୍ଟାଲ ମାଧ୍ୟମରେ ନିଜ ପରୀକ୍ଷାଫଳ…

ଆନ୍ଦୋଳନରତ ଡାକ୍ତରଙ୍କ ବିରୋଧରେ ବଡ଼ ଆକ୍ସନ: ଦରମା ବନ୍ଦ ସହ ଚୁକ୍ତିଭିତ୍ତିକ ଡାକ୍ତରଙ୍କୁ ନୋଟିସ୍‌ ପରେ କାର୍ଯ୍ୟରୁ ନିବୃତ୍ତ ପାଇଁ ନିର୍ଦ୍ଦେଶ !

ଭୁବନେଶ୍ୱର, ୨ା୭: ରାଜ୍ୟରେ ଚାଲିଥିବା ଡାକ୍ତରୀ ଆନ୍ଦୋଳନକୁ ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏକ ବଡ଼ ଏବଂ କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି। ଓଡ଼ିଶା ମେଡିକାଲ ସର୍ଭିସେସ୍‌…

ୟୁଜରନେମ ବିବାଦ: ହ୍ବାଟସଆପ ପରେ, ଆଇଟି ମନ୍ତ୍ରଣାଳୟ ଏବେ ସିଗନାଲ-ଟେଲିଗ୍ରାମକୁ ପଠାଇଛି ନୋଟିସ

ନୂଆଦିଲ୍ଲୀ,୨।୭: ୟୁଜରନେମ ଫିଚରକୁ ନେଇ ବିବାଦ ବଢ଼ିବାରେ ଲାଗିଛି। ହ୍ବାଟସଆପ ପରେ, ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ (MeitY) ଏବେ ଟେଲିଗ୍ରାମ ଏବଂ ସିଗନାଲକୁ ମଧ୍ୟ…

ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା, ୨୫ରେ ରଥ ଉପରେ…

ବରଗଡ଼, ୨ା୭ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲିସ୍ଥିତ ପ୍ରସିଦ୍ଧ ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା ପାଳନ ପାଇଁ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ…

ଟ୍ରକ୍ ମିଳିଲା, ଚପଲ ମିଳିଲା…ହେଲେ ୮ ଦିନ ହେଲା ଡ୍ରାଇଭରଙ୍କ ପତ୍ତା ନାହିଁ, ଭୋକ-ଉପାସରେ ଏ ଥାନାରୁ ସେ ଥାନା ବୁଲି ନୟାନ୍ତ…

ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମର ଜଣେ ଗାଡ଼ି ଚାଳକ ବାପୁଜୀ ସ୍ୱାଇଁ ରହସ୍ୟଜନକ ଭାବେ ନିଖୋଜ ହୋଇଯାଇଛନ୍ତି।…

ଆୟାତୋଲ୍ଲା ଅଲି ଖାମେନେଇଙ୍କ ଅନ୍ତିମ ସଂସ୍କାରରେ ଯୋଗଦେବେ ନାହିଁ ପୁଅ ମୋଜତାବା, ଜାଣନ୍ତୁ କାରଣ

ତେହରାନ,୨।୭: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ପରଲୋକ ପରେ ସମଗ୍ର ଦେଶରେ ଗଭୀର ଶୋକ ପ୍ରକାଶ ପାଇଛି। ରାଜଧାନୀ ତେହରାନରୁ ଆରମ୍ଭ କରି ମଶାଦ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri