ଜୀବନ, ଜୀବିକା ସୁରକ୍ଷା ଦାବିରେ ବିକ୍ଷୋଭ

ବାଲେଶ୍ୱର ଅଫିସ, ୨୯।୮-ବାଲେଶ୍ୱର ଫକୀରମୋହନ ଗୋଲେଇରେ କରୋନା ମହାମାରୀ ସମୟରେ ଜୀବନ ଓ ଜୀବିକାର ସୁରକ୍ଷା ଦାବିରେ ଉତ୍କଳ ମହିଳା ସମିତି, ଅଖିଳ ଭାରତ ଗଣତାନ୍ତ୍ରିକ ମହିଳା ସମିତି ଓ ନ୍ୟାଶନାଲ୍‌ ଫେଡେରେଶନ ଅଫ୍‌ ଇଣ୍ଡିଆନ ଓମେନ୍‌ସ୍‌ ତରଫରୁ ଶତାଧିକ ମହିଳା ଶୁକ୍ରବାର ପୂର୍ବାହ୍ନରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଦାବିଗୁଡିକ ମଧ୍ୟରେ ନିତ୍ୟ ବ୍ୟବହାର୍ଯ୍ୟ ପଦାର୍ଥର ଦରବୃଦ୍ଧି ବନ୍ଦ କରିବା, ପେଟ୍ରୋଲ୍‌, ଡିଜେଲ୍‌ ଓ ଜାଳେଣି ଗ୍ୟାସ୍‌ର ଦରହ୍ରାସ କରିବା, ମହିଳାମାନଙ୍କୁ ସନ୍ଧ୍ୟା ପରେ କାରଖାନାମାନଙ୍କରେ କାମ ନ କରାଇବା, ପ୍ରତି ଥାନାରେ ମହିଳା ଓ ଶିଶୁ ଡେସ୍କକୁ କାର୍ଯ୍ୟକ୍ଷମ କରିବା, ନାରୀ ନିର୍ଯ୍ୟାତନାକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା, ସାଧାରଣ ନିର୍ବାଚନରେ ମହିଳାମାନଙ୍କୁ ୩୩ ଭାଗ ସଂରକ୍ଷଣ ଦେବା ଓ ସ୍ବୟଂ ସହାୟକ ଗୋଷ୍ଠୀମାନଙ୍କଠାରୁ କରୋନା ସଂକଟରେ ଋଣ ଟଙ୍କା ଆଦାୟ ବନ୍ଦ କରିବା ଆଦି ଅନ୍ତର୍ଭୁକ୍ତ। ମହିଳା ସଙ୍ଗଠନ ତରଫରୁ ବନ୍ଦନା ବିଶ୍ୱାସ, ସନ୍ଧ୍ୟା ଦାସ ମଜୁମଦାର, ହରପ୍ରିୟା ଜେନା, ସୁହାଗି ମାଝି, ଶାନ୍ତି ମିଶ୍ର, ଗୁରୁବାରୀ ମାରାଣ୍ଡି, ଆରତୀ ସୋରେନ୍‌, ସୁମିତ୍ରା ସୋରେନ୍‌ ଓ ନିରୁପମା ପାଣ୍ଡିଆ ପ୍ରମୁଖ ବିକ୍ଷୋଭର ନେତୃତ୍ୱ ନେଇଥିଲେ। ବିଭିନ୍ନ ସାମାଜିକ ଓ ଗଣ ସଙ୍ଗଠନ ତରଫରୁ ମହିଳାମାନଙ୍କ ଆନ୍ଦୋଳନକୁ ସମର୍ଥନ କରି ଶ୍ରମିକନେତା ଗୌରାଙ୍ଗ ପାଣିଗ୍ରାହୀ, ଶ୍ୟାମସୁନ୍ଦର ଜେନା, ନିକୁଞ୍ଜ ବସନ୍ତ ରାୟ, ବେଣୁଧର ବାରିକ୍‌, ରମେଶ ଚନ୍ଦ୍ର ପତି ଓ ଯତିନ୍‌ ପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକାଶ ପାଇଲା ଜେଇଇ ମେନ୍‌ ରେଜଲ୍ଟ, ଭବେଶ ପାତ୍ର ଓଡ଼ିଶା ଟପ୍ପର

ଭୁବନେଶ୍ୱର,୧୭ା୨(ସୁଚିସ୍ମିତା ସାହୁ):  ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି ପକ୍ଷରୁ ଯୁଗ୍ମ ପ୍ରବେଶିକା ପରୀକ୍ଷା (ଜେଇଇ) ମେନ୍‌ ୨୦୨୬ ପ୍ରଥମ ସେସନର ପରୀକ୍ଷାଫଳ ସୋମବାର ପ୍ରକାଶ ପାଇଛି। ଜେଇଇ ପେପର-୧…

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏହି ଦିନ ଆସିବ ସୁଭଦ୍ରା ଟଙ୍କା

କାକଟପୁର/ଅସ୍ତରଙ୍ଗ,୧୭।୨ (ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ): ମହିଳାଙ୍କ ପାଇଁ ଖୁସି ଖବର । ଆସନ୍ତା ମାର୍ଚ୍ଚ ୮ରେ ଅନ୍ତର୍ଜାତୀୟ ମହିଳା ଦିବସରେ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା…

ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଉଦ୍ଧାର

ଦେବଗଡ,୧୭।୨(ଶଶାଙ୍କ ଶେଖର ଝାଙ୍କର): ତିଲେଇବଣି ବ୍ଲକ ତଥା ଦେବଗଡ ଥାନା ଅନ୍ତର୍ଗତ ଟାଇଁସର ସ୍ଥିତ ଏକ ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇଛି…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri