ବିଦ୍ୟୁତ୍‌ କାଟ ବନ୍ଦ, ଦର ହ୍ରାସ ଦାବିରେ ବିକ୍ଷୋଭ

ଅନୁଗୋଳ,୨୮।୬(ଅମିତ କୁମାର ସାମଲ): ଅଘୋଷିତ ବିଦ୍ୟୁତ୍‌ କାଟ ବନ୍ଦ ଏବଂ ବର୍ଦ୍ଧିତ ବିଦ୍ୟୁତ୍‌ ଦର ହ୍ରାସ ଦାବିରେ ମଙ୍ଗଳବାର ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଶରତ ପଟ୍ଟନାୟକଙ୍କ ଆହ୍ବାନ କ୍ରମେ ଅନୁଗୋଳ ଜିଲା କଂଗ୍ରେସ ପକ୍ଷରୁ ସଭାପତି ସଂଗ୍ରାମ ମିଶ୍ରଙ୍କ ନେତୃତ୍ୱରେ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। କଂଗ୍ରେସ ଭବନରୁ ଏକ ଶୋଭାଯାତ୍ରା ବାହାରି ବଜାର ଛକ ଦେଇ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚିଥିଲା। ସେଠାରେ ବିକ୍ଷୋଭ ପ୍ରଦର୍ଶନ ପରେ ଜିଲା ସଭାପତି ଏବଂ ସାଧାରଣ ସମ୍ପାଦକ ପ୍ରକାଶ ମିଶ୍ରଙ୍କ ସହ ନେତୃବର୍ଗ ଜିଲାପାଳଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ଅତିରିକ୍ତ ଜିଲାପାଳ (ରାଜସ୍ବ) ରଜନୀକାନ୍ତ ସ୍ବାଇଁଙ୍କୁ ପ୍ରଦାନ କରିଥିଲେ।
ଜିଲା କଂଗ୍ରେସ ସଭାପତି ମିଶ୍ର କହିଛନ୍ତି ବିଦ୍ୟୁତ୍‌ ବିତରଣକାରୀ କମ୍ପାନୀ ଟାଟା ପାଓ୍ବାରର ମନମୁଖି ଓ ଅଘୋଷିତ ବିଜୁଳି କାଟ ଯୋଗୁ ଅନୁଗୋଳ ଜିଲାବାସୀ ଅତିଷ୍ଠ ହୋଇପଡ଼ିଛନ୍ତି। ଅନୁଗୋଳ ଜିଲାରେ ଅନେକ କମ୍ପାନୀ ବିଦ୍ୟୁତ ଉପତ୍ାଦନ କରୁଥିବା ବେଳେ ଏଠାରୁ ଅନ୍ୟ ରାଜ୍ୟକୁ ବିଦ୍ୟୁତ୍‌ ବିକ୍ରି କରାଯାଉଛି। ମାତ୍ର ଅନୁଗୋଳ ଜିଲାବାସୀଙ୍କୁ ବିଦ୍ୟୁତ୍‌ କଷ୍ଟରେ ରହିବାକୁ ପଡୁଛି। ତେଣୁ ଅନୁଗୋଳରେ ବିଦ୍ୟୁତ୍‌ ସମସ୍ୟାର ସମାଧାନ, ଜିଲାବାସୀଙ୍କୁ ବିନା ମୂଲ୍ୟରେ ବିଦ୍ୟୁତ୍‌ ସେବା ପ୍ରଦାନ, ୧୦୦ ୟୁନିଟ୍‌ରୁ ଅଧିକ ବ୍ୟବହାରକାରୀଙ୍କୁ ୫୦ ପ୍ରତିଶତ ଶୁଳ୍କ ରିହାତି ଦିଆଯିବା, ବିଲ୍‌ ଆଦାୟ ବେଳେ ଜୁଲମ ନ କରିବା ଆଦି ଦାବି କରାଯାଇଛି। ତୁରନ୍ତ ଏହା ଉପରେ ପଦକ୍ଷେପ ନିଆ ନ ଗଲେ ଆଗାମୀ ଦିନରେ ଆନ୍ଦୋଳନ କରାଯିବ ବୋଲି ଜିଲା କଂଗ୍ରେସ ସଭାପତି ଚେତାବନୀ ଦେଇଛନ୍ତି। ଏହି କାର୍ଯ୍ୟକ୍ରମରେ କଂଗ୍ରେସ ନେତା ଅମ୍ବିକା ଭଟ୍ଟ, ବଲ୍‌ବୀର ସିଂହ, ଦୁଷ୍ମନ୍ତ ଦଳବେହେରା, ବିଜୟାନନ୍ଦ ଚାଉଳିଆ, ପ୍ରଫୁଲ୍ଲ ଦାସ, କେଶବ ଭୂତିଆ, ଦିଗାମ୍ବର ଗଡନାୟକ, ଅମୂଲ୍ୟ ସାହୁ, ବିମଳ ବେହେରା, ରାକେଶ ମିଶ୍ର, ବିନୋଦ ମାଝି, ହାଡିବନ୍ଧୁ ବିଶ୍ୱାଳ, ଜୟନ୍ତ ସାହୁ, ସୁଶାନ୍ତ ସାମଲ, ଅମୀୟ ସାହୁ, ପ୍ରଦୀପ ନାୟକ, ହେମନ୍ତ ମହାଳିକ, ତପସ୍ବିନୀ ବିଶ୍ୱାଳ, ଟିକନ ବେହେରା, କାଶୀଦା ଖାନ୍‌, ଲୁଟୁ ରଞ୍ଜନ ଥାପା, ଲୁଲୁ ପାଣିଗ୍ରାହୀ, ପ୍ରଦ୍ୟୁମ୍ନ ସାହୁ, ସାହିଲ୍‌ ପ୍ରଧାନ, ସଂଗ୍ରାମ କୁଅଁର ପ୍ରମ୍ମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?