Posted inଜାତୀୟ

ସଂରକ୍ଷଣ ଦାବିରେ ବିକ୍ଷୋଭ

ଭରତପୁର,୨୩।୪: ସରକାରୀ ନିଯୁକ୍ତି ଏବଂ ଶିକ୍ଷାନୁଷ୍ଠାନଗୁଡ଼ିକରେ ଅଲଗା ୧୨ ପ୍ରତିଶତ ସ୍ଥାନ ସଂରକ୍ଷଣ ଦାବି ନେଇ ମାଲି ସମ୍ପ୍ରଦାୟର ସଦସ୍ୟମାନେ ଶନିବାର ଜୋର୍‌ଦାର ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ରାଜସ୍ଥାନର ଭରତପୁରଠାରେ ସେମାନେ ଜୟପୁର-ଆଗ୍ରା ଜାତୀୟ ରାଜପଥକୁ ଅବରୋଧ କରିଥିଲେ। ଗୁଜବ ପ୍ରଚାର ଆଶଙ୍କାରେ ଭରତପୁର ଜିଲା ପ୍ରଶାସନ ୩ ତହସିଲ୍‌ ଅଞ୍ଚଳରେ ୨୪ ଘଣ୍ଟା ପାଇଁ ଇଣ୍ଟରନେଟ୍‌ ସେବା ବନ୍ଦ କରିଦେଇଛି। ବିକ୍ଷୋଭ ଜାରି ରହିଥିବାରୁ ବାଏର, ନାଦବାଇ ଏବଂ ଭୁସାଭର ତହସିଲରେ ଇଣ୍ଟରନେଟ୍‌ ସେବା ବନ୍ଦ କରାଯାଇଥିବା ଭରତପୁର ଡିଭିଜନାଲ କମିଶନର ସନଓ୍ବାରମଲ ବର୍ମା କହିଛନ୍ତି। ଜାତୀୟ ରାଜପଥରେ ଗହଳି କମାଇବା ପାଇଁ ସେଭାର କ୍ରସିଂରୁ ଗାଡ଼ିଗୁଡ଼ିକୁ ଅନ୍ୟ ରୁଟ୍‌ରେ ଛଡ଼ାଯାଉଛି।
ସମ୍ପ୍ରଦାୟର ଲୋକମାନେ ଶୁକ୍ରବାର ବିକ୍ଷୋଭ କରିବା ସହ ପୋଲିସ ଉପରକୁ ଟେକାମାଡ଼ କରିଥିଲେ। ସେମାନଙ୍କୁ ଘଉଡ଼ାଇବାକୁ ଯାଇ ପୋଲିସ ଲୁହବୁହା ଗ୍ୟାସ୍‌ ଛାଡ଼ିଥିଲା। ମାଲି ସମ୍ପ୍ରଦାୟ ଓବିସି ବର୍ଗରେ ଆସୁଛନ୍ତି। ସେମାନେ ୧୨ ପ୍ରତିଶତ ସ୍ବତନ୍ତ୍ର ସଂରକ୍ଷଣ ଲାଗି ଦାବି ଉଠାଇ ଜାତୀୟ ରାଜପଥ ଅବରୋଧ କରିବେ ବୋଲି ଘୋଷଣା କରିଥିଲେ। ଆନ୍ଦୋଳନକୁ ଦୃଷ୍ଟିରେ ରଖି ପୋଲିସ ଜାତୀୟ ରାଜପଥକୁ ସଂଯୋଗ କରୁଥିବା ବିଭିନ୍ନ ରାସ୍ତାରେ ବ୍ୟାରିକେଡ୍‌ କରିଥିଲା। ଶୁକ୍ରବାର ସାମାଜିକ ନ୍ୟାୟ ଓ ସଶକ୍ତୀକରଣ ବିଭାଗର ଅଧିକାରୀମାନେ ଜୟପୁରରେ ମାଲି ସମ୍ପ୍ରଦାୟର ପ୍ରତିନିଧିମାନଙ୍କ ସହ ବୈଠକ ଡାକି ଆଲୋଚନା କରିଥିଲେ। ପ୍ରତିନିଧିମାନେ ବୈଠକରେ ୧୨% କୋଟା ସାଙ୍ଗକୁ ସ୍ବତନ୍ତ୍ର ଲବକୁଶ କଲ୍ୟାଣ ବୋର୍ଡ, ସେମାନଙ୍କ ପିଲାମାନଙ୍କ ପାଇଁ ହଷ୍ଟେଲ ସୁବିଧା ଆଦି ଦାବି ଉଠାଇଥିଲେ। ଗତବର୍ଷ ଜୁନ୍‌ରେ ମାଲି ସମ୍ପ୍ରଦାୟ ଅନୁରୂପ ବିକ୍ଷୋଭ କରିଥିବାବେଳେ ପ୍ରତିଶ୍ରୁତି ପରେ ସେମାନେ ଓହରିଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ସୁଭଦ୍ରାକୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଏପ୍ରିଲ ୧ରୁ ନୂଆ ଆବେଦନ, ଏଥିରେ ସାମିଲ ହେବେ…

ଭୁବନେଶ୍ୱର,୨୮ା୩: ସୁଭଦ୍ରା ଯୋଜନାକୁ ନେଇ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏପ୍ରିଲ ୧ରୁ ନୂଆ ସୁଭଦ୍ରା ପଞ୍ଜୀକରଣ ଆରମ୍ଭ ହେବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା…

ସରକାରଙ୍କ ବଡ଼ ଘୋଷଣା, ପହିଲାରୁ ସ୍କୁଲରେ ଖରାଛୁଟି, ଜାଣନ୍ତୁ କେଉଁଠି…

ନୂଆଦିଲ୍ଲୀ,୨୮।୩: ଏପ୍ରିଲ ଆରମ୍ଭ ନ ହେଉଣୁ ତାତି ତାର କରାଳ ରୂପ ଦେଖାଇଲାଣି । ସ୍ଥିତି ଏମିତି ହେଲାଣି ଯେ, ଘରୁ ବାହାରିବା ମଧ୍ୟ ମୁସ୍କିଲ ହୋଇପଡ଼ିଲାଣି…

ସରିଲା ଯୁକ୍ତ ୨ ପରୀକ୍ଷା: ୪୫ ଦିନ ଭିତରେ ପ୍ରକାଶ ପାଇବ ରେଜଲ୍ଟ

ଭୁବନେଶ୍ୱର,୨୮ା୩: ଶନିବାର ସରିଛି ସିଏଚ୍‌ସିଇ ପରିଚାଳିତ +୨ ବର୍ଗର ସମସ୍ତ ପରୀକ୍ଷା। ତେବେ ଆସନ୍ତା ୪୦ରୁ ୪୫ ଦିନ ଭିତରେ ରେଜଲ୍ଟ ପ୍ରକାଶ ପାଇବ ବୋଲି କହିଛନ୍ତି…

ଯୁଦ୍ଧ ସ୍ଥିତିକୁ ନେଇ ପ୍ରଧାନମନ୍ତ୍ରୀଙ୍କ ବଡ଼ ଘୋଷଣା: ପ୍ରତି ୨ ମିନିଟ୍‌ରେ…

ନୂଆଦିଲ୍ଲୀ,୨୮ା୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଗୌତମ ବୁଦ୍ଧ ନଗର ଜିଲା ଜେଓ୍ବାରରେ ନୋଇଡା ଅନ୍ତର୍ଜାତୀୟ ବିମାନବନ୍ଦରର ପ୍ରଥମ ପର୍ଯ୍ୟାୟ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ…

ଯୁଦ୍ଧ ମଧ୍ୟରେ ଦେଶବାସୀଙ୍କୁ ବଡ଼ ଭରସା ଦେଲେ ପ୍ରଧାନମନ୍ତ୍ରୀ, କହିଲେ ଆପଣଙ୍କ ଉପରେ ଲଦିବୁ ନାହିଁ…

ନୂଆଦିଲ୍ଲୀ,୨୮।୩: ଯେତେବେଳେ ଆମେରିକା ଏବଂ ଇସ୍ରାଏଲ ଇରାନ ଉପରେ ଆକ୍ରମଣ ଆରମ୍ଭ କଲେ, କେହି ଭାବି ନଥିଲେ ଯେ ଏହା ଏକ ବିଶ୍ୱ ସଙ୍କଟରେ ପରିଣତ ହେବ।…

ଯୁଦ୍ଧ ଭିତରେ ଭାରତ ପାଇଁ ଆସିଲା ଆଉ ଏକ ଖୁସି ଖବର

ନୂଆଦିଲ୍ଲୀ,୨୮।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ଚାଲିଥିବା ବିବାଦ ପରେ ମଧ୍ୟପ୍ରାଚ୍ୟରେ ପ୍ରବଳ ଉତ୍ତେଜନା ରହିଛି। ଫଳସ୍ବରୂପ, ହର୍ମୁଜ ପ୍ରଣାଳୀକୁ ବନ୍ଦ କରିଦିଆଯାଇଛି। ତଥାପି, ଇରାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri