Posted inଜାତୀୟ

ସଂରକ୍ଷଣ ଦାବିରେ ବିକ୍ଷୋଭ

ଭରତପୁର,୨୩।୪: ସରକାରୀ ନିଯୁକ୍ତି ଏବଂ ଶିକ୍ଷାନୁଷ୍ଠାନଗୁଡ଼ିକରେ ଅଲଗା ୧୨ ପ୍ରତିଶତ ସ୍ଥାନ ସଂରକ୍ଷଣ ଦାବି ନେଇ ମାଲି ସମ୍ପ୍ରଦାୟର ସଦସ୍ୟମାନେ ଶନିବାର ଜୋର୍‌ଦାର ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ରାଜସ୍ଥାନର ଭରତପୁରଠାରେ ସେମାନେ ଜୟପୁର-ଆଗ୍ରା ଜାତୀୟ ରାଜପଥକୁ ଅବରୋଧ କରିଥିଲେ। ଗୁଜବ ପ୍ରଚାର ଆଶଙ୍କାରେ ଭରତପୁର ଜିଲା ପ୍ରଶାସନ ୩ ତହସିଲ୍‌ ଅଞ୍ଚଳରେ ୨୪ ଘଣ୍ଟା ପାଇଁ ଇଣ୍ଟରନେଟ୍‌ ସେବା ବନ୍ଦ କରିଦେଇଛି। ବିକ୍ଷୋଭ ଜାରି ରହିଥିବାରୁ ବାଏର, ନାଦବାଇ ଏବଂ ଭୁସାଭର ତହସିଲରେ ଇଣ୍ଟରନେଟ୍‌ ସେବା ବନ୍ଦ କରାଯାଇଥିବା ଭରତପୁର ଡିଭିଜନାଲ କମିଶନର ସନଓ୍ବାରମଲ ବର୍ମା କହିଛନ୍ତି। ଜାତୀୟ ରାଜପଥରେ ଗହଳି କମାଇବା ପାଇଁ ସେଭାର କ୍ରସିଂରୁ ଗାଡ଼ିଗୁଡ଼ିକୁ ଅନ୍ୟ ରୁଟ୍‌ରେ ଛଡ଼ାଯାଉଛି।
ସମ୍ପ୍ରଦାୟର ଲୋକମାନେ ଶୁକ୍ରବାର ବିକ୍ଷୋଭ କରିବା ସହ ପୋଲିସ ଉପରକୁ ଟେକାମାଡ଼ କରିଥିଲେ। ସେମାନଙ୍କୁ ଘଉଡ଼ାଇବାକୁ ଯାଇ ପୋଲିସ ଲୁହବୁହା ଗ୍ୟାସ୍‌ ଛାଡ଼ିଥିଲା। ମାଲି ସମ୍ପ୍ରଦାୟ ଓବିସି ବର୍ଗରେ ଆସୁଛନ୍ତି। ସେମାନେ ୧୨ ପ୍ରତିଶତ ସ୍ବତନ୍ତ୍ର ସଂରକ୍ଷଣ ଲାଗି ଦାବି ଉଠାଇ ଜାତୀୟ ରାଜପଥ ଅବରୋଧ କରିବେ ବୋଲି ଘୋଷଣା କରିଥିଲେ। ଆନ୍ଦୋଳନକୁ ଦୃଷ୍ଟିରେ ରଖି ପୋଲିସ ଜାତୀୟ ରାଜପଥକୁ ସଂଯୋଗ କରୁଥିବା ବିଭିନ୍ନ ରାସ୍ତାରେ ବ୍ୟାରିକେଡ୍‌ କରିଥିଲା। ଶୁକ୍ରବାର ସାମାଜିକ ନ୍ୟାୟ ଓ ସଶକ୍ତୀକରଣ ବିଭାଗର ଅଧିକାରୀମାନେ ଜୟପୁରରେ ମାଲି ସମ୍ପ୍ରଦାୟର ପ୍ରତିନିଧିମାନଙ୍କ ସହ ବୈଠକ ଡାକି ଆଲୋଚନା କରିଥିଲେ। ପ୍ରତିନିଧିମାନେ ବୈଠକରେ ୧୨% କୋଟା ସାଙ୍ଗକୁ ସ୍ବତନ୍ତ୍ର ଲବକୁଶ କଲ୍ୟାଣ ବୋର୍ଡ, ସେମାନଙ୍କ ପିଲାମାନଙ୍କ ପାଇଁ ହଷ୍ଟେଲ ସୁବିଧା ଆଦି ଦାବି ଉଠାଇଥିଲେ। ଗତବର୍ଷ ଜୁନ୍‌ରେ ମାଲି ସମ୍ପ୍ରଦାୟ ଅନୁରୂପ ବିକ୍ଷୋଭ କରିଥିବାବେଳେ ପ୍ରତିଶ୍ରୁତି ପରେ ସେମାନେ ଓହରିଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା କଂଗ୍ରେସ

ଚଣ୍ଡିଗଡ଼,୨୫।୪: ହରିୟାଣାର ୮ଟି ଲୋକ ସଭା ଆସନ ପାଇଁ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଛି। କୁମାରୀ ଶୈଳଜାଙ୍କୁ ସିରସା, ରୋହତକରୁ ଦିପେନ୍ଦ୍ର ସିଂ ହୁଡା, ଅମ୍ବାଲାରୁ...

କେଜରିଓ୍ବାଲ ଜେଲରୁ ନ ଆସିବା ପର୍ଯ୍ୟନ୍ତ ହେବ ନାହିଁ ମେୟର ନିର୍ବାଚନ? ଏଲଜି ଦେଲେ ଏହି ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୫।୪: ଅନୁମାନ କରାଯାଉଛି ଯେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଜେଲରୁ ବାହାରିବା ପର୍ଯ୍ୟନ୍ତ ଏମସିଡି ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ହୋଇ...

ସ୍ଥଗିତ ରହିଲା ଏମସିଡି ମେୟର, ଡେପୁଟି ମେୟର ନିର୍ବାଚନ

ନୂଆଦିଲ୍ଲୀ,୨୫।୪: ଏପ୍ରିଲ ୨୬ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ମ୍ୟୁନିସିପାଲିଟି କର୍ପୋରେସନ ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ସ୍ଥଗିତ ରଖାଯାଇଛି। ଏହାର କାରଣ...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପ୍ରସ୍ତୁତି ଶେଷ: ରାହୁଲ, ଓମ୍‌ ବିର୍ଲା, ହେମା ମାଳିନୀଙ୍କ ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୨୫ା୪: ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ। ୧୩ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ୮୮ ଆସନରେ ମତଦାନ ହେବ। ଏହି ପର୍ଯ୍ୟାୟରେ କଂଗ୍ରେସ...

ଅଣ୍ଡା, ଚିକେନ ଖାଉଥିବା ଲୋକେ ହୁଅନ୍ତୁ ସାବଧାନ

ନୂଆଦିଲ୍ଲୀ,୨୫।୪: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରେ ବାର୍ଡଫ୍ଲୁ ରୋଗ ସଂକ୍ରମଣ ହୋଇଥିବା ଜଣାପଡିଛି। ସେଠାରେ ଅନେକ ନମୁନା ପରୀକ୍ଷା କରାଯାଇଥିଲା ଯେଉଁଥିରେ ଏଭିୟନ ଇନଫ୍ଲୁଏନଞ୍ଜା H5N1 ଚିହ୍ନଟ...

ନିର୍ବାଚନ ଲଢିବେ କଳ୍ପନା

ରାଞ୍ଚି,୨୫।୪: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସ୍ତ୍ରୀ କଳ୍ପନା ସୋରେନ ନିର୍ବାଚନ ମଇଦାନରେ ପ୍ରବେଶ କରିଛନ୍ତି। ଗାଂଡେୟ ବିଧାନସଭା ଆସନରୁ ଉପ-ନିର୍ବାଚନରେ ଝାଡ଼ଖଣ୍ଡ ମୁକ୍ତି...

୧୧ ବର୍ଷ ହେବ ଜେଲରେ ବନ୍ଦୀଥିବା ଝିଅକୁ ଭେଟିବାକୁ ଭାରତରୁ ୟେମେନ ପହଞ୍ଚିଲେ ମା’, ହତ୍ୟା ମାମଲାରେ ମିଳିଛି ମୃତ୍ୟୁଦଣ୍ଡ

ନୂଆଦିଲ୍ଲୀ/ସନା,୨୫।୪: ଦୀର୍ଘ ୧୧ ବର୍ଷ ଧରି ୟେମେନ ଜେଲରେ ବନ୍ଦୀ ଥିବା ଝିଅକୁ ଭେଟିବା ପାଇଁ ତାଙ୍କ ମା’ ଭାରତରୁ ୟେମେନ ଆସିଥିଲେ। ଦୁହେଁ ପରସ୍ପରକୁ...

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା ବିଏସପି, ରାଏବରେଲିରୁ ଲଢିବେ…

ଲକ୍ଷ୍ନୌ,୨୫।୪: ଉତ୍ତରପ୍ରଦେଶରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ ବହୁଜନ ସମାଜ ପାର୍ଟି (ବିଏସପି) ଗୁରୁବାର ଆଉ ଏକ ପ୍ରାର୍ଥୀ ତାଲିକା ଜାରି କରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri