ତହସିଲଦାରଙ୍କ ବଦଳି ଦାବିରେ ବିକ୍ଷୋଭ

ଗଞ୍ଜାମ,୧୨ା୭(ଡି.ଏନ୍‌.ଏ.): ବିଭିନ୍ନ ବିବାଦରେ ଛନ୍ଦି ହୋଇ ପଡ଼ିଥିବା ଗଞ୍ଜାମ ତହସିଲଦାର ଅରୁଣ କୁମାର ନାୟକଙ୍କ ପାଇଁ ଅଡୁଆ ଏବେ ଦିନକୁ ଦିନ ବଢ଼ିବାରେ ଲାଗିଛି। ତ୍ରିବେଣୀ ମଠ ଛକଠାରେ ଦୀର୍ଘ ୭୦ ବର୍ଷରୁ ଊର୍ଦ୍ଧ୍ୱ ରହିଆସୁଥିବା କନ୍ଧ ଶତପଥୀଙ୍କ ଘର ଭାଙ୍ଗିବାକୁ ଜେସିବି ମେଶିନ ଧରି ଆସିଥିବା ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ସ୍ଥାନୀୟ ଅଞ୍ଚଳବାସୀ ଏହାର ଘୋର ବିରୋଧ କରିଥିଲେ। ତା’ ପରଠାରୁ ତହସିଲଦାର ଓ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଆରମ୍ଭ ହୋଇଥିଲା ଶୀତଳ ଯୁଦ୍ଧ। ଏନେଇ ତହସିଲଦାରଙ୍କ ଅନ୍ୟାୟ, ଦୁର୍ନୀତି ଓ ଆକ୍ରୋଶ ମୂଳକ କାର୍ଯ୍ୟକୁ ପ୍ରତିବାଦ କରି ମଙ୍ଗଳବାର ବିକ୍ଷୋଭ କରିଛନ୍ତି ଅଞ୍ଚଳବାସୀ। ବିକ୍ଷୋଭକାରୀମାନେ ତହସିଲଦାର ହଟାଓ ଗଞ୍ଜାମ ବଞ୍ଚାଓ ଦାବିରେ ଏନ୍‌ଏସି ଅଫିସ ଆଗରୁ ଏକତ୍ରିତ ହୋଇ ଏକ ଶୋଭାଯାତ୍ରାରେ ବାହାରି ତ୍ରିବେଣୀ ମଠ ଛକ ଦେଇ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣାରେ ବସିଥିଲେ। ତହସିଲଦାରଙ୍କ ତୁରନ୍ତ ବଦଳି ଦାବି ନେଇ ଅଞ୍ଚଳବାସୀଙ୍କ ପକ୍ଷରୁ ଗଞ୍ଜାମ ବନ୍ଦ ଡାକରା ଦିଆଯାଇଥିଲା।

ଏହି ବିକ୍ଷୋଭରେ ଆଇନଜୀବୀ ଦିଲ୍ଲୀପ କୁମାର ପଟ୍ଟନାୟକ, ଲକ୍ଷ୍ମୀ ଚରଣ ପାଢ଼ୀ, ସୁଦାମ ଚରଣ ଜେନା, ସନ୍ତୋଷ ଗୌଡ଼, ଭଗବାନ ପ୍ରଧାନ, ଟୁନା ଶତପଥୀ,ଶୁଭ ପଟ୍ଟନାୟକ, ଗୌରୀ ପାଢ଼ୀ, ଅରୁଣ ପଣ୍ଡା, ଦାଶରଥି ଦୋରା, ଶ୍ରୀକାନ୍ତ ପଣ୍ଡାଙ୍କ ସମେତ ବ୍ୟବସାୟୀମାନେ ଯୋଗ ଦେଇଥିଲେ। ଦୁର୍ନୀତିଗ୍ରସ୍ତ ତହସିଲଦାରଙ୍କୁ ବଦଳି ପାଇଁ ଜିଲାପାଳ, ଉପଜିଲାପାଳଙ୍କୁ ଲିଖିତ ଭାବେ ଅବଗତ କରାଯାଇଛି। ଯଦି ଏକ ସପ୍ତାହ ମଧ୍ୟରେ ଏହା କାର୍ଯ୍ୟକାରୀ ନ ହୁଏ ତା’ହେଲେ ଆନ୍ଦୋଳନକୁ ଆହୁରି ତୀବ୍ର କରାଯିବ ବୋଲି ବିକ୍ଷୋଭକାରୀ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାଙ୍କ ଶାଖା କାର୍ଯ୍ୟାଳୟ ସ୍ଥାନାନ୍ତରକୁ ନେଇ ବିବାଦ ଘନେଇଲା,ତହସିଲଦାରଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୧୦। ୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମରେ ଥିବା ଇଣ୍ଡିଆନ୍ ଓଭରସିଜ ବ୍ୟାଙ୍କ ଶାଖା କାର୍ଯ୍ୟାଳୟ ସ୍ଥାନାନ୍ତରକୁ ନେଇ ଗ୍ରାମର ଦୁଇ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

୧୭ରେ ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଲ ସଂଘ ନିର୍ବାଚନ: ନାମାଙ୍କନ କଲେ ୩୬ ପ୍ରାର୍ଥୀ…

ଛତ୍ରପୁର,୧୦ା୧୦ (ଦିଲୀପ ସାମଲ)-ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଲ ସଂଘର କର୍ମକର୍ତ୍ତା ନିର୍ବାଚନ ଫେବୃଆରୀ ୧୭ ତାରିଖରେ ଅନୁଷ୍ଠିତ ହେବ। ସଂଘର ବିଭିନ୍ନ ପଦ ପଦବୀ…

ଶକ୍ତି ଉତ୍ତୋଳନରେ ରାୟଗଡ଼ା ଜିଲା କ୍ରୀଡ଼ାବିତ୍‌ଙ୍କ ବାଜିମାତ୍‌: ୩ଦିନରେ ୫ ସ୍ୱର୍ଣ୍ଣ, ୪ ରୌପ୍ୟ ଏବଂ ଗୋଟିଏ କାଂସ୍ୟ ପଦକ…

ରାୟଗଡ଼ା,୧୦।୨(ଆଶିଷ ରଞ୍ଜନ ପଣ୍ଡା)- ଓଡ଼ିଶା ଶକ୍ତି ଉତ୍ତୋଳନ ସଂଘ ପକ୍ଷରୁ ଭୁବନେଶ୍ୱର ସ୍ଥିତ ଉତ୍କଳ କରାଟେ ବିଦ୍ୟାଳୟଠାରେ ୬ରୁ ୮ ତାରିଖ ତିନିଦିନିଆ ୩୨ତମ ରାଜ୍ୟ ଶକ୍ତି…

ରାୟଗଡ଼ା କୋର୍ଟରେ ହାଜର ହେଲେ ମାଓବାଦୀ ନେତା ଆଜାଦ୍‌: ବନ୍ଧୁକ ମୁନରେ ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର…

ରାୟଗଡ଼ା,୧୦।୨(ଆଶିଷ ରଞ୍ଜନ ପଣ୍ଡା)-ନାବାଳିକାଙ୍କୁ ବଳାତ୍କାର ଓ ନିର୍ଯାତନା ଅଭିଯୋଗ ମାମଲାରେ ମାଓବାଦୀ ନେତା ଆଜାଦ୍‌ ଓରଫ୍‌ ଦୁନା କେଶବ ରାଓ ମଙ୍ଗଳବାର ରାୟଗଡ଼ା ପୋକ୍‌ସୋ କୋର୍ଟରେ ହାଜର…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

ବରଗଡ଼ରେ ବିଗୁଡୁଛି ଆଇନ ଶୃଙ୍ଖଳା: ତାତିଲା ଓକିଲ ସଂଘ,ଏସ୍‌ପିଙ୍କ ବଦଳି ଦାବିରେ…

ବରଗଡ଼,୧୦।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ଭୁଶୁଡ଼ି ପଡ଼ିଛି। ଦିନ ଦ୍ୱିପ୍ରହରରେ ଲୁଟ୍‌ପାଟ୍‌ ହେଉଛି। ବିଚ୍‌ରାସ୍ତା ଉପରେ ଜନଗହଳି ସ୍ଥାନରେ ହତ୍ୟାକାଣ୍ଡ ଘଟୁଛି। ଏଭଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri