ତହସିଲଦାରଙ୍କ ବଦଳି ଦାବିରେ ବିକ୍ଷୋଭ

ଗଞ୍ଜାମ,୧୨ା୭(ଡି.ଏନ୍‌.ଏ.): ବିଭିନ୍ନ ବିବାଦରେ ଛନ୍ଦି ହୋଇ ପଡ଼ିଥିବା ଗଞ୍ଜାମ ତହସିଲଦାର ଅରୁଣ କୁମାର ନାୟକଙ୍କ ପାଇଁ ଅଡୁଆ ଏବେ ଦିନକୁ ଦିନ ବଢ଼ିବାରେ ଲାଗିଛି। ତ୍ରିବେଣୀ ମଠ ଛକଠାରେ ଦୀର୍ଘ ୭୦ ବର୍ଷରୁ ଊର୍ଦ୍ଧ୍ୱ ରହିଆସୁଥିବା କନ୍ଧ ଶତପଥୀଙ୍କ ଘର ଭାଙ୍ଗିବାକୁ ଜେସିବି ମେଶିନ ଧରି ଆସିଥିବା ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ସ୍ଥାନୀୟ ଅଞ୍ଚଳବାସୀ ଏହାର ଘୋର ବିରୋଧ କରିଥିଲେ। ତା’ ପରଠାରୁ ତହସିଲଦାର ଓ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଆରମ୍ଭ ହୋଇଥିଲା ଶୀତଳ ଯୁଦ୍ଧ। ଏନେଇ ତହସିଲଦାରଙ୍କ ଅନ୍ୟାୟ, ଦୁର୍ନୀତି ଓ ଆକ୍ରୋଶ ମୂଳକ କାର୍ଯ୍ୟକୁ ପ୍ରତିବାଦ କରି ମଙ୍ଗଳବାର ବିକ୍ଷୋଭ କରିଛନ୍ତି ଅଞ୍ଚଳବାସୀ। ବିକ୍ଷୋଭକାରୀମାନେ ତହସିଲଦାର ହଟାଓ ଗଞ୍ଜାମ ବଞ୍ଚାଓ ଦାବିରେ ଏନ୍‌ଏସି ଅଫିସ ଆଗରୁ ଏକତ୍ରିତ ହୋଇ ଏକ ଶୋଭାଯାତ୍ରାରେ ବାହାରି ତ୍ରିବେଣୀ ମଠ ଛକ ଦେଇ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣାରେ ବସିଥିଲେ। ତହସିଲଦାରଙ୍କ ତୁରନ୍ତ ବଦଳି ଦାବି ନେଇ ଅଞ୍ଚଳବାସୀଙ୍କ ପକ୍ଷରୁ ଗଞ୍ଜାମ ବନ୍ଦ ଡାକରା ଦିଆଯାଇଥିଲା।

ଏହି ବିକ୍ଷୋଭରେ ଆଇନଜୀବୀ ଦିଲ୍ଲୀପ କୁମାର ପଟ୍ଟନାୟକ, ଲକ୍ଷ୍ମୀ ଚରଣ ପାଢ଼ୀ, ସୁଦାମ ଚରଣ ଜେନା, ସନ୍ତୋଷ ଗୌଡ଼, ଭଗବାନ ପ୍ରଧାନ, ଟୁନା ଶତପଥୀ,ଶୁଭ ପଟ୍ଟନାୟକ, ଗୌରୀ ପାଢ଼ୀ, ଅରୁଣ ପଣ୍ଡା, ଦାଶରଥି ଦୋରା, ଶ୍ରୀକାନ୍ତ ପଣ୍ଡାଙ୍କ ସମେତ ବ୍ୟବସାୟୀମାନେ ଯୋଗ ଦେଇଥିଲେ। ଦୁର୍ନୀତିଗ୍ରସ୍ତ ତହସିଲଦାରଙ୍କୁ ବଦଳି ପାଇଁ ଜିଲାପାଳ, ଉପଜିଲାପାଳଙ୍କୁ ଲିଖିତ ଭାବେ ଅବଗତ କରାଯାଇଛି। ଯଦି ଏକ ସପ୍ତାହ ମଧ୍ୟରେ ଏହା କାର୍ଯ୍ୟକାରୀ ନ ହୁଏ ତା’ହେଲେ ଆନ୍ଦୋଳନକୁ ଆହୁରି ତୀବ୍ର କରାଯିବ ବୋଲି ବିକ୍ଷୋଭକାରୀ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

ଶ୍ରୀସନ୍ନ୍ୟାସୀ ଜୀଙ୍କୁ ରାଜ୍ୟସ୍ତରୀୟ ଆଧ୍ୟାତ୍ମିକ ପ୍ରବକ୍ତା ସମ୍ମାନ

କଟକ,୨୬ା୪: କଟକ ମହାନଗର ନିଗମର ୫୮ ନମ୍ବର ଓ୍ବାର୍ଡ ଅନ୍ତର୍ଗତ ପ୍ରତାପନଗରୀସ୍ଥିତ ମା’ ଧାକୁଲେଇଙ୍କ ପୀଠରେ ଗୁରୁବାର ଓଡ଼ିଶାର ପ୍ରସିଦ୍ଧ ବାଣଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଯାତ୍ରା...

ସରିଲା ନାମାଙ୍କନ: ବିଧାନସଭା ପାଇଁ ନୂଆପଡ଼ାରେ ୯, ଖଡ଼ିଆଳରେ ୬ ପ୍ରାର୍ଥୀ

ନୂଆପଡ଼ା,୨୬ା୪(ମକାରୁ ବେମାଲ): ନାମାଙ୍କନର ଶେଷ ଦିନରେ ନୂଆପଡ଼ା ଏବଂ ଖଡିଆଳ ନିର୍ବାଚନ ମଣ୍ଡଳୀର ୪ ବିଧାୟକ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ନୂଆପଡା ନିର୍ବାଚନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri