ପ୍ରସ୍ତାବିତ ମେଗା ଷ୍ଟିଲ୍‌ପ୍ଲାଣ୍ଟ ପାଇଁ ଗ୍ରାମସଭା ଚାଲିଥିବାବେଳେ ଧସ୍ତାଧସ୍ତି, ଏକର ପିଛା ଏତିକି କୋଟି ଦାବି କରି…

ପାଟଣା,୨୦ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅଞ୍ଚଳରେ ପ୍ରସ୍ତାବିତ ମେଗା ଷ୍ଟିଲ୍‌ ପ୍ଲାଣ୍ଟ୍‌ ପ୍ରତିଷ୍ଠା ପାଇଁ ଶୁକ୍ରବାର ଚେମଣା ପଞ୍ଚାୟତ ଧନୁର୍ଜୟପୁର ଗ୍ରାମ ସ୍କୁଲ ପଡ଼ିଆରେ ଚତୁର୍ଥ ଗ୍ରାମସଭା ଅନୁଷ୍ଠିତ ହୋଇଛି।
ତେବେ ଶୁକ୍ରବାର ସକାଳୁ ଚେମଣା ପଞ୍ଚାୟତର ଧନୁର୍ଜୟପୁରରେ ଗ୍ରାମସଭାକୁ ଶାନ୍ତିପୂର୍ଣ୍ଣ ଭାବେ ଜିନ୍ଦଲ ପୋସ୍କୋ ପ୍ରତିରୋଧ ମଞ୍ଚ ପକ୍ଷରୁ ବିରୋଧ କରୁଥିବା ସମୟରେ ବିନା ଉତ୍ତେଜନାରେ ପୋଲିସ ପ୍ଲାଣ୍ଟ ବିରୋଧୀଙ୍କ ଉପରେ ଲାଠିଚାର୍ଜ କରିଛି। ପ୍ଲାଣ୍ଟ ସପକ୍ଷବାଦୀ ଓ ବିପକ୍ଷବାଦୀଙ୍କ ମଧ୍ୟରେ ସଭା ଆରମ୍ଭ ପୂର୍ବରୁ ଧସ୍ତାଧସ୍ତି ହୋଇଥିଲା। ଏହି ଘଟଣାରେ ତୁରୁମୁଙ୍ଗା ପୋଲିସ ୪ଜଣ ପ୍ଲାଣ୍ଟ ବିରୋଧୀ ନେତାଙ୍କୁ ଉଠାଇ ନେଇ ଥାନାରେ ଅଟକ ରଖିଛ। ଜିନ୍ଦଲ ପୋସ୍କୋ ପ୍ରତିରୋଧ ମଞ୍ଚ ପକ୍ଷରୁ ଏହି ଘଟଣାକୁ ତୀବ୍ର ନିନ୍ଦା କରାଯିବା ସଙ୍ଗେ ସଙ୍ଗେ ତୁରନ୍ତ ସେମାନଙ୍କୁ ବିନା ସର୍ତ୍ତରେ ଖଲାସ କରିବାକୁ ଦାବି କରାଯାଇଛି।
ଏହାପରେ ଆୟୋଜିତ ଗ୍ରାମସଭା ସ୍ଥାନୀୟ ସରପଞ୍ଚ ହେମଲତା ନାଏକଙ୍କ ଅଧ୍ୟକ୍ଷତାରେ ଶାନ୍ତିପୂର୍ଣ୍ଣ ଭାବେ ସମ୍ପନ୍ନ ହୋଇଛି। ଏଥିରେ ଅତିରିକ୍ତ ଜିଲାପାଳ ତଥା ସତନ୍ତ୍ର ଭୂଅର୍ଜନ ଅଧିକାରୀ ରବୀନ୍ଦ୍ର କୁମାର ପ୍ରଧାନ, ସ୍ଥାନୀୟ ସମିତି ସଭ୍ୟ ମନୋଜ କୁମାର ମହାନ୍ତ, ଓ୍ବାର୍ଡମେମ୍ବର ଜାନକୀ ନାଏକ ପାଟଣା ତହସିଲଦାର ଅଶ୍ୱିନୀ କୁମାର ନାଏକ, ପାଟଣା ବିଡିଓ ମାନସ କୁମାର ଦଣ୍ଡପାଟ, ଇଡ୍‌କୋ ଜମି ଅଧିଗ୍ରହଣ ଅଧିକାରୀ କୃଷ୍ଣ କିଶୋର ପାତ୍ର ପ୍ରମୁଖ ଯୋଗ ଦେଇଥିଲେ।

ସମ୍ଭାବ୍ୟ ଗଣ୍ଡଗୋଳକୁ ଦୃଷ୍ଟିରେ ରଖି ସଭାସ୍ଥଳର ବିଭିନ୍ନ ପ୍ରବେଶ ପଥରେ ଅନେକ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହୋଇଥିଲେ। ଆଇନଶୃଙ୍ଖଳା ପାଇଁ କେନ୍ଦୁଝର ଉପଜିଲାପାଳ ଉମାଶଙ୍କର ଦଳେଇ, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ସ୍ନେହାଶିଷ ସାହୁ, ଜ୍ୟୋତିର୍ମୟ ଭୁକ୍ତ, ପ୍ରବଧାନ, ଚାମ୍ପୁଆ ଏସ୍‌ଡିପିଓ ରଶ୍ମୀରଞ୍ଜନ ସାହୁ, କେନ୍ଦୁଝର ଏସ୍‌ଡିପିଓ ସୁଦର୍ଶନ ଗାଙ୍ଗୋଇ, ପାଟଣା ଅତିରିକ୍ତ ତହସିଲଦାର ଶରଣ କୁମାର ଜେନା, ତୁରୁମୁଙ୍ଗା ଥାନା ଅଧିକାରୀ ଦୀପ୍ତିରଞ୍ଜନ ସାହୁ ପ୍ରମୁଖ ଶାନ୍ତିଶୃଙ୍ଖଳା ରକ୍ଷା କରିଥିଲେ।

ପ୍ରସ୍ତାବିତ ମେଗା ଷ୍ଟିଲ୍‌ ପ୍ଲାଣ୍ଟ ପାଇଁ ଶୁକ୍ରବାର ପୂର୍ବାହ୍ନରେ ଗ୍ରାମସଭା ଅନୁଷ୍ଠିତ ହେଇଥିଲା। ଏଥିରେ ୩ ଜଣ ଗ୍ରାମବାସୀ ନିଜ ନଜର ଦାବି ଉପସ୍ଥାପନ କରି ଏକର ପିଛା ୫୦କୋଟି ସହ ଅନ୍ୟାନ୍ୟ ୩୭ଟି ଦାବି ଉପସ୍ଥାପନ କରାଇଥିଲେ। ଗାଁର ଏ ୫୬.୧୧୦ ଡିସିମିଲି ଜମି ଅଧିଗ୍ରହଣ ପ୍ରସ୍ତାବ ଉପରେ ଗ୍ରାମସଭାରେ ଲୋକଙ୍କଠାରୁ ମତାମତ ଗ୍ରହଣ କରାଯାଇଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବୁରୁଡ଼ି ଗ୍ରାମକୁ ନିର୍ମାଣ ହେବ ସ୍ଥାୟୀ ପକ୍କା ରାସ୍ତା: ସ୍ଥିତି ପରଖିଲେ ବିଡ଼ିଓ, ଖୁସି ପ୍ରକାଶ କଲେ…

ଗୁଡ଼ାରି, ୧୯/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍ ଅନ୍ତର୍ଗତ କଦମା ଗ୍ରାମପଞ୍ଚାୟତର ଆଦିବାସୀ ଅଧ୍ୟୁଷିତ ବୁରୁଡ଼ି ଗ୍ରାମବାସୀଙ୍କ ଦୀର୍ଘଦିନର ସମସ୍ୟାର ସମାଧାନ ହେବାକୁ…

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ମୁଜାଗଡ଼ରେ ବ୍ଲକ୍ ସ୍ତରୀୟ କ୍ରୀଡ଼ା ମହୋତ୍ସବ: ଚମକିଲେ ଯୁବ କ୍ରୀଡ଼ାବିତ୍‌, କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର

ମୁଜାଗଡ଼, ୧୯/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଶନିବାର ମୁଜାଗଡ଼ସ୍ଥିତ ପି.ଏମ୍. ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ପାର୍ବଣ ଆସୁଛି, ଚୋରା ମଦ ବିକ୍ରି ବଢ଼ୁଛି: ଡବେରୀ ଗ୍ରାମବାସୀଙ୍କ ଚିନ୍ତା, ଆଇଆଇସିଙ୍କୁ ଭେଟି ଦେଲେ ଦାବିପତ୍ର

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଡବେରୀ ଗ୍ରାମରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଉଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ…

କ୍ରସର ବେଲ୍ଟ ଭିତରେ ଲୁଚା ହୋଇଥିଲା ଗଞ୍ଜେଇ: ପଶ୍ଚିମବଙ୍ଗ ଚାଲାଣ ବେଳେ ଧରାପଡ଼ିଲେ, ୫୬ କେଜି ଗଞ୍ଜେଇ ସହ ୪ ଗିରଫ

ବ୍ରହ୍ମପୁର, ୧୯।୯ (ସୁବାସ ଚନ୍ଦ୍ର ପାଢ଼ୀ): ପାର୍ବଣ ଋତୁ ପାଖେଇ ଆସୁଥିବା ବେଳେ ବ୍ରହ୍ମପୁର ଅଞ୍ଚଳରେ ଗଞ୍ଜେଇ ମାଫିଆଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି। ତେବେ ଅବକାରୀ…

ଶେଶାନନ୍ଦଙ୍କ ଜନ୍ମୋତ୍ସବକୁ ନିଆରା ଢଙ୍ଗରେ ପାଳିଲା ଲୋହରାଖଣ୍ଡି ସାହିତ୍ୟ ସଂସଦ

ଭଞ୍ଜନଗର, ୧୯।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀ ଜଗନ୍ନାଥ ରିସର୍ଟଠାରେ ଶନିବାର ସନ୍ଧ୍ୟାରେ ଜଗନ୍ନାଥପ୍ରସାଦ ବ୍ଲକର ବରିଷ୍ଠ କର୍ମଚାରୀ ଶେଶାନନ୍ଦ ଆରୁଖଙ୍କ ଜନ୍ମଦିନ ଏକ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?