Posted inଜାତୀୟ

ତ୍ରିପୁରା ପୋଲିସ କାର୍ଯ୍ୟାନୁଷ୍ଠାନ ବିରୋଧରେ ଦିଲ୍ଲୀରେ ବିକ୍ଷୋଭ

ନୂଆଦିଲ୍ଲୀ, ୨୩।୧୧: ତ୍ରିପୁରାରେ ଟିଏମ୍‌ସିର ଯୁବନେତ୍ରୀଙ୍କ ଉପରେ ପୋଲିସର ବର୍ବରତା ଓ ଗିରଫଦାରି ପ୍ରତିବାଦରେ ସୋମବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ବାହାରେ ଦଳର ଏମ୍‌ପିମାନେ ଧାରଣାରେ ବସିଛନ୍ତି। ସେମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ବିରୋଧରେ ସ୍ଲୋଗାନ ଦେଇଥିଲେ। ତ୍ରିପୁରାରେ ଘଟିଥିବା ହିଂସାକାଣ୍ଡ ପାଇଁ ଆମେ ମୋଦି ଓ ଶାହାଙ୍କଠାରୁ ଜବାବ ଚାହୁଁ ବୋଲି ଟିଏମ୍‌ସି ନେତା ସୁଖେନ୍ଦୁ ଶେଖର ରାୟ କହିଛନ୍ତି। ପରେ ଅମିତ ଶାହା ଏମ୍‌ପିମାନଙ୍କ ପ୍ରତିନିଧି ଦଳକୁ ଭେଟି ସେମାନଙ୍କ ସହ ଆଲୋଚନା କରିଛନ୍ତି।
ଶନିବାର ରାତିରେ ତ୍ରିପୁରା ମୁଖ୍ୟମନ୍ତ୍ରୀ ବିପ୍ଳବ କୁମାର ଦେବ ଏକ ସଭାରେ ଯୋଗ ଦେଇଥିବାବେଳେ ଅଭିନେତ୍ରୀରୁ ଟିଏମ୍‌ସି ନେତ୍ରୀ ପାଲଟିଥିବା ସାୟନୀ ଘୋଷ ସେଠାରେ ଖେଲା ହୋବେ ସ୍ଲୋଗାନ ଦେବା ସହ ସଭାକୁ ଭଣ୍ଡୁର କରିବାକୁ ଉଦ୍ୟମ କରିଥିଲେ। ଏହା ପରେ ରାଜ୍ୟ ପୋଲିସ ତାଙ୍କୁ ଗିରଫ କରିବା ସହ ତାଙ୍କ ବିରୋଧରେ ହତ୍ୟା ଉଦ୍ୟମ ମାମଲା ଲଗାଇଛି। ଏହା ପରେ ଦଳୀୟ କର୍ମୀମାନେ ଥାନା ବାହାରେ ରୁଣ୍ଡ ହୋଇ ବିକ୍ଷୋଭ ପ୍ରଦର୍ଶନ କରିଥିଲେ।
ତ୍ରିପୁରାରେ ପୌର ନିର୍ବାଚନ ପ୍ରଚାର ଚାଲିଥିବାବେଳେ ବିରୋଧୀ ଦଳଗୁଡ଼ିକ ପ୍ରତି ହିଂସା ଘଟଣା ରୋକିବାରେ ସରକାର ବିଫଳ ହୋଇଛନ୍ତି। ନଭେମ୍ବର ୧୧ରେ ସର୍ବୋଚ୍ଚ ଅଦାଲତଙ୍କ ନିର୍ଦ୍ଦେଶ ସତ୍ତ୍ୱେ ରାଜ୍ୟରେ ଆଇନ ଶୃଙ୍ଖଳା ସ୍ଥିତି ବଢ଼ିଚାଲିଛି। ସରକାରଙ୍କ ବିରୋଧରେ ଅଦାଲତ ଅବମାନନା କାର୍ଯ୍ୟାନୁଷ୍ଠାନ ଗ୍ରହଣ ଲାଗି ଟିଏମ୍‌ସି ପକ୍ଷରୁ ସୁପ୍ରିମକୋର୍ଟରେ ଆବେଦନ କରାଯାଇଥିଲା। ଜଷ୍ଟିସ୍‌ ଡି.ଓ୍ବାଇ. ଚନ୍ଦ୍ରଚୂଡ଼ ଏବଂ ଏ.ଏସ୍‌. ବୋପାନ୍ନାଙ୍କ ଖଣ୍ଡପୀଠ ମଙ୍ଗଳବାର ଏହାର ଶୁଣାଣି କରିବାକୁ ରାଜି ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri