କଟକରେ ବିକ୍ଷୋଭ, ଉତ୍ତେଜନା

କଟକ ଅଫିସ, ୧୮ା୬:  ସୈନ୍ୟବାହିନୀରେ ଚୁକ୍ତିଭିତ୍ତିକ ନିଯୁକ୍ତି ଯୋଜନା ‘ଅଗ୍ନିପଥ’ ବିରୋଧରେ ଦେଶବ୍ୟାପୀ ଆନ୍ଦୋଳନ ତୀବ୍ର ହେବାରେ ଲାଗିଛି। ବିଶେଷକରି ଏହା ହିଂସାତ୍ମକ ରୂପ ଧାରଣ କରୁଛି। ଏହାର ପ୍ରଭାବ କଟକରେ ମଧ୍ୟ ଦେଖିବାକୁ ମିଳିଛି । ଶୁକ୍ରବାର ଶତାଧିକ ଆଶାୟୀ ସକାଳ ପ୍ରାୟ ୯.୪୦ ମିନିଟରେ କଟକ ଚଣ୍ଡୀ ଛକ ନିକଟରେ ହାତରେ ଢେଲା, ବାଡ଼ି, ଠେଙ୍ଗାଧରି ବିକ୍ଷୋଭ ପ୍ରଦର୍ଶନ କରି ରାସ୍ତାକୁ ଓହ୍ଲାଇଥିଲେ। ନିଜ ଭବିଷ୍ୟତ ଚିନ୍ତାରେ କେନ୍ଦ୍ର ସରକାରଙ୍କ ଅଗ୍ନିପଥ ଯୋଜନାକୁ ବିରୋଧ କରିଛନ୍ତି। ଏଥିସହ ୨୦୨୧ରେ ଦେଇଥିବା ପରୀକ୍ଷାର ଲିଖିତ ପରୀକ୍ଷା ବାତିଲକୁ ନେଇ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ସେଠାରୁ ଶତାଧିକ ଆଶାୟୀ ପ୍ରାର୍ଥୀ କଟକ କ୍ୟାଣ୍ଟନ୍‌ମେଣ୍ଟସ୍ଥିତ ସ୍ଥଳସେନା ନିଯୁକ୍ତି କାର୍ଯ୍ୟାଳୟ ଆଗରେ ପହଞ୍ଚତ୍ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଏଥିସହ ରିଙ୍ଗ୍‌ ରୋଡ୍‌ରେ ବିକ୍ଷୋଭକାରୀମାନେ ରାସ୍ତା ଅବରୋଧ କରିଥିଲେ। ଏହାପରେ ପୋଲିସ ଓ ବିକ୍ଷୋଭକାରୀ ମୁହାଁମୁହିଁ ହୋଇଥିଲେ। ପରିସ୍ଥିତି ଜଟିଳ ହେବାରୁ ପୋଲିସ ପକ୍ଷରୁ ଲାଠିମାଡ଼ ମଧ୍ୟ ହୋଇଥିଲା। ତେବେ ବିକ୍ଷୋଭକାରୀଙ୍କ ରାସ୍ତା ଅବରୋଧ କାରଣରୁ ଯାତାୟାତ କରୁଥିବା ଲୋକମାନେ ଅନେକ ଅସୁବିଧାର ସମ୍ମୁଖୀନ ହୋଇଥିଲେ। ସେହିପରି କିଛି ଆନ୍ଦୋଳନକାରୀଙ୍କୁ ପୋଲିସ ଅଟକ ମଧ୍ୟ ରଖିଛି। ଘଟଣାସ୍ଥଳରେ ଡିସିପି ପିନାକ ମିଶ୍ର ପହଞ୍ଚତ୍ ବିକ୍ଷୋଭକାରୀଙ୍କୁ ବୁଝାଶୁଝା କରିଥିଲେ। ଏହି ଯୋଜନାରେ ପିଲାଙ୍କ ପାଇଁ ଭବିଷ୍ୟତ ଥିବା ଡିସିପି କହିଛନ୍ତି। ଆଇନକୁ ହାତକୁ ନେଲେ ପୋଲିସ କେସ୍‌ ହେବା ସହ ଭବିଷ୍ୟତ ଉପରେ ପ୍ରଭାବ ପଡ଼ିବ। ଅଗ୍ନିପଥ ଯୋଜନାକୁ ନେଇ ଯଦି କିଛି ଅଭିଯୋଗ ଅଛି ତେବେ ଠିକ୍‌ ଫୋରମରେ ଅଭିଯୋଗ କରନ୍ତୁ। ଭଙ୍ଗାରୁଜା ଓ ବେଆଇନ୍‌ କାମ ନ କରି ଶୃଂଖଳା ରକ୍ଷା କରିବାକୁ ଆନ୍ଦୋଳନକାରୀଙ୍କୁ ଡିସିପି ବୁଝାଉଥିବା ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri