ଦିଗପହଣ୍ଡିରେ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ସହ ଅନେକ ଦାବି ନେଇ ବନ୍ଦ ପାଳନ

ଦିଗପହଣ୍ଡି,୮ା୧୦(ଅଶେଷ ନାଥ ମିଶ୍ର): ରାଜ୍ୟ ପ୍ରଦେଶ କଂଗ୍ରେସ କମିଟି, ସିପିଆଇ,ସିପିଆଇ(ଏମ) ଏବଂ ଇଣ୍ଡି ମେଣ୍ଟର ଅନ୍ୟାନ୍ୟ ସମସ୍ତ ଦଳ ପକ୍ଷରୁ ଗୁରୁବାର ବନ୍ଦ ଡାକରା ଦିଆଯାଇଥିବା ଓଡ଼ିଶା ବନ୍ଦ ଦିଗପହଣ୍ଡିରେ ଶାନ୍ତିପୂର୍ଣ୍ଣ ଭାବେ ପାଳନ କରାଯାଇଛି। ରାଜ୍ୟବାସୀଙ୍କ ଗଣତାନ୍ତ୍ରିକ ଅଧିକାର, ସାମ୍ବିଧାନିକ ମୂଲ୍ୟବୋଧର ସୁରକ୍ଷା,ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ସମ୍ପୂର୍ଣ୍ଣ ରଦ୍ଦ କରାଯିବା, ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ତୁରନ୍ତ ବରଖାସ୍ତ କରାଯିବା, ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ମନ୍ତ୍ରୀ ମଣ୍ଡଳରୁ ଇସ୍ତଫା, ଶ୍ରମିକ ସ୍ବାର୍ଥ ବିରୋଧୀ ୪ଟି ଶ୍ରମ କୋଡ୍‌ ରଦ୍ଦ କରାଯିବା ସହ ଦେଶର ଶ୍ରମିକ କୃଷକ, ଯୁବକ,ମହିଳା,ଆଦିବାସୀ,ସଂଖ୍ୟାଲଘୁ,ଦଳିତ ଓ ବୁଦ୍ଧିଜୀବୀଙ୍କ ଉପରେ ଚରମ ଆକ୍ରମଣ ବନ୍ଦ କରାଯିବା ପ୍ରମୁଖ ଜନ ଦାବି ପୂରଣ ପାଇଁ ଏହି ବନ୍ଦ ପାଳନ କରାଯାଇଛି। ସ୍ଥାନୀୟ କଂଗ୍ରେସ, ସିପିଆଇ,ସିପିଆଇ(ଏମ)ର ବହୁସଂଖ୍ୟକ ଦଳୀୟ ନେତୃବୃନ୍ଦ ଓ କର୍ମୀ ଦିଗପହଣ୍ଡି ପୁରୁଣା ବସଷ୍ଟାଣ୍ଡରେ ବ୍ରହ୍ମପୁର ଭାୟା ଦିଗପହଣ୍ଡି ୧୭ ନଂ ରାଜ୍ୟ ରାଜପଥକୁ ଅବରୋଧ କରିଥିଲେ। ଫଳରେ ଗଜପତି, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନାଗିରି ପ୍ରଭୃତି ଅଞ୍ଚଳକୁ ଯାତ୍ରୀବାହୀ ବସ, ମାଲବାହୀ ଟ୍ରକ୍‌ ଚଳାଚଳ ବନ୍ଦ ରହିଥିଲା। ସେଠାରେ ଆୟୋଜିତ ପଥପ୍ରାନ୍ତ ସଭାରେ ପ୍ରଦେଶ କଂଗ୍ରେସ କମିଟି ସମ୍ପାଦକ ତଥା ଦିଗପହଣ୍ଡି ଏନଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ପଣ୍ଡା, ବାମପନ୍ଥୀ ନେତା ବିଘ୍ନେଶ୍ୱର ସାହୁ, ବୃନ୍ଦାବନ ପଣ୍ଡା, ସିପିଆଇ(ଏମ)ର ପୂର୍ବତନ ଜିଲା ସମ୍ପାଦକ କୈଳାସ ଷଡ଼ଙ୍ଗୀ ପ୍ରମୁଖ ଉଦବୋଧନ ଦେଇଥିଲେ। ପରେ ଦଳୀୟ କର୍ମୀ ବୃନ୍ଦ ବାଇକ୍‌ ଶୋଭାଯାତ୍ରାରେ ସହର ପରିକ୍ରମା କରି ଦୋକାନ ବଜାର,ସ୍କୁଲ କଲେଜ, ଅଫିସ ଦପ୍ତର ବନ୍ଦ କରିଥିଲେ। ଏନ୍‌ଏସି କାଉନସିଲର ଦୀପକ ମିଶ୍ର, ସୁନୀଲ ପଣ୍ଡା, ପୂର୍ବତନ ସରପଞ୍ଚ ପୀତାମ୍ବର ଗୌଡ଼, ଅଭିମନ୍ୟୁ ଜାନି, ଗୋବିନ୍ଦ ପାଣିଗ୍ରାହୀ, ସିପିଆଇ ଜିଲା କମିଟି ସଦସ୍ୟ ଅଳକ ନାଥ ମିଶ୍ର, ଶାଖା ସମ୍ପାଦକ ତପନ କୁମାର ମିଶ୍ର, ପ୍ରକାଶ ସେଠୀ, ହରପ୍ରସାଦ ରଥ, ସିପିଆଇ ବଡ଼ ଖେମୁଣ୍ଡି ଜୋନାଲ ସମ୍ପାଦକ କିଶୋର ଶତପଥୀ, ଦୈତାରୀ ରେଡ୍ଡୀ, ସିପିଆଇ(ଏମ୍‌) କାର୍ଯ୍ୟକର୍ତ୍ତା ସୁଶାନ୍ତ ଷଡ଼ଙ୍ଗୀ, ଭି.ସୁଦର୍ଶନ ରାଜୁ, ଶଶୀ ଭୂଷଣ ରଥ, ପି.ଶିବଶଙ୍କର, ସମ୍ଭବ କୁମାର ତ୍ରିପାଠୀ, ରସାନନ୍ଦ ରାଉତ, ଶଙ୍କର ରାଓ, ମୂଷା ବେହେରା,ଏମ. ବାଇନାଥ, ମଣ୍ଟୁ ପାତ୍ର, ବାଲ୍ମିକୀ ବେହେରା, ଗୌରଚନ୍ଦ୍ର ପୂଜାରୀଙ୍କ ସମେତ ବିଭିନ୍ନ ରାଜନୈତିକ ଦଳର ବହୁ ସଂଖ୍ୟକ ଦଳୀୟ କର୍ମୀ ବନ୍ଦ ପାଳନରେ ସାମିଲ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କୋହଲିଙ୍କୁ ପିଛା ଛାଡ଼ୁନି ବିବାଦ: ଆଗେ ଫସୁଛନ୍ତି ପରେ ଦେଉଛନ୍ତି ସଫେଇ

ନୂଆଦିଲ୍ଲୀ,୮।୧୦: ଭାରତୀୟ କ୍ରିକେଟର ତାରକା ବିରାଟ କୋହଲିଙ୍କୁ ନେଇ ପୁଣିଥରେ ଏକ ବିବାଦ ଚର୍ଚ୍ଚାକୁ ଆସିଛି। ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମକୁ ବିରାଟ କୋହଲି ଏବଂ ତାଙ୍କ ସ୍ତ୍ରୀ…

ଗୁଡ଼ାରୀବାସୀଙ୍କ ପାଇଁ ବଡ଼ ଖବର: ଗୁଡ଼ାରୀ-ଢେପାଗୁଡ଼ା-କର୍ଲାଘାଟି ରାସ୍ତା ପ୍ରଶସ୍ତୀକରଣକୁ ମଞ୍ଜୁରି, ବିଧାୟକ କହିଲେ….

ଗୁଡାରି,୮ା୧୦(ପ୍ରମୋଦ କୁମାର ପତି ): ରାୟଗଡା ଜିଲାର ଗୁଡାରି – ଢେପାଗୁଡା – କର୍ଲାଘାଟି ରାସ୍ତାର ପ୍ରଶସ୍ତୀକରଣ ପ୍ରକଳ୍ପ ମଞ୍ଜୁର ହୋଇଛି । ଏନେଇ ପୂର୍ତ୍ତ ବିଭାଗ…

କଂଗ୍ରେସର ବନ୍ଦ ଡାକରା: ରାଜ୍ୟ ରାଜପଥ ଅବରୋଧ କଲେ ବିକ୍ଷୋଭକାରୀ

ବଞ୍ଚୋ,୮ା୧୦(ପ୍ରଦୋଷ ବିଶ୍ୱାଳ): ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାର ପ୍ରଭାବ ଆନନ୍ଦପୁରରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ କଂଗ୍ରେସ, ସିପିଆଇ ସମେତ ବାମପନ୍ଥୀ…

ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା: ୨୫ ଦିନ ହେଲା ନାହିଁ ବିଜୁଳି, ଗରମରେ ସିଝୁଛନ୍ତି ଛାତ୍ରୀଛାତ୍ର

ବାଲିଗୁଡ଼ା,୮ା୧୦(ସଞ୍ଜୟ କୁମାର ପାଣିଗ୍ରାହୀ): ସରକାରୀ ବିଦ୍ୟାଳୟରେ ସ୍ମାର୍ଟ କ୍ଲାସ୍‌ରୁମ୍‌ ନିର୍ମାଣ କରି ଡିଜିଟାଲ ଶିକ୍ଷାକୁ ଗୁରୁତ୍ୱ ଦିଆଯାଉଛି। ହେଲେ ବିଦ୍ୟୁତ୍‌ ନ ଥିବାରୁ ସେହି ସ୍ମାର୍ଟ କ୍ଲାସ୍‌ରୁମ୍‌…

ପୁରୁଷୋତ୍ତମପୁରରେ ଶାନ୍ତିପୂର୍ଣ୍ଣ ବନ୍ଦ ପାଳନ, ଚର୍ଚ୍ଚାରେ କଂଗ୍ରେସର ଗୋଷ୍ଠୀକନ୍ଦଳ

ପୁରୁଷୋତ୍ତମପୁର,୮।୧୦(ସବିତା ମିଶ୍ର): ଓଡ଼ିଶା ବନ୍ଦର ପ୍ରଭାବ ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଦେଖିବାକୁ ମିଳିଛି । କାଳୀମନ୍ଦିର ଛକରେ କଂଗ୍ରେସ ଓ ସିପିଆଇ କର୍ମୀମାନେ ପିକେଟିଂ କରି ଗାଡ଼ିମୋଟର…

୨.୫୦ ଲକ୍ଷ ଟପିବ ସୁନା? ବାବା ଭେଙ୍ଗାଙ୍କ ବଡ଼ ଭବିଷ୍ୟବାଣୀ, ଏକ୍ସପର୍ଟ କହିଲେ…

ନୂଆଦିଲ୍ଲୀ,୮।୧୦: ଏହି ବର୍ଷ ସୁନା ଓ ରୂପା ଦର ବେଶ ବୃଦ୍ଧି ପାଇଛି। ସୁନା କଥା କହିବାକୁ ଗଲେ, ଜାନୁଆରୀ ମାସରେ ଯେଉଁଠି ସୁନା ଦର ୧.୩୫…

ଟ୍ରେନ୍‌ ଟ୍ରାକ୍‌ରୁ ମିଳିଲା ଯୁବକଙ୍କ ମୃତଦେହ, ଦେଓଗାଁରେ ବାଇକ୍‌ ରଖି…

ବଲାଙ୍ଗୀର,୮ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ରାଏପାଲି ଗ୍ରାମ ନିକଟ ଟ୍ରେନ୍‌ ଟ୍ରାକ୍‌ରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ଯୁବକ…

ପ୍ରଶାସନିକ ସ୍ତରରେ ଅଦଳବଦଳ; ବଦଳିଲେ ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର,୮।୧୦: ପ୍ରଶାସନିକ ସ୍ତରରେ ଅଦଳବଦଳ ହୋଇଛି । ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ତ୍ରିଲୋଚନ ମହାନ୍ତିଙ୍କ ବଦଳି ହୋଇଛନ୍ତି । ଭୁବନେଶ୍ବର ସ୍ଥିତ ROTIର ଯୁଗ୍ମ ନିର୍ଦ୍ଦେଶକ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?