ସ୍ବାସ୍ଥ୍ୟ ବୀମା ଯୋଜନାର ପରିବର୍ତ୍ତନକୁ ନେଇ ତେଜିଲା ବିରୋଧ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର

ଛତ୍ରପୁର,୧୧।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୋପବନ୍ଧୁ ସାମ୍ବାଦିକ ସ୍ବାସ୍ଥ୍ୟ ବୀମା ଯୋଜନାକୁ ଆୟୁଷ୍ମାନ ଭାରତ ଯୋଜନାରେ ପରିବର୍ତ୍ତନ କରିବା ପ୍ରକ୍ରିୟାକୁ ବିରୋଧ କରିଛି ଓଡ଼ିଶା ସାମ୍ବାଦିକ ସଂଘ (ଓଜେୟୁ) ଗଞ୍ଜାମ ଜିଲା ଶାଖା। ଏନେଇ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉଦ୍ଦେଶ୍ୟରେ ଗଞ୍ଜାମ ଜିଲାପାଳ ଅନୁପସ୍ଥିତରେ ଅତିରିକ୍ତ ଜିଲାପାଳ ସଚ୍ଚିଦାନନ୍ଦ ନାୟକଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି।

ସଂଘ ପକ୍ଷରୁ କୁହାଯାଇଛି ଯେ, କାର୍ଯ୍ୟରତ ସାମ୍ବାଦିକଙ୍କ ସ୍ବସ୍ଥ୍ୟ ସୁରକ୍ଷା ପାଇଁ ପ୍ରଚଳିତ ଗୋପବନ୍ଧୁ ସ୍ବସ୍ଥ୍ୟ ବୀମା ଯୋଜନାର ନିଜସ୍ବ ସୁବିଧା ରହିଛି। ଏହି ଯୋଜନାକୁ ଆୟୁଷ୍ମାନ ଭାରତ ଯୋଜନା ସହ ପରିବର୍ତ୍ତିତ କରାଯିବା ନେଇ ଖବର ପ୍ରକାଶ ପାଇବା ପରେ ଖବରଦାତାଙ୍କ ମହଲରେ ଅସନ୍ତୋଷ ଦେଖାଦେଇଛି।

ଗୋପବନ୍ଧୁ ସାମ୍ବାଦିକ ସୱାସ୍ଥ୍ୟ ବୀମା ଯୋଜନାକୁ ସ୍ବତନ୍ତ୍ର ଭାବେ ଜାରି ରଖିବା ସହିତ ଏଥିରେ ଖବରଦାତାଙ୍କ ମାତା, ପିତାଙ୍କୁ ମଧ୍ୟ ସାମିଲ କରାଯାଉ ବୋଲି ଓଜେୟୁ ଗଞ୍ଜାମ ଜିଲା ଶାଖା ପକ୍ଷରୁ ଦାବି କରାଯାଇଛି।

ସାମ୍ବାଦିକମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ସହ ଜଡ଼ିତ ଏହି ଯୋଜନା ସମ୍ପର୍କରେ ସରକାର ଶୀଘ୍ର ସ୍ପଷ୍ଟ ଓ ନିର୍ଭରଯୋଗ୍ୟ ନିଷ୍ପତ୍ତି ନେବାକୁ ସଂଘ ଦାବି ଜଣାଇଛି। ଏହାସହ ଦାବିଗୁଡ଼ିକ ପୂରଣ ନ ହେଲେ ଆଗାମୀ ଦିନରେ ଓଜେୟୁ ପକ୍ଷରୁ ଗଣତାନ୍ତ୍ରିକ ଉପାୟରେ ଆନ୍ଦୋଳନ କରାଯିବ ବୋଲି ସଂଘ ପକ୍ଷରୁ ଚେତାବନୀ ଦିଆଯାଇଛି।

ଦାବିପତ୍ର ପ୍ରଦାନ ସମୟରେ ଓଜେୟୁ ଗଞ୍ଜାମ ଜିଲା ଶାଖାର କାର୍ଯ୍ୟକାରୀ ସଭାପତି ଉମାକାନ୍ତ ବେହେରା, ଉପସଭାପତି ପ୍ରଶାନ୍ତ କୁମାର ମହାରଣା ଓ ସରୋଜ କୁମାର ମହାନ୍ତି, ସାଧାରଣ ସମ୍ପାଦକ ଶିବ ପ୍ରସାଦ ସାହୁ, ରାଜ୍ୟ ଆବାହିକା ବିଜୟ ଲକ୍ଷ୍ମୀ ମହାଙ୍କୁଡ, ଶବର ତରାଇ, ସରୋଜ ସାମଲ, ବିଦ୍ୟାଧର ସାହୁ, ବଟକୃଷ୍ଣ ରାଉଳ, ରାକେଶ ରଞ୍ଜନ ଦାଶ, ସରୋଜ କୁମାର ପଟ୍ଟନାୟକ, ଦିଲ୍ଲୀପ କୁମାର ସାମଲ, ସନ୍ତୋଷ ସାହୁ, ଭଗବାନ ଦାଶ, ସୁଜୟ ସୁ ପ୍ରକାଶ ଧଳ, ପ୍ରଦୀପ କୁମାର ସାହୁ, ଦ୍ୱାରକା ପ୍ରସାଦ ପଟ୍ଟନାୟକ, କିଶୋର ଚନ୍ଦ୍ର ମହାନ୍ତି, ଗୌର ପ୍ରସାଦ ମହାପାତ୍ର, କେ. ରମେଶ, ଜିତେନ୍ଦ୍ର ନାୟକ, ଭାସ୍କର ବେହେରା ଓ ସୂର୍ଯ୍ୟ ନାରାୟଣ ପାଣିଗ୍ରାହୀଙ୍କ ସମେତ ଜିଲାର ବହୁ ଖବରଦାତା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ବର୍ଷା ବିତ୍ପାତ: ୪୫ ଗାଁ ଜଳମଗ୍ନ

କୋରାପୁଟ,୨୬ା୯(ଅମିତାଭ ବେହେରା): ଅର୍ଣ୍ଣବ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ଲଗାଣ ବର୍ଷା ଯୋଗୁ ଜିଲାର ନଦୀ, ନାଳ ଓ ଜଳାଶୟର ଜଳସ୍ତର ବଢ଼ିବା ସହ ବିଭିନ୍ନ ତଳିଆ…

ମା’ ହେଲେ ଦଶମ ଶ୍ରେଣୀ ଛାତ୍ରୀ: ଜିଲା ମୁଖ୍ୟ ଚିକିତ୍ସାଳୟରେ କନ୍ୟା ସନ୍ତାନ ଜନ୍ମ, ଥାନାରେ ଏତଲା

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀର ନାବାଳିକା ଛାତ୍ରୀ ମାଆ ହୋଇଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

ନ୍ୟୁଜିଲାଣ୍ଡ ସିରିଜରୁ ବାଦ୍‌ ପଡ଼ିଲେ ହାର୍ଦ୍ଦିକ ପାଣ୍ଡ୍ୟା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୬ା୯: ଭାରତର ସିନିୟର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଆଘାତପ୍ରାପ୍ତ ହୋଇଛନ୍ତି। ତାଙ୍କ ଆଣ୍ଡୁ ତଳ ଭାଗରେ ଆଘାତ ଲାଗିଛି । ଫଳରେ ସେ ନ୍ୟୁଜିଲାଣ୍ଡ ହ୍ବାଇଟ୍‌…

ଗଞ୍ଜାମ ଜଳବନ୍ଦୀ ଅଞ୍ଚଳରେ ବିଧାୟକ: ଲୋକଙ୍କ ଦୁଃଖ ଶୁଣିଲେ, ତୁରନ୍ତ ସମାଧାନ ପାଇଁ ନିର୍ଦ୍ଦେଶ

ଗଞ୍ଜାମ,୨୬।୯(ଅନାଥ ତରାଇ): ଲଗାଣ ବର୍ଷା ଯୋଗୁ ଗଞ୍ଜାମ ଏନ୍‌ଏସି ଅଞ୍ଚଳର ବିଭିନ୍ନ ୱାର୍ଡରେ ସୃଷ୍ଟି ହୋଇଥିବା ଜଳବନ୍ଦୀ ଓ ରାସ୍ତାଘାଟ ସମସ୍ୟାର ସ୍ଥିତି ଶନିବାର ସକାଳେ ସ୍ଥାନୀୟ…

୪୯ ନଂ ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା: କାର୍ ଧକ୍କାରେ ବାଇକ୍ ଆରୋହୀ ଗୁରୁତର, ୨୦ ଫୁଟ ତଳକୁ ଖସିଲା କାର୍

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଖିରେଇଟାଙ୍ଗିରୀ ନିକଟରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ବିପଦ ସଂକେତ ଟପିଲା କାଂଶବାଂଶ: ନଦୀ ଉପକୂଳବର୍ତ୍ତୀ ଅଞ୍ଚଳ ଜଳମଗ୍ନ

ସିମୁଳିଆ,୨୬।୯(ସନ୍ତୋଷ ନାୟକ): ବାଲେଶ୍ୱର ଜିଲା ସିମୁଳିଆ-ଖଇରା ଏବଂ ସୋର ବ୍ଲକ ମଧ୍ୟରେ ପ୍ରବାହିତ କାଂଶବାଂଶ ନଦୀର ଜଳ ପତ୍ତନ ଶନିବାର ହଠାତ୍‌ ବଢ଼ିବାରେ ଲାଗିଛି। ଫଳରେ ଚତୁର୍ଥ…

କର୍ଲାପାଟ ପୋଲିସକୁ ବଡ଼ ସଫଳତା: ନାକରୁଣ୍ଡି ସଶସ୍ତ୍ର ଡକାୟତି ମାମଲାରେ ୪ ଗିରଫ, ବନ୍ଧୁକ ଓ ଟଙ୍କା ଜବତ

ଥୁଆମୂଳ ରାମପୁର,୨୬।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ ଅନ୍ତର୍ଗତ ନାକରୁଣ୍ଡି ଗ୍ରାମପଞ୍ଚାୟତର ଆମଝୋଲା ଗ୍ରାମରେ ଘଟିଥିବା ଚାଞ୍ଚଲ୍ୟକର ସଶସ୍ତ୍ର ଡକାୟତି ଘଟଣାର ପର୍ଦ୍ଦାଫାଶ କରିବାରେ…

ନୁଆମାହରା ଘାଇ ପୁଣି ଭାଙ୍ଗିଲା, ୧୦ ଗ୍ରାମବାସୀ ଜଳବନ୍ଦୀ

ସିଂହପୁର,୨୬।୯: ଅନଙ୍ଗ ଉଦୟ ବେଉରିଆ ଖରସ୍ରୋତା ନଦୀରେ ପୁଣି ବନ୍ୟା ଆସିବାରୁ ବିଂଝାରପୁର ବ୍ଲକ ଅନ୍ତର୍ଗତ ଜରି ପଞ୍ଚାୟତ ନାଉବାଙ୍କ ଗ୍ରାମ ନିକଟ ନୁଆମାହାରଠାରେ ପୁଣି ଘାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?