Posted inଜାତୀୟ

ଦିଲ୍ଲୀର କାନାଡା ଦୂତାବାସ ବାହାରେ ବିକ୍ଷୋଭ

ନୂଆଦିଲ୍ଲୀ,୧୧ା୧୧: କାନାଡାର ବ୍ରାମ୍ପଟନ୍‌ସ୍ଥିତ ହିନ୍ଦୁ ମନ୍ଦିରରେ ଗତ ୩ ତାରିଖରେ ଖଲିସ୍ତାନୀ ସମର୍ଥକମାନେ ଆକ୍ରମଣ କରିଥିଲେ। ଏହାର ପ୍ରତିବାଦରେ ହିନ୍ଦୁ ଶିଖ୍‌ ଗ୍ଲୋବାଲ ଫୋରମ୍‌ର ସଦସ୍ୟମାନେ ରବିବାର ନୂଆଦିଲ୍ଲୀସ୍ଥିତ କାନାଡା ହାଇକମିଶନରଙ୍କ କାର୍ଯ୍ୟାଳୟ ବାହାରେ ବିଶାଳ ବିକ୍ଷୋଭ କରିଛନ୍ତି। ଶିଖ୍‌ ବିକ୍ଷୋଭକାରୀମାନେ ବ୍ୟାରିକେଡ୍‌ ଉପରେ ଚଢ଼ିବା ସହ ମନ୍ଦିର ହିଂସା ବିରୋଧରେ ସ୍ଲୋଗାନ ଦେଇଥିଲେ। ପୋଲିସ ହସ୍ତକ୍ଷେପ କରି ବିକ୍ଷୋଭକୁ ବନ୍ଦ କରାଇବା ପରେ ଦୂତାବାସ ବାହାରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।
ବ୍ରାମ୍ପଟନ୍‌ସ୍ଥିତ ହିନ୍ଦୁ ସଭା ମନ୍ଦିର ବାହାରେ ଖଲିସ୍ତାନୀ ଉଗ୍ରପନ୍ଥୀମାନେ ମହିଳା ଓ ଛୋଟ ପିଲାଙ୍କ ସମେତ ହିନ୍ଦୁ ଭକ୍ତମାନଙ୍କୁ ଲାଠିରେ ଆକ୍ରମଣ କରିଥିଲେ। ଏହି ଘଟଣାକୁ ବିଶ୍ୱ ନେତାମାନେ ନିନ୍ଦା କରିଛନ୍ତି। ହିନ୍ଦୁ ଓ ଶିଖ୍‌ ସମୁଦାୟଙ୍କ ପ୍ରତିନିଧିତ୍ୱ କରୁଥିବା ହିନ୍ଦୁ ଶିଖ୍‌ ଗ୍ଲୋବାଲ ଫୋରମ୍‌ ଆକ୍ରମଣକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବିରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ମନ୍ଦିର ଆକ୍ରମଣ ଘଟଣାରେ କାନାଡା ପୋଲିସ ଇତିମଧ୍ୟରେ ଶିଖ୍‌ ଫର୍‌ ଜଷ୍ଟିସ୍‌ ସଂଗଠନର କୋଅର୍ଡିନେଟର ଇନ୍ଦ୍ରଜିତ୍‌ ଗୋସାଲଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି। ଗୋସାଲ ହେଉଛନ୍ତି ମୃତ ଖଲିସ୍ତାନୀ ଆତଙ୍କବାଦୀ ହରଦୀପ୍‌ ସିଂ ନିଜ୍ଜାରଙ୍କ ଘନିଷ୍ଠ ସହଯୋଗୀ।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri