ଗ୍ୟାସ୍‌ ଦର ବୃଦ୍ଧି ପ୍ରତିବାଦରେ ବିକ୍ଷୋଭ

ସଜନାଗଡ/ସୋର/ଖଇରା/ରେମୁଣା/ ବାହାନଗା,୨୩ ।୧୧ ବାଲେଶ୍ୱର ସଦର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବାଲେଶ୍ୱର ସଦର ବିଧାନସଭା ନିର୍ବାଚନମଣ୍ଡଳୀ ବିଜୁ ମହିଳା, ଯୁବ ଏବଂ ଛାତ୍ର ଜନତା ଦଳ ତରଫରୁ ରନ୍ଧନ ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ ଧାରଣା ଓ ପ୍ରତିବାଦ ସଭା ସୋମବାର ଅନୁଷ୍ଠିତ ହୋଇଥିଲା। ବାଲେଶ୍ୱର ସଦର ବିଧାୟକ ସ୍ବରୂପ କୁମାର ଦାସ ସଭାପତିତ୍ୱ କରି କେନ୍ଦ୍ର ସରକାରଙ୍କ ମାରଣ ନୀତି ବିରୋଧରେ ସ୍ବର ଉଠାଇବା ସହ ରନ୍ଧନଗ୍ୟାସ ଦର ବୃଦ୍ଧି ଫଳରେ ମା’ମାନେ କିପରି ହନ୍ତସନ୍ତ ହେଉଛନ୍ତି ତାହା ବକ୍ତବ୍ୟରେ କହିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଜିଲା ସଭାପତି ରବୀନ୍ଦ୍ର କୁମାର, ପୂର୍ବତନ ବିଧାୟକ ସୁଦର୍ଶନ ଜେନା, ଜିଲା ସହ ପର୍ଯ୍ୟବେକ୍ଷକ ସାରଦା ଜେନା, ରାଜ୍ୟ ବିଜୁ ଜନତା ଦଳର ଯୁଗ୍ମ ସମ୍ପାଦକ ସତ୍ୟରଞ୍ଜନ ଦାସ, ରାଜ୍ୟ ଯୁବ କାର୍ଯ୍ୟକାରୀ ସଭାପତି ଶୁଭେନ୍ଦୁ ମଙ୍ଗରାଜ, ସାଧାରଣ ପଟ୍ଟନାୟକ, ବରଦା ପ୍ରସନ୍ନ ପଟ୍ଟନାୟକ, ଜିଲା ଉପସଭାପତି ଗୌରୀ ରାଉତ, ବ୍ଲକ ଚେୟାରମ୍ୟାନ ନାରାୟଣ ପ୍ରଧାନ, ପୂର୍ବତନ ପୌରପାଳିକା ଚେୟାରମ୍ୟାନ ଆଲୋକ ସାହୁ, ବରିଷ୍ଠ ନେତା ରଞ୍ଜନ ବାଗ, ଟାଉନ ସଭାପତି ସଭାପତି ସନତ ଦାସ, ବ୍ଲକ ସଭାପତି ବସନ୍ତ ପଣ୍ଡା ପ୍ରମୁଖ ଦରଦାମ ବୃଦ୍ଧିକୁ ନେଇ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଥିଲେ। ଶେଷରେ ପୌର ଉପନଗରପାଳ ତଥା ଜିଲା ସମ୍ପାଦକ ମନୋଜ ରାଉତ ଧନ୍ୟବାଦ ଦେଇଥିଲେ। ପରେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ବାଲେଶ୍ୱର ସଦର ବ୍ଲକ ବିଡିଓ ନଗେନ୍ଦ୍ର ନାଥ ଖମାରିଙ୍କ ଜରିଆରେ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଥିଲା। ସେହିପରି ଭୋଗରାଇ, ବାଲିଆପାଳ, ଜଳେଶ୍ୱର, ସଜନାଗଡ, ସୋର, ଖଇରା, ରେମୁଣା ଓ ବାହାନଗାରେ ମଧ୍ୟ ବିକ୍ଷୋଭ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି

ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri