ସବୁ ଜିଲାରେ ହେବ ବିକ୍ଷୋଭ

ଭୁବନେଶ୍ବର,୧୯।୧୧(ବ୍ୟୁରୋ): ଚାଷୀଙ୍କ ଆୟ ଦ୍ୱିଗୁଣିତ କରିବା ପାଇଁ କେନ୍ଦ୍ରରେ ମୋଦି ସରକାର ପ୍ରତିଶ୍ରୁତିବଦ୍ଧ। କେନ୍ଦ୍ର ସରକାର ଚାଷ ଓ ଚାଷୀଙ୍କ ସମସ୍ୟା ଦୂରୀକରଣ ପାଇଁ ଗତ ୮ ବର୍ଷରେ ବିଭିନ୍ନ ପ୍ରକାର କୃଷି କଲ୍ୟାଣ ଯୋଜନା କାର୍ଯ୍ୟକାରୀ କରିଆସୁଛନ୍ତି। ଅନ୍ୟପକ୍ଷରେ ଓଡ଼ିଶା ସରକାର କେନ୍ଦ୍ରୀୟ ଯୋଜନାର ସୁଫଳକୁ ଚାଷୀଙ୍କ ପାଖରେ ପହଞ୍ଚାଇବାରେ ବିଫଳ ହୋଇ ନିଜ ଦୋଷ କେନ୍ଦ୍ର ଉପରେ ଲଦିବାରେ ବ୍ୟସ୍ତ ରହୁଛି। ଏହା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ଏବଂ ବିଜେଡି ଚାଷୀଙ୍କ ପାଇଁ କାଳ ସାଜିଥିବାର ପ୍ରମାଣିତ ହୋଇଛି ବୋଲି ଭାଜପା ରାଜ୍ୟ ସାଧାରଣ ସମ୍ପାଦକ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି। ଚାଷୀଙ୍କ ସ୍ବାର୍ଥ ରକ୍ଷା ପାଇଁ ବିଫଳ ହୋଇଥିବା ଏବଂ ରାଜ୍ୟ ସରକାରଙ୍କ ଚାଷୀମାରଣ ନୀତିକୁ ପ୍ରତିବାଦକରି ଶୁକ୍ରବାରଠାରୁ ବିଧାନସଭା ସମ୍ମୁଖରେ ଭାଜପା ସତ୍ୟାଗ୍ରହ ଆରମ୍ଭ କରିଛି। ଚାଷୀକୁଳର ସ୍ବାର୍ଥରକ୍ଷା ପାଇଁ ବିହିତ ପଦକ୍ଷେପ ଗ୍ରହଣ ନ କରିବା ପର୍ଯ୍ୟନ୍ତ ଏହି ସତ୍ୟାଗ୍ରହ ଜାରି ରହିବ ଏବଂ ଆଗାମୀ ଦିନରେ ସମସ୍ତ ଜିଲାରେ ବିକ୍ଷୋଭ ଓ ପ୍ରତିବାଦ ସଭା କରାଯିବ ବୋଲି ସେ କହିଛନ୍ତି।
ପୃଥ୍ବୀରାଜ ଆହୁରି କହିଛନ୍ତି, ଓଡ଼ିଶାରେ ଚାଷୀଙ୍କୁ ରାଜ୍ୟ ସରକାର ସର୍ବଦା ଅବହେଳିତ କରୁଛନ୍ତି। ମଣ୍ଡି ସମସ୍ୟା, ବିହନ ଓ ସାର ଅଭାବ, କଟ୍‌ନି ଛଟ୍‌ନି, ଅବ୍ୟବସ୍ଥିତ ଟୋକନ ବ୍ୟବସ୍ଥା, ବେପାରୀ-ମିଲର-ରାଜ୍ୟ ସରକାରଙ୍କ ମଧୁଚନ୍ଦ୍ରିକା ଭଳି ଏଠାକାର ସରକାରଙ୍କ ଚାଷୀମାରଣ ନୀତି ଯୋଗୁ ଚାଷୀର ଭବିଷ୍ୟତ ଅନ୍ଧାର ଭିତରକୁ ଠେଲି ହୋଇଯାଇଛି। ବୀମା କମ୍ପାନୀ ପ୍ରତି ରାଜ୍ୟ ସରକାରଙ୍କ ଅହେତୁକ ଅନୁକମ୍ପା ଏବେ ଚାଷୀମାନଙ୍କ ପାଇଁ କାଳ ସାଜିଛି। ବୀମା କମ୍ପାନୀ ଟଙ୍କାରେ ଶାସକ ବିଜେଡି ନେତା ଓ ମନ୍ତ୍ରୀ ଅଜସ୍ର ଟଙ୍କା ରୋଜଗାର କରୁଛନ୍ତି ସତ, କିନ୍ତୁ ଚାଷୀଟି ନିଜ ନ୍ୟାଯ୍ୟ ହକ୍‌ ପାଇବାରୁ ବଞ୍ଚିତ ହେଉଛି। ନିର୍ବାଚନ ଆସିଲେ ଶାସକ ଦଳକୁ ଚାଷୀଙ୍କ କଥା ମନେପଡ଼େ। ସେମାନଙ୍କୁ ଭୁଆଁ ବୁଲାଇବା ପାଇଁ ମିଥ୍ୟା ପ୍ରତିଶ୍ରୁତିର ବନ୍ୟା ସୃଷ୍ଟି କରିଦିଅନ୍ତି। ମିଛ ଓ ପ୍ରତାରିତ କରି ଭୋଟ ହାତେଇବା ପରେ ଦେଇଥିବା ସବୁ ପ୍ରତିଶ୍ରୁତିକୁ ରାଜ୍ୟ ସରକାର ପବନରେ ଉଡ଼ାଇଦିଅନ୍ତି। ଚାଷୀଙ୍କୁ ଫସଲବୀମାର ସହଜ ଉପଲବ୍ଧ ନିମନ୍ତେ କେନ୍ଦ୍ର କୃଷି ବୈଷୟିକ କମିଟି ବାରମ୍ବାର ରାଜ୍ୟ ସରକାରଙ୍କୁ ଅବଗତ କରିବା ସତ୍ତ୍ୱେ ସେଥିପ୍ରତି କର୍ଣ୍ଣପାତ କରି ନ ଥିଲେ । ଚାଷୀଙ୍କ ରୋଷରୁ ବର୍ତ୍ତିବା ପାଇଁ ନିଜ ଦାୟିତ୍ୱରୁ ଓହରିଯାଇ ରାଜ୍ୟ ସରକାର ସମ୍ପୂର୍ଣ୍ଣ ମିଛ କଥା କହି କେନ୍ଦ୍ରକୁ ଦୋଷ ଲଦିଦେବାକୁ ଯେଉଁ ଅପପ୍ରୟାସ କରୁଛନ୍ତି ତାହା ଅତ୍ୟନ୍ତ ଲଜ୍ଜାଜନକ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପ ପରେ କେନ୍ଦ୍ର କୃଷିମନ୍ତ୍ରୀଙ୍କ ତ୍ୱରିତ ପଦକ୍ଷେପ କାରଣରୁ ରାଜ୍ୟର ଚାଷୀମାନେ ଫସଲ ବୀମା ଟଙ୍କା ପାଇବେ ବୋଲି ପୃଥ୍ବୀରାଜ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପିନାକୀ-ମହେଶଙ୍କୁ ମିଳିଲାନି ଟିକେଟ

ଭୁବନେଶ୍ୱର,୨୮।୩: ଆଗାମୀ ଲୋକ ସଭା ନିର୍ବାଚନକୁ ନେଇ ବିଜେଡି ଏହାର ପ୍ରାର୍ଥୀ ଘୋଷଣା କରିଛି। ବୁଧବାର ୧୫ ଆସନ ଲାଗି ପ୍ରାର୍ଥୀ ଘୋଷଣା ହୋଇଛି। ସେଥିମଧ୍ୟରୁ...

ଭାଜପାରେ ଯୋଗ ଦେଲେ ଭର୍ତ୍ତୃହରି, ସିଦ୍ଧାନ୍ତ, କଡ଼ା ଭାଷାରେ ସମାଲୋଚନା କଲା ବିଜେଡି

ଭୁବନେଶ୍ୱର,୨୮।୩: ଗୁରୁବାର ଭାରତୀୟ ଜନତା ପାର୍ଟି(ଭାଜପା)ରେ ଯୋଗ ଦେଇଛନ୍ତି କଟକ ଏମପି ଭର୍ତ୍ତୃହରି ମହତାବ, ପୂର୍ବତ୍ତନ ଲୋକ ସଭା ଏମପି ସିଦ୍ଧାନ୍ତ ମହାପାତ୍ର ଏବଂ ପଦ୍ମଶ୍ରୀ...

ଭାଜପାରେ ଯୋଗ ଦେବା ପରେ ଭର୍ତ୍ତୃହରି ଦେଲେ ବଡ଼ ବୟାନ, କହିଲେ ଓଡ଼ିଶାରେ…

ନୂଆଦିଲ୍ଲୀ,୨୮।୩: ବିଜେପିରେ ସାମିଲ ପରେ ସାଂସଦ ଭର୍ତ୍ତୃହରି ମହତାବ ଓଡ଼ିଶା ରାଜନୀତିକୁ ନେଇ ବଡ଼ ବୟାନ ଦେଇଛନ୍ତି। କେବଳ ‘ରାଷ୍ଟ୍ରବାଦ, ଏକାତ୍ମତା, ପୂର୍ବୋଦୟ ଭାଜପା ଜରିଆରେ...

ପଦ୍ମ ଧରିଲେ ପଦ୍ମଶ୍ରୀ ଦମୟନ୍ତୀ ବେସ୍ରା

ଭୁବନେଶ୍ୱର/ନୂଆଦିଲ୍ଲୀ,୨୮।୩: ଭାଜପାରେ ସାମିଲ ହେଲେ ପଦ୍ମଶ୍ରୀ ଦମୟନ୍ତୀ ବେସ୍ରା। ଗୁରୁବାର ଅପରାହ୍ନ ସାଢେ ୨ଟାରେ ନୂଆଦିଲ୍ଲୀର ଭାଜପା ମୁଖ୍ୟାଳୟରେ ସେ ଯୋଗ ଦେଇଛନ୍ତି। ଏହା ସହିତ...

ଭାଜପାରେ ଯୋଗଦେଲେ ଭର୍ତ୍ତୃହରି ମହତାବ, ନିକଟରେ ବିଜେଡିରୁ ଇସ୍ତଫା ଦେଇଥିଲେ

ଭୁବନେଶ୍ୱର,୨୮।୩: ନିକଟରେ ବିଜୁ ଜନତା ଦଳ(ବିଜେଡି)ରୁ ଇସ୍ତଫା ଦେଇଥିବା କଟକ ଲୋକ ସଭା ଏମପି ଭର୍ତ୍ତୃହରି ମହତାବ ଭାଜପାରେ ଯୋଗ ଦେଇଛନ୍ତି। ତାଙ୍କ ସହିତ ଦୁଇଥର...

ଭାଜପାରେ ମିଶିଲେ ସିଦ୍ଧାନ୍ତ ମହାପାତ୍ର

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮ା୩: ଭାଜପାରେ ଗୁରୁବାର ଯୋଗ ଦେଇଛନ୍ତି ଅଭିନେତା ତଥା ବିଜେଡିର ପୂର୍ବତନ ଏମ୍‌ପି ସିଦ୍ଧାନ୍ତ ମହାପାତ୍ର। ଦିଲ୍ଲୀ ମୁଖ୍ୟ କାର୍ଯ୍ୟାଳୟରେ ଯୋଗଦେଇ ସେ ଭାଜପାରେ ସାମିଲ...

ଆଗାମୀ ଦୁଇ ଦିନରେ ୨ରୁ ୩ ଡିଗ୍ରୀ ବୃଦ୍ଧି ପାଇବ ତାପମାତ୍ରା

ଭୁବନେଶ୍ୱର,୨୮ା୩: ପାଗ ଶୁଖିଲା ରହୁଥିବାରୁ ଚଳିତମାସ ଶେଷ ପର୍ଯ୍ୟନ୍ତ ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ ବୃଦ୍ଧି ପାଇବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ...

ଏପ୍ରିଲ ପ୍ରଥମ ସପ୍ତାହରେ ଘୋଷଣା ହେବ କଂଗ୍ରେସ ଟିକେଟ୍‌

ଭୁବନେଶ୍ୱର,୨୮।୩: ମୁଣ୍ଡ ଉପରେ ନିର୍ବାଚନ। ଭାଜପା ଓ ବିଜେଡି ପର୍ଯ୍ୟାୟ କ୍ରମେ ନିଜର ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି। କିନ୍ତୁ ଏଥିରେ ପଛରେ ପଡିଛି କଂଗ୍ରେସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri