Posted inରାଜ୍ୟ

‘ପଶ୍ଚିମ ଓଡ଼ିଶାକୁ ସାବତପୁଅ ଭଳି ବ୍ୟବହାର କରାଯାଉଛି’

ଭୁବନେଶ୍ୱର,୨୫ା୭(ବ୍ୟୁରୋ): ପଶ୍ଚିମ ଓଡ଼ିଶାକୁ ସବୁ କ୍ଷେତ୍ରରେ ରାଜ୍ୟ ସରକାର ବାରମ୍ବାର ଅବହେଳା କରି ଚାଲିଛନ୍ତି। ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗରିବ ଲୋକଙ୍କୁ ଘର ଦେବା ପାଇଁ ପ୍ରସ୍ତୁତ ଅଛନ୍ତି, କିନ୍ତୁ ରାଜ୍ୟ ସରକାରଙ୍କ ଅବହେଳା ଯୋଗୁ ପଶ୍ଚିମ ଓଡ଼ିଶାର ୧୦ଟି ଜିଲାରେ ପକ୍କା ଘର ମିଳିଲା ନାହିଁ ବୋଲି ଭାଜପା ବିଧାୟକ ନାଉରୀ ନାଏକ ଅଭିଯୋଗ କରିଛନ୍ତି। ସେହିପରି ପଶ୍ଚିମ ଓଡ଼ିଶାକୁ ରାଜ୍ୟ ସରକାର ସାବତପୁଅ ଭଳି ବ୍ୟବହାର କରିଛନ୍ତି ବୋଲି ରାଜ୍ୟ ସମ୍ପାଦକ ଟଙ୍କଧର ତ୍ରିପାଠୀ ଅଭିଯୋଗ କରିଛନ୍ତି। ସେ କହିଛନ୍ତି ଯେ, ସମ୍ପୂର୍ଣ୍ଣ ପଶ୍ଚିମ ଓଡ଼ିଶାର ଲୋକ ଭିମସାର୍‌ ମେଡିକାଲ କଲେଜ ଉପରେ ନିର୍ଭର କରନ୍ତି। କିନ୍ତୁ ଏଠାରେ ଗ୍ୟାଷ୍ଟ୍ରୋଏଣ୍ଟେରୋଲୋଜି, ଏଣ୍ଡୋକ୍ରାଇନୋଲୋଜି, ଜିଆଇ ସର୍ଜରୀ,ନେଫ୍ରୋଲୋଜି ଡିପାର୍ଟମେଣ୍ଟରେ ବିଭାଗୀୟ ଡାକ୍ତର ନାହାନ୍ତିି। ଯଦି କଟକ ବଡ଼ ମେଡିକାଲରେ ଏକ୍‌ମୋ ମେଶିନ୍‌ ଲାଗିବ ତେବେ ଭିମ୍‌ସାରରେ କାହଁିକି ଲାଗିବନାହିଁ ବୋଲି ତ୍ରିପାଠୀ ପ୍ରଶ୍ନ କରିଛନ୍ତି। ଭିମ୍‌ସାରରେ ଏକ୍‌ମୋ ମେଶିନ ଲଗାଇବା ଦାବିରେ ଆସନ୍ତା ଜୁଲାଇ ୨୮ ତାରିଖରେ ପଶ୍ଚିମ ଓଡ଼ିଶାର ପ୍ରତ୍ୟେକ ଜିଲା ସଦର ମହକୁମାରେ ବିକ୍ଷୋଭ ପ୍ରଦର୍ଶନ କରାଯିବ। ସେହିପରି ଅଗଷ୍ଟ ୨ତାରିଖରେ ଜିଲା ତରଫରୁ ଆର୍‌ଡିସି କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ଓ ଧାରଣା ପ୍ରଦର୍ଶନ କରାଯିବ ବୋଲି ରାଜ୍ୟ ସାଧାରଣ ସମ୍ପାଦକ ରବି ନାଏକ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ଛତୁ ତୋଳିବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ ମହିଳା, ଆଉ ତା’ ପରେ…

ଆନନ୍ଦପୁର,୪ା୧୦(ସୁଶାନ୍ତ କୁମାର ସାହୁ): ଛତୁ ତୋଳିବାକୁ ଯାଇଥିବାବେଳେ ମହିଳା ଭାଲୁ ଆକ୍ରମଣରେ ଗୁରତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମେଡିକାଲ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି।…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ ନେଇ ହଣାକଟା: ୫ ଆହତ, ଦମ୍ପତି ଗୁରୁତର

ଦିଗପହଣ୍ଡି,୪ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେଣ୍ଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ପୈତୃକ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ରବିବାର ସକାଳେ ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?