ପ୍ରବାସୀ ଭାରତୀୟ ଝିଅ ଭାବେ ଗର୍ବିତ: ନିକ୍କି ହାଲି

ନ୍ୟୁୟର୍କ,୧୬।୨: ରିପବ୍ଲିକାନ ପାର୍ଟି ପକ୍ଷରୁ ୨୦୨୪ ରାଷ୍ଟ୍ରପତି ପଦ ପାଇଁ ନିର୍ବାଚନ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଘୋଷଣା ହେବା ପରେ ଭାରତୀୟ ବଂଶୋଦ୍ଭବ ଆମେରିକୀୟ ନେତା ନିକ୍କି ହାଲି ଆନୁଷ୍ଠାନିକ ଭାବେ ପ୍ରଚାର ଆରମ୍ଭ କରିଛନ୍ତି। ସେ ଦକ୍ଷିଣ କାରୋଲିନାରୁ ନିଜର ଅଭିଯାନ ଆରମ୍ଭ କରିଥିଲେ। ଏହି ଅବସରରେ ହାଲି କହିଛନ୍ତି, ସେ ନିଜ ଜୀବନକୁ ଏହି ନିର୍ବାଚନ ଯୁଦ୍ଧରେ ଉତ୍ସର୍ଗ କରିଛନ୍ତି। ସେ ଏକ ଶକ୍ତିଶାଳୀ ତଥା ଗର୍ବିତ ଆମେରିକା ପାଇଁ ରାଷ୍ଟ୍ରପତି ପ୍ରାର୍ଥୀ ହେଉଛନ୍ତି।
ହାଲି କହିଛନ୍ତି, ମୁଁ ପ୍ରବାସୀ ଭାରତୀୟ ଝିଅ, ଜଣେ ଯୁଦ୍ଧ ଯୋଦ୍ଧାଙ୍କ ସ୍ତ୍ରୀ ଏବଂ ଦୁଇ ସନ୍ତାନର ମା’ ଭାବରେ ଆପଣଙ୍କ ସମ୍ମୁଖରେ ଠିଆ ହୋଇଛି। ମୁଁ ଦକ୍ଷିଣ କାରୋଲିନାର ରାଜ୍ୟପାଳ ତଥା ମିଳିତ ଜାତିସଂଘରେ ଆମେରିକାର ରାଷ୍ଟ୍ରଦୂତ ଭାବରେ କାର୍ଯ୍ୟ କରିଛି। ସର୍ବୋପରି, ମୁଁ ଜଣେ ଗର୍ବିତ ଆମେରିକୀୟ ନାଗରିକ। ମୋ ମାତାପିତା ଏକ ଭଲ ଜୀବନ ଖୋଜିବା ପାଇଁ ଭାରତରୁ ଆମେରିକା ଆସିଥିଲେ ଏବଂ ଦକ୍ଷିଣ କାରୋଲିନାର ବାମବର୍ଗରେ ଅବସ୍ଥାନ କରିଥିଲେ। ଆମର ଖରାପ ଦିନରେ ଆମେରିକା ଆମ ପାଖରେ ଛିଡା ହୋଇଛି। ଏଥିପାଇଁ ଆମେ କୃତଜ୍ଞ।
ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କୁ ଟାର୍ଗେଟ୍‌ କରି ହାଲି କହିଛନ୍ତି, ଆଜି ଆମେରିକା ପଛରେ ଅଛି। ବାଇଡେନ୍‌ ହେଉଛନ୍ତି ଏହି ବିଫଳତାର ଉଦାହରଣ।
୨୦୨୪ ରାଷ୍ଟ୍ରପତି ନିର୍ବାଚନ ପାଇଁ ହାଲି ଆନୁଷ୍ଠାନିକ ଭାବେ ତାଙ୍କ ପ୍ରାର୍ଥୀପତ୍ର ଉପସ୍ଥାପନ କରିଛନ୍ତି। ରିପବ୍ଲିକାନ ପାର୍ଟି ମଧ୍ୟରେ ସେ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ପ୍ରତିଦ୍ୱନ୍ଦ୍ୱିତା କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ପାକିସ୍ତାନ ମୁକାବିଲା ଆଜି

କଲମ୍ୱୋ, ୧୫।୨: ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ସବୁଠାରୁ ଚର୍ଚ୍ଚିତ ଭାରତ-ପାକିସ୍ତାନ ମୁକାବିଲା ରବିବାର ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଟୁର୍ନାମେଣ୍ଟରୁ ବାଂଲାଦେଶକୁ ବାଦ୍‌ ଦିଆଯିବାକୁ ନେଇ…

ପ୍ରେମିକାଙ୍କ ସ୍ୱାମୀଙ୍କୁ ଏସ୍‌ଆଇଆର୍‌ ପାଇଁ ଡାକି ହତ୍ୟା

କୋଲକାତା,୧୫ା୨: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଦିନକୁ ଦିନ ଅନେକ ଘଟଣା ସାମ୍ନାକୁ ଆସିବାରେ ଲାଗିଛି। ଏହି କ୍ରମେ ଜଣେ ବୁଥ୍‌ସ୍ତରୀୟ…

ଆଗାମୀ ଦିନରେ ୪୫ ହଜାର ଶିକ୍ଷକ ନିଯୁକ୍ତି : ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା): ଭଲ ମାର୍କ ରଖିଲେ ହିଁ ସବୁ କିଛି କରିହେବ ତାହା ନୁହେଁ। ଶିକ୍ଷା ଆମର ଚିନ୍ତାଧାରାକୁ ରୂପ ଦିଏ, ଏହା ଚରିତ୍ର ଗଠନ କରେ…

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri