ପ୍ରବାସୀ ଭାରତୀୟ ଝିଅ ଭାବେ ଗର୍ବିତ: ନିକ୍କି ହାଲି

ନ୍ୟୁୟର୍କ,୧୬।୨: ରିପବ୍ଲିକାନ ପାର୍ଟି ପକ୍ଷରୁ ୨୦୨୪ ରାଷ୍ଟ୍ରପତି ପଦ ପାଇଁ ନିର୍ବାଚନ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଘୋଷଣା ହେବା ପରେ ଭାରତୀୟ ବଂଶୋଦ୍ଭବ ଆମେରିକୀୟ ନେତା ନିକ୍କି ହାଲି ଆନୁଷ୍ଠାନିକ ଭାବେ ପ୍ରଚାର ଆରମ୍ଭ କରିଛନ୍ତି। ସେ ଦକ୍ଷିଣ କାରୋଲିନାରୁ ନିଜର ଅଭିଯାନ ଆରମ୍ଭ କରିଥିଲେ। ଏହି ଅବସରରେ ହାଲି କହିଛନ୍ତି, ସେ ନିଜ ଜୀବନକୁ ଏହି ନିର୍ବାଚନ ଯୁଦ୍ଧରେ ଉତ୍ସର୍ଗ କରିଛନ୍ତି। ସେ ଏକ ଶକ୍ତିଶାଳୀ ତଥା ଗର୍ବିତ ଆମେରିକା ପାଇଁ ରାଷ୍ଟ୍ରପତି ପ୍ରାର୍ଥୀ ହେଉଛନ୍ତି।
ହାଲି କହିଛନ୍ତି, ମୁଁ ପ୍ରବାସୀ ଭାରତୀୟ ଝିଅ, ଜଣେ ଯୁଦ୍ଧ ଯୋଦ୍ଧାଙ୍କ ସ୍ତ୍ରୀ ଏବଂ ଦୁଇ ସନ୍ତାନର ମା’ ଭାବରେ ଆପଣଙ୍କ ସମ୍ମୁଖରେ ଠିଆ ହୋଇଛି। ମୁଁ ଦକ୍ଷିଣ କାରୋଲିନାର ରାଜ୍ୟପାଳ ତଥା ମିଳିତ ଜାତିସଂଘରେ ଆମେରିକାର ରାଷ୍ଟ୍ରଦୂତ ଭାବରେ କାର୍ଯ୍ୟ କରିଛି। ସର୍ବୋପରି, ମୁଁ ଜଣେ ଗର୍ବିତ ଆମେରିକୀୟ ନାଗରିକ। ମୋ ମାତାପିତା ଏକ ଭଲ ଜୀବନ ଖୋଜିବା ପାଇଁ ଭାରତରୁ ଆମେରିକା ଆସିଥିଲେ ଏବଂ ଦକ୍ଷିଣ କାରୋଲିନାର ବାମବର୍ଗରେ ଅବସ୍ଥାନ କରିଥିଲେ। ଆମର ଖରାପ ଦିନରେ ଆମେରିକା ଆମ ପାଖରେ ଛିଡା ହୋଇଛି। ଏଥିପାଇଁ ଆମେ କୃତଜ୍ଞ।
ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କୁ ଟାର୍ଗେଟ୍‌ କରି ହାଲି କହିଛନ୍ତି, ଆଜି ଆମେରିକା ପଛରେ ଅଛି। ବାଇଡେନ୍‌ ହେଉଛନ୍ତି ଏହି ବିଫଳତାର ଉଦାହରଣ।
୨୦୨୪ ରାଷ୍ଟ୍ରପତି ନିର୍ବାଚନ ପାଇଁ ହାଲି ଆନୁଷ୍ଠାନିକ ଭାବେ ତାଙ୍କ ପ୍ରାର୍ଥୀପତ୍ର ଉପସ୍ଥାପନ କରିଛନ୍ତି। ରିପବ୍ଲିକାନ ପାର୍ଟି ମଧ୍ୟରେ ସେ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ପ୍ରତିଦ୍ୱନ୍ଦ୍ୱିତା କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ପ୍ରଥମ ଦେଶ ଭାବେ ସୋସିଆଲ ମିଡିଆ ବ୍ୟାନ କଲା ଅଷ୍ଟ୍ରେଲିଆ, ଏତିକି ବର୍ଷରୁ କମ୍ ପିଲା…

ନୂଆଦିଲ୍ଲୀ,୯।୧୨: ପିଲାମାନଙ୍କୁ ସୋସିଆଲ ମିଡିଆର କୁପ୍ରଭାବରୁ ରକ୍ଷା କରିବା ପାଇଁ ଅଷ୍ଟ୍ରେଲିଆ ଏକ ଐତିହାସିକ ପଦକ୍ଷେପ ନେଇଛି। ବୁଧବାର ମଧ୍ୟରାତ୍ରିରୁ ଅଷ୍ଟ୍ରେଲିଆ ୧୬ ବର୍ଷରୁ କମ୍...

ଆଦାନୀ ଗ୍ରୁପ କଲା ବଡ଼ ଡିଲ୍‌, ଭାରତରେ ପାଇଲଟ ଟ୍ରେନିଂ ଓ ପ୍ରତିରକ୍ଷା ସିମୁଲେସନରେ ହେବ ପରିବର୍ତ୍ତନ!

ନୂଆଦିଲ୍ଲୀ,୯।୧୨: ଆଡାନୀ ଗ୍ରୁପର ପ୍ରତିରକ୍ଷା ଓ ଏରୋସ୍ପେସ ଆର୍ମ ADSTL (ଆଡାନୀ ଡିଫେନ୍ସ ସିଷ୍ଟମ୍ସ ଏଣ୍ଡ ଟେକ୍ନୋଲୋଜିଜ ଲିମିଟେଡ) ଏବଂ ପ୍ରାଇମ ଏରୋ ସର୍ଭିସେସ LLP...

ପାଦରେ ସୁନା ପିନ୍ଧିବା କାହିଁକି ଅଶୁଭ? ପିନ୍ଧିଲେ ମାଡ଼ି ଆସିବ…

ବର୍ତ୍ତମାନ, ସୁନା ବିଶ୍ୱର ସବୁଠାରୁ ମହଙ୍ଗା ଧାତୁ ମଧ୍ୟରୁ ଗୋଟିଏ। ସୁନା ସମସ୍ତଙ୍କୁ ଆକର୍ଷିତ କରେ। ମହିଳାମାନେ ସୁନା ଅଳଙ୍କାରକୁ ଭଲ ପାଆନ୍ତି। ଅଳଙ୍କାର ପିନ୍ଧିବା...

ନୂଆବର୍ଷରେ ୩ ରାଶିରେ ଭୟଙ୍କର ଶନି ଦଶା ! ପାଦେ ପାଦେ ବିପଦ, ନୂଆବର୍ଷରେ…

ଶନିଦେବତାଙ୍କୁ ନ୍ୟାୟପ୍ରିୟ ଓ କର୍ମଫଳ ପ୍ରଦାତା ଭାବେ ଗ୍ରହଣ କରାଯାଇଛି । ଶନି ପ୍ରତି ଅଢେଇ ବର୍ଷରେ ଥରେ ରାଶି ପରିବରର୍ତ୍ତନ କରିଥାନ୍ତି । ଶନିଙ୍କର...

ଭାରତ ପାଇଁ ସତ୍ୟ ନାଡେଲାଙ୍କ ବଡ଼ ଘୋଷଣା: AI ପାଇଁ ମାଇକ୍ରୋସଫ୍ଟ ନିବେଶ କରିବ ୧.୫ ଲକ୍ଷ କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ବିକାଶ ପାଇଁ ଏକ ବଡ଼ ପଦକ୍ଷେପ ନେଇ ମାଇକ୍ରୋସଫ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (CEO) ସତ୍ୟ ନାଡେଲା...

IND vs SA: ବାରବାଟୀରେ ହାର୍ଦ୍ଦିକଙ୍କ ଛକା ବର୍ଷା, ଦକ୍ଷିଣ ଆଫ୍ରିକାକୁ ଟାର୍ଗେଟ…

କଟକ,୯।୧୨: ପ୍ରଥମ ଟି-୨୦ରେ ପ୍ରଥମେ ବ୍ୟାଟିଂ କରି ଭାରତ ୧୭୫ ରନ କରିଛି। ହାର୍ଦ୍ଦିକ ପାଣ୍ଡ୍ୟା ଦଳକୁ ୫୯ ରନର ଚମତ୍କାର ସ୍କୋରରେ ପହଞ୍ଚାଇଛନ୍ତି। ସଙ୍କଟରେ...

Ayushman Card: ବର୍ଷକୁ କେବଳ ଏତିକି ଥର ମିଳେ ମାଗଣା ଚିକିତ୍ସା, ନିୟମ ନ ଜାଣିଲେ ପକେଟରୁ ବାଜିବ ଟଙ୍କା!

ନୂଆଦିଲ୍ଲୀ,୯।୧୨: ଭାରତରେ ସାଧାରଣ ଲୋକଙ୍କ ପାଇଁ ସ୍ୱାସ୍ଥ୍ୟସେବା ସୁଲଭ କରିବା ପାଇଁ ସରକାର ଅନେକ ପ୍ରମୁଖ ପଦକ୍ଷେପ ନେଇଛନ୍ତି, ଯାହା ମଧ୍ୟରୁ ସବୁଠାରୁ ପ୍ରମୁଖ ହେଉଛି...

ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ବଡ଼ ପରିବର୍ତ୍ତନ: ବଦଳିଲା ପ୍ରମୁଖ ବିଷୟର ତାରିଖ

ଭୁବନେଶ୍ୱର,୯ା୧୨: ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ମଙ୍ଗଳବାର ୨୦୨୬ ମସିହା ପାଇଁ ହେବାକୁ ଥିବା ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା ସୂଚୀରେ କିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri