ସମୁଦି ହେବା ଗର୍ବର କଥା, ଖୋଲାଖୋଲି ଭାବେ ଦାଉଦଙ୍କୁ ପ୍ରଶଂସା କରେ ପୂର୍ବତନ କ୍ରିକେଟର ମିଆଁଦାଦ

ଇସଲାମାବାଦ,୨୦।୩: ପାକିସ୍ତାନର ପୂର୍ବତନ କ୍ରିକେଟର ଜାଭେଦ ମିଆଁଦାଦ ପଳାତକ ଅଣ୍ଡରୱାଲର୍‌ଡ ଡନ ଦାଉଦ ଇବ୍ରାହିମଙ୍କୁ ପ୍ରଶଂସା କରିଛନ୍ତି। ସେ କହିଛନ୍ତି ଯେ ଦାଉଦ ଇବ୍ରାହିମଙ୍କ ସହିତ ପାରିବାରିକ ସମ୍ପର୍କ ରହିବା ତାଙ୍କ ପାଇଁ ସମ୍ମାନର ବିଷୟ । ଏହା ସହିତ ସେ ଅଣ୍ଡରୱାଲର୍‌ଡ ଡନ ଏମିତି ଜଣେ ବ୍ୟକ୍ତି ଭାବରେ ବର୍ଣ୍ଣନା କରିଛନ୍ତି ଯିଏ ମୁସଲମାନମାନଙ୍କ ସ୍ବାର୍ଥ ପାଇଁ ବହୁତ କିଛି କରିଛନ୍ତି।

ଏକ ୟୁଟ୍ୟୁବ ଚ୍ୟାନେଲରେ ଏକ ସାକ୍ଷାତକାର ସମୟରେ ଜାଭେଦ ମିଆଁଦାଦ କହିଛନ୍ତି, ମୁଁ ତାଙ୍କୁ ଦୁବାଇରୁ ବହୁତ ଦିନରୁ ଜାଣିଛି। ତାଙ୍କ ଝିଅ ମୋ ପୁଅକୁ ବିବାହ କରିବା ମୋ ପାଇଁ ଗୌରବର ବିଷୟ। ମୋ ବୋହୂ ବହୁତ ଶିକ୍ଷିତ। ସେ ଏକ କନଭେଣ୍ଟ ସ୍କୁଲରେ ପଢି ପରବର୍ତ୍ତୀ ଅଧ୍ୟୟନ ପାଇଁ ଏକ ନାଁ କରା ବିଶ୍ୱବିଦ୍ୟାଳୟକୁ ଯାଇଥିଲେ। ସୂଚନାଯୋଗ୍ୟ, ମିଆଁଦାଦଙ୍କ ପୁଅ ଜୁନାଦ ଦାଉଦ ଇବ୍ରାହିମଙ୍କ ଝିଅ ମହରୁଖଙ୍କୁ ବିବାହ କରିଛନ୍ତି। ଦୁହେଁ ୨୦୦୫ରେ ଦୁବାଇରେ ବିବାହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୦ ଫୁଟ ଉପରକୁ ଉଠି ଗଛରେ ପିଟିହେଲା କାର୍‌, ଆମେରିକାରେ ୩ ଭାରତୀୟ ମହିଳାଙ୍କ ଜୀବନ ଗଲା

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୭ା୪: ଆମେରିକାର ଦକ୍ଷିଣ କାରୋଲିନା ରାଜ୍ୟରେ ଏକ ସଡ଼କ ଦୁର୍ଘଟଣାରେ ୩ ଭାରତୀୟ ମହିଳାଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ତିନି ମହିଳା...

ଜାପାନରେ ଶକ୍ତିଶାଳୀ ଭୂକମ୍ପ, ବ୍ୟାପକ କ୍ଷୟକ୍ଷତି ଆଶଙ୍କା

ଟୋକିଓ,୨୭ା୪: ଜାପାନର ବୋନିନ ଦ୍ୱୀପପୁଞ୍ଜରେ ଶନିବାର ଅପରାହ୍ନରେ ଭୂକମ୍ପ ଅନୁଭୂତ ହୋଇଛି। ଏହାର ତୀବ୍ରତା ରିକ୍ଟର ସ୍କେଲ୍‌ରେ ୬.୩ ମାପ କରାଯାଇଛି। ଏହି ଭୂକମ୍ପର କେନ୍ଦ୍ର...

ଆଇପିଏଲ୍‌ ୨୦୨୪ର ନୂଆ ହିରୋ ଶଶାଙ୍କ କିଏ? ୧୦୦ ଟେଷ୍ଟ ଖେଳିଥିବା କ୍ରିକେଟର ବି କରୁଛନ୍ତି ପ୍ରଶଂସା

ନୂଆଦିଲ୍ଲୀ,୨୭।୪: ଆଇପିଏଲ୍‌ ୨୦୨୪କୁ ମିଳିଛି ନୂଆ ହିରୋ। ସେ କୌଣସି ବିଦେଶୀ ଖେଳାଳି ନୁହନ୍ତି ବରଂ ପଞ୍ଜାବ କିଙ୍ଗ୍ସର ଅନ୍‌କ୍ୟାପ୍ଡ ଖେଳାଳି ଶଶାଙ୍କ ସିଂ। ଶଶାଙ୍କଙ୍କୁ...

ଜୀବନର ବହୁତ ବଡ କଥା କହିଲେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ

ଓ୍ବାଶିଂଟନ,୨୭।୪: ଆମେରିକାରେ କିଛି ମାସ ମଧ୍ୟରେ ରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହେବ। ଇତିମଧ୍ୟରେ ରାଷ୍ଟ୍ରପତି ଜୋ ବାଇଡେନ ଏବଂ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ...

ସେମିରେ ଦୀପିକା କୁମାରୀ

ସାଂଘାଇ, ୨୭ା୪: ମାତୃତ୍ୱ ଲାଭ ପରେ ମଧ୍ୟ ଭାରତର ପୂର୍ବତନ ବିଶ୍ୱର ନମ୍ବର-୧ ତୀରନ୍ଦାଜ ଦୀପିକା କୁମାରୀ ତାଙ୍କ ଭଲ ପ୍ରଦର୍ଶନ ଜାରି ରଖିଛନ୍ତି। ଏଠାରେ...

ଆଜିଠାରୁ ଥୋମାସ୍‌, ଉବର କପ୍‌

ଚେଙ୍ଗ୍‌ଡୁ, ୨୭ା୪ ଥୋମାସ କପ୍‌ ଓ ଉବର କପ୍‌ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତା ଏଠାରେ ଶନିବାରଠାରୁ ଆରମ୍ଭ ହେବ। ଭାରତୀୟ ପୁରୁଷ ଦଳ ଏଥର ଥୋମାସ କପ୍‌...

ବ୍ରାଜିଲିଆନ ଫୁଟ୍‌ବଲ ଷ୍ଟାର ମାର୍ଟା କଲେ ବଡ଼ ଘୋଷଣା

ସାଓ ପାଉଲୋ, ୨୭ା୪: ଛଅ ଥର ମହିଳା ବିଶ୍ୱକପ୍‌ ଖେଳିଥିବା ବ୍ରାଜିଲିଆନ ଫୁଟ୍‌ବଲ ଷ୍ଟାର ମାର୍ଟା ଚଳିତ ବର୍ଷ ଶେଷ ହେବା ପରେ ଜାତୀୟ ଦଳରୁ...

ଆଇପିଏଲ୍‌ ଇତିହାସରେ ସର୍ବାଧିକ ରନ୍‌ ଚେଜ୍‌

କୋଲକାତା, ୨୭।୪: ଇଡେନ ଗାର୍ଡେନ୍ସରେ କୋଲକାତା ନାଇଟ ରାଇଡର୍ସ କରିଥିବା ୨୬୧ ରନ ପର୍ଯ୍ୟାପ୍ତ ହେଲାନି। ଜନି ବେୟାରଷ୍ଟୋଙ୍କ ଅପରାଜିତ ଶତକ ସହାୟତାରେ ପଞ୍ଜାବ କିଙ୍ଗ୍ସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri