ଯୋଗ୍ୟ ହିତାଧିକାରୀଙ୍କୁ ଖାଦ୍ୟ ସାମଗ୍ରୀ ଯୋଗାଇ ଦିଅ: ହାଇକୋର୍ଟ

ଯାଜପୁର ଅଫିସ,୧୦।୮: ଯାଜପୁର ଜିଲା ଧର୍ମଶାଳା ବ୍ଲକରେ ରାଶନ ସାମଗ୍ରୀ ବଣ୍ଟନରେ ବ୍ୟାପକ ଅନିୟମିତତା ନେଇ ରୁଜୁ ଜନସ୍ବାର୍ଥ ମାମଲାର ଶୁଣାଣି କରି ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ କରିଛନ୍ତି। ସାଧାରଣ ଜନତାଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ମାମଲାକୁ ଯଥାସମ୍ଭବ ସମାପ୍ତ କରିବାକୁ ହାଇକୋର୍ଟ ଗୁରୁତ୍ୱାରୋପ କରିଛନ୍ତି। ଏଥିପାଇଁ ଧର୍ମଶାଳା ତହସିଲଦାରଙ୍କ ଦ୍ୱାରା ଅନିୟମିତତା ଅଭିଯୋଗର ସତ୍ୟାସତ୍ୟ ଉପରେ ସବିଶେଷ ତଦନ୍ତ କରାଇବାକୁ ହାଇକୋର୍ଟ ଗତ ୩ ତାରିଖରେ ଯାଜପୁର ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ନିର୍ଦ୍ଦେଶ ମିଳିବାର ୬ ସପ୍ତାହ ମଧ୍ୟରେ ରିପୋର୍ଟ ଦାଖଲ କରିବାକୁ ଜିଲାପାଳଙ୍କୁ କୁହାଯାଇଛି। ଏହାସହ ସମସ୍ତ ଯୋଗ୍ୟ ହିତାଧିକାରୀ ଖାଦ୍ୟ ସୁରକ୍ଷା ଆଇନ-୨୦୧୩ ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା-୨୦୧୮ରେ ଆବଶ୍ୟକ ଖାଦ୍ୟ ସାମଗ୍ରୀ ଯେପରି ପାଇପାରିବେ ସେଥିପାଇଁ ସୁନିଶ୍ଚିତ କରିବାକୁ ମୁଖ୍ୟ ବିଚାରପତି ମହମ୍ମଦ ରଫିକ ଓ ଜଷ୍ଟିସ କେ.ଆର. ମହାପାତ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠ ନିର୍ଦ୍ଦେଶ ଦେଇଛନ୍ତି। ଅନାହାର ମାମଲା ଯେପରି ନ ଆସେ ସେଥିପ୍ରତି ସତର୍କ ରହିବାକୁ ଜିଲା ପ୍ରଶାସନକୁ ଉକ୍ତ ରାୟରେ ପରାମର୍ଶ ଦିଆଯାଇଛି। ରାଜ୍ୟ ଓ କେନ୍ଦ୍ର ସରକାରଙ୍କ କରୋନା ସହାୟତା ଯାଜପୁର ଜିଲାରେ ରାଶନ ଦୁର୍ନୀତିକୁ ପର୍ଦ୍ଦାଫାଶ କରିଥିଲା। ବିଭିନ୍ନ ଅଭିଯୋଗ ସଂକ୍ରାନ୍ତରେ ସାମାଜିକ କର୍ମୀ ସର୍ବେଶ୍ୱର ବେହୁରା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଏହିକ୍ରମରେ ଧର୍ମଶାଳା ବିଡିଓ ତାଙ୍କ ସତ୍ୟପାଠରେ ୩୧ ଜଣ ହିତାଧିକାରୀଙ୍କ ରାଶନକାର୍ଡ କାଟିଥିବା ନେଇ କାରଣ ଦର୍ଶାଇଥିଲେ। ମହିଶରା ପଞ୍ଚାୟତର ଗୟାଧର ସେଠୀଙ୍କ ସ୍ତ୍ରୀ ଭବ ସେଠୀଙ୍କ ରାଶନକାର୍ଡକୁ ବିଦ୍ୟୁତ୍‌ ଖର୍ଚ୍ଚ ଅଧିକ ହୋଇଥିବା ଦର୍ଶାଇ କାଟି ଦିଆଯାଇଥିଲା। ଏହାବାଦ ମନ୍ଦିର ବିଶ୍ୱାଳଙ୍କ ସ୍ତ୍ରୀ ସୋମଲତା ବିଶ୍ୱାଳଙ୍କ ରାଶନକାର୍ଡକୁ ୬ଟି କୋଠାଘର ଥିବା ଦର୍ଶାଇ କାଟି ଦିଆଯାଇଥିଲା। ଏହା ବିରୋଧରେ ସାମାଜିକ କର୍ମୀ ସର୍ବେଶ୍ୱର ବେହୁରା ପୁଣି ହାଇକୋର୍ଟଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଉଭୟ ପକ୍ଷରୁ ଦାଖଲ ହୋଇଥିବା ରିପୋର୍ଟ ଅନୁସାରେ ହାଇକୋର୍ଟ ଉପରୋକ୍ତ ରାୟ ପ୍ରକାଶ କରିଛନ୍ତି। ଅଭିଯୋଗକାରୀଙ୍କ ପକ୍ଷରୁ ଓକିଲ ପ୍ରସନ୍ନ କୁମାର ପର୍ହି ଏବଂ ଅତିରିକ୍ତ ସରକାରୀ ଓକିଲ ଡି.କେ.ମହାନ୍ତି ପ୍ରତିପକ୍ଷର ମାମଲା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ଅଡୁଆ ବଢ଼ିଲା: ଜାମିନ ବିହୀନ ଗିରଫ ପରୱାନା ରହିତାଦେଶ ହଟାଇଲେ…

କଟକ,୨୫।୮(କାର୍ତ୍ତିକ ସାହୁ): ବାରମ୍ବାର ସମୟ ନେଇ ନିମ୍ନ ଅଦାଲତରେ ହାଜର ନ ହେବା କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ଫଳରେ ଗିରଫଦାରିକୁ ନେଇ…

୩୦ ଯାଏ ବଢ଼ିଲା ଓଏସ୍‌ଏସ୍‌ଟିଇଟି ପଞ୍ଜୀକରଣ, ସେପ୍ଟେମ୍ବର ୩୦…

କଟକ,୨୫।୮(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଇଲିଜିବିଲିଟି ଟେଷ୍ଟ (ଓଏସ୍‌ଏସ୍‌ଟିଇଟି) ୨୦୨୬ ନିମନ୍ତେ ପଞ୍ଜୀକରଣ ଅବଧିକୁ ଅଗଷ୍ଟ…

ପୁଣି ଲଘୁଚାପ: ୨୮ରୁ ଆହୁରି ବଢ଼ିବ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୨୫ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆସନ୍ତା ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବା ସହ ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା…

“ବିବାହ ନ କଲେ ଆତ୍ମହତ୍ୟା କରିବି” କହି ନେଇଗଲେ, ପ୍ରେମିକା ୩ ମାସର ଗର୍ଭବତୀ ହେବା ପରେ ଫେରାର୍; ପରିଶେଷରେ…

ଦେବଗଡ଼,୨୫।୮(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଛ ପ୍ରତିଶ୍ରୁତି ଦେଇ ପ୍ରେମିକାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ସ୍ଥାପନ କରିବା ଏବଂ ପରବର୍ତ୍ତୀ ସମୟରେ ପ୍ରତାରଣା କରିବା ଅଭିଯୋଗରେ…

ସାନଖେମୁଣ୍ଡି ବ୍ଲକ ସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି: ୧୦ ଲକ୍ଷରୁ ଊର୍ଦ୍ଧ୍ୱ ଶ୍ରମ ଦିବସ ସୃଷ୍ଟି, ବିନା ଗ୍ରାମସଭାରେ କାମକୁ ନେଇ ଅସନ୍ତୋଷ

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ମଙ୍ଗଳବାର ବ୍ଲକସ୍ତରୀୟ ସାମାଜିକ ସମୀକ୍ଷା ଓ ଜନଶୁଣାଣିର ୨୦୨୬-୨୭ ଆର୍ଥିକ ବର୍ଷ ପ୍ରଥମ ଚକ୍ର…

ଗୁରୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଏଣ୍ଟ୍ରି, ୫ ରାଶିଙ୍କ ଲାଗିଲା ଲଟେରୀ! ବଢିବ ଧନ-ସମ୍ପତ୍ତି…

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ମଙ୍ଗଳ ଗ୍ରହ ବୃହସ୍ପତି (ଦେବଗୁରୁ ବୃହସ୍ପତି)ଙ୍କ ଦ୍ୱାରା ଶାସିତ ପୁନର୍ୱାସୁ ନକ୍ଷତ୍ରରେ ୨ ସେପ୍ଟେମ୍ୱର, ୨୦୨୬ ରେ ପ୍ରବେଶ କରିବାକୁ ଯାଉଛି। ମଙ୍ଗଳ…

ନିଶାମୁକ୍ତ ସମାଜ ଗଠନ ପାଇଁ ଆହ୍ୱାନ: ରମ୍ଭା ଥାନା ପକ୍ଷରୁ…

ରମ୍ଭା, ୨୫।୮ (ବିଦ୍ୟାଧର ସାହୁ): ସୁବଳୟା ସ୍ଥିତ ଗୋପାଳ କୃଷ୍ଣ ଉଚ୍ଚ ମାଧ୍ୟମିକ ମହାବିଦ୍ୟାଳୟରେ ରମ୍ଭା ପୋଲିସ ପକ୍ଷରୁ ସାଇବର୍ ଅପରାଧ ଓ ନିଶା ନିବାରଣ ସଚେତନତା…

ସାଂଘାତିକ! ଶେଷରେ ପାରାଦୀପ ସମୁଦ୍ରରୁ ମିଳିଲା ନିଖୋଜ ଜାହାଜର…

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri