ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ, ସ୍ତ୍ରୀଙ୍କୁ ଭରଣପୋଷଣ ଟଙ୍କା ନଦେଲେ କଟିବ ଦରମା

ଭୁବନେଶ୍ବର,୩୦ା୮: ସ୍ତ୍ରୀ କିମ୍ୱା ସନ୍ତାନସନ୍ତତିଙ୍କୁ ଭରଣପୋଷଣ ସହାୟତା କିମ୍ୱା ଛାଡ଼ପତ୍ର ସମ୍ପର୍କିତ ପୋଷଣ ଖର୍ଚ୍ଚ ଠିକ୍ ଭାବରେ ଦେଉ ନଥିବା ସରକାରୀ କର୍ମଚାରୀଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି । ସଂମ୍ପୃକ୍ତ କର୍ମଚାରୀଙ୍କ ଦରମାରୁ ଟଙ୍କା କାଟିବା ପାଇଁ ମୁଖ୍ୟମନ୍ତ୍ରୀ କହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟ ସରକାରଙ୍କ ଅନେକ ପୁରୁଷ କର୍ମଚାରୀ ସେମାନଙ୍କର ସ୍ତ୍ରୀ ବା ସନ୍ତାନସନ୍ତତିଙ୍କୁ ଭରଷପୋଷଣ ସହାୟତା ଦେଉନାହାନ୍ତି । ଛାଡ଼ପତ୍ର ସମ୍ପର୍କିତ ପୋଷଣ ଖର୍ଚ୍ଚ (Alimony) ମଧ୍ୟ ଦେଉନାହାନ୍ତି । ଏଥିପାଇଁ ବିଭିନ୍ନ କୋର୍ଟରେ ବିଚାର ହୋଇ, କୋର୍ଟ ତରଫରୁ ସ୍ପଷ୍ଟ ନିର୍ଦ୍ଦେଶ ଥିବା ସତ୍ୱେ ପୁରୁଷ କର୍ମଚାରୀ ଏହି ଭରଣପୋଷଣ ଦେବାରେ ଅବହେଳା କରୁଛନ୍ତି ।

ମୁଖ୍ୟମନ୍ତ୍ରୀଙ୍କ ପ୍ରତ୍ୟେକ ଅଭିଯୋଗ ଶୁଣାଣି ସମୟରେ ହାରାହାରି ୨-୩ଟି ମାମଲା ଅଭିଯୋଗ ପ୍ରକୋଷ୍ଠକୁ ଆସୁଅଛି । ତେଣୁ, ମୁଖ୍ୟମନ୍ତ୍ରୀ ଏହା ଉପରେ କଡ଼ା ଆଭିମୁଖ୍ୟ ନେଇ ଏହି ଅର୍ଥକୁ ସଂମ୍ପୃକ୍ତ କର୍ମଚାରୀଙ୍କ ଦରମାରୁ କାଟି ପ୍ରଦାନ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟର ସରକାରୀ କର୍ମଚାରୀ ହୋଇ ଅଦାଲତର ଅବମାନନା କରିବା ଏବଂ ତା’ସହିତ ପତ୍ନୀ ଓ ପିଲାମାନଙ୍କ ପ୍ରତି ଏଭଳି ଅବିଚାର କରିବା ରାଜ୍ୟ ସରକାରଙ୍କ ପକ୍ଷେ ଆଦୌ ଗ୍ରହଣୀୟ ନୁହେଁ ।

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟ ସରକାର ସଂମ୍ପୃକ୍ତ ମହିଳା ଓ ସନ୍ତାନସନ୍ତତିଙ୍କ ଭରଣପୋଷଣ ପାଇଁ ନୂଆ ନିର୍ଦ୍ଦେଶନାମା ଜାରି କରିଛନ୍ତି । ଏହି ନିର୍ଦ୍ଦେଶନାମା ଅନୁଯାୟୀ ଭରଣପୋଷଣ (Alimony) ପ୍ରଦାନ ପାଇଁ ଅଦାଲତଙ୍କ ନିର୍ଦ୍ଦେଶନାମା ପାଇବା ପରେ ବିଭାଗୀୟ DDO (Drawing & Disbursement Officer) ସଂମ୍ପୃକ୍ତ ସରକାରୀ କର୍ମଚାରୀଙ୍କ ମାସିକ ଦରମା ବିଲ୍ ପ୍ରସ୍ତୁତ କରିବା ସମୟରେ  ଭରଣପୋଷଣ ପାଇଁ ଅଦାଲତ ଯେଉଁ ପରିମାଣର ଅର୍ଥ ନିର୍ଦ୍ଧାରିତ କରିଛନ୍ତି, ସେହି ପରିମାଣର ଅର୍ଥକୁ ଦରମାରୁ କାଟି ସଂମ୍ପୃକ୍ତ କର୍ମଚାରୀଙ୍କ ପତ୍ନୀ ବା ସନ୍ତାନସନ୍ତତିଙ୍କ ବ୍ୟାଙ୍କ ଆକାଉଣ୍ଟରେ ସିଧାସଳଖ ଇଲୋକ୍ଟୋନିକ୍ ସୂତ୍ରରେ ଜମା କରିବେ ।

ଆଗାମୀ ଦିନରେ ଏହିପରି ଅଦାଲତଙ୍କ ନିର୍ଦ୍ଦେଶିତ ଭରଣପୋଷଣ ସମ୍ପର୍କିତ ବିଷୟକୁ ରାଜ୍ୟ ସରକାରଙ୍କ ସମନ୍ୱିତ ଓ ସ୍ୱୟଂଚାଳିତ ବ୍ୟବସ୍ଥା (HRMS)ରେ ଯୋଡ଼ାଯାଇ ଏହି ବ୍ୟବସ୍ଥାକୁ ଆହୁରି ଉନ୍ନତ କରିବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏହାଦ୍ୱାରା ଅଦାଲତଙ୍କ ନିର୍ଦ୍ଦେଶର ଅନୁପାଳନ ହେବା ସହିତ ସଂମ୍ପୃକ୍ତ ମହିଳା ବା ସେମାନଙ୍କ ସନ୍ତାନସନ୍ତତିଙ୍କ ଦୁର୍ଦ୍ଦଶା ମଧ୍ୟ ଅନେକ ପରିମାଣରେ ଦୂର ହୋଇପାରିବ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କରେ ସନ୍ଦେହ ହେଲା କାଳ, ବିଷ ମିଶା କୋଲ୍ଡ ଡ୍ରିଙ୍କ ପିଆଇ ପ୍ରେମିକାଙ୍କୁ ହତ୍ୟା

ମୁମ୍ବାଇ,୩୦ା୮: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇର ଚେମ୍ବୁର ଅଞ୍ଚଳରୁ ୨୪ ବର୍ଷୀୟ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି । ଏହି ମାମଲାରେ ପୋଲିସ ମହିଳାଙ୍କ…

ପୁଣିଥରେ ସେଲଫି ଭିଡ଼ିଓ ଶେୟାର କରି ଚର୍ଚ୍ଚାରେ ମୋଦି, ଏଥର କିନ୍ତୁ ଦେଶରୁ ନୁହେଁ…

ତାସକେଣ୍ଟ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିନିଆ ଉଜବେକିସ୍ତାନ ଗସ୍ତରେ ଅଛନ୍ତି। ତାସକେଣ୍ଟରେ ପହଞ୍ଚିବା ପରେ, ସେ ଉଜବେକିସ୍ତାନ ଯୋଗ ଫେଡେରେଶନ ଦ୍ୱାରା ଆୟୋଜିତ ଏକ ସ୍ବତନ୍ତ୍ର…

ଯୌତୁକ ନିର୍ଯାତନା: ଥାନାରେ ଏତଲା, ଅଭିଯୋଗକୁ ଶ୍ବଶୁର ଘର ଲୋକଙ୍କ ….

ଦିଗପହଣ୍ଡି,୩୦|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ନିରଞ୍ଜନ ପାଣିଗ୍ରାହୀଙ୍କ ଝିଅ ଅଂଶିତାଙ୍କୁ ତାଙ୍କ ସ୍ଵାମୀ,ଶାଶୁ,ଶ୍ବଶୁର ଯୌତୁକ ପାଇଁ ଶାରିରୀକ…

ପେନଶନ ବନ୍ଦ ଚର୍ଚ୍ଚା ଭିତରେ ଆସିଲା ଅପଡେଟ୍‌; ରିଟାୟର୍ଡ କର୍ମଚାରୀଙ୍କ ପାଇଁ ବଡ଼ ଖବର

ନୂଆଦିଲ୍‌ୀ,୩୦।୮: ୮ମ ବେତନ ଆୟୋଗ (8th Pay Commission) କୁ ନେଇ ସୋସିଆଲ ମିଡିଆରେ ଚାଲିଥିବା ଏକ ଖବର କେନ୍ଦ୍ରୀୟ କର୍ମଚାରୀ ଏବଂ ପେନ୍ସନ୍ଭୋଗୀଙ୍କ ଚିନ୍ତା ବଢ଼ାଇ…

୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଲହୁଣୀପଡ଼ା ଥାନା ଏଏସ୍‌ଆଇ ଓ ସହଯୋଗୀ

ସୁନ୍ଦରଗଡ଼, ୩୦।୮ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନାର ଏଏସ୍‌ଆଇ ମଦନ ମୋହନ ପ୍ରଧାନ ଏବଂ ତାଙ୍କ ସହଯୋଗୀ ମନଦୀପ କୁମାର ଦାସମୋଦକ (ଘରୋଇ…

ପାକିସ୍ତାନ ସହିତ ହାତ ମିଳାଇବା ପ୍ରଶ୍ନର ଉତ୍ତରରେ ଭାରତୀୟ ମୁଖ୍ୟ ପ୍ରଶିକ୍ଷକ ଦେଲେ ଏମିତି ବିବୃତ୍ତି…

ନୂଆଦିଲ୍ଲୀ,୩୦।୮: ମହିଳା ଏସିଆ କପ ୨୦୨୬ ଚାଲିଛି। UAE ଦ୍ୱାରା ଆୟୋଜିତ, ସମ୍ପୂର୍ଣ୍ଣ ଟୁର୍ଣ୍ଣାମେଣ୍ଟ ଦୁବାଇରେ ଖେଳାଯାଉଛି। ଭାରତୀୟ ଦଳ ଅଗଷ୍ଟ ୩୦ରେ ଦୁବାଇ ଆନ୍ତର୍ଜାତୀୟ କ୍ରିକେଟ…

କନ୍ୟା ସନ୍ତାନ ଜନ୍ମଦେଲେ ୧୬ ବର୍ଷୀୟା ନାବାଳିକା: ପୋଲିସର ମାମଲା ରୁଜୁ

କେନ୍ଦୁଝର, ହାଟଡିହୀ,୩୦।୮(ନରେଶ ଚନ୍ଦ୍ର ପଟ୍ଟନାୟକ/ ଶୁଭକାନ୍ତ ନାୟକ/ନିରାକାର ପରିଡା ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକା କନ୍ୟା ସନ୍ତାନକୁ ଜନ୍ମ…

ନେପାଳ ବନ୍ୟା: ବଢୁଛି ଜଳସ୍ତର, ସତର୍କ କରାଇଲେ ସରକାର

କାଠମାଣ୍ଡୁ,୩୦।୮: ବୁଧବାର ହୋଇଥିବା ଭୟଙ୍କର ବନ୍ୟା ପରେ ନେପାଳର ପରିସ୍ଥିତି ଗମ୍ଭୀର ରହିଛି। ମଧ୍ୟ ନେପାଳରେ ହଠାତ ବନ୍ୟାରେ ମୃତ୍ୟୁ ସଂଖ୍ୟା ୭୩୪ ରେ ପହଞ୍ଚିଛି, ଯେତେବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri