ବିଏସ୍‌କେୱାଇ କାର୍ଡଧାରୀଙ୍କୁ ମାଗଣା ଚିକିତ୍ସା ଯୋଗାଅ

କଟକ ଅଫିସ,୧୦ା୧୧: ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା(ବିଏସ୍‌କେୱାଇ) କାର୍ଡ ହିତାଧିକାରୀଙ୍କଠାରୁ କଟକର ଏକ ଅଗ୍ରଣୀ ଘରୋଇ ହସ୍ପିଟାଲ କର୍ତ୍ତୃପକ୍ଷ ଟଙ୍କା ଆଦାୟ କରିବା ଘଟଣାରେ ହାଇକୋର୍ଟ କ୍ଷୁବ୍ଧ ହୋଇଛନ୍ତି। ଆସନ୍ତା ୧୨ ତାରିଖ ମଧ୍ୟରେ ଚିକିତ୍ସିତ ରୋଗୀଙ୍କୁ ଆଇସିୟୁ ବାବଦ ଅଗ୍ରିମ ନେଇଥିବା ୩୦ ହଜାର ଟଙ୍କା ଓ ଅନ୍ୟାନ୍ୟ ଖର୍ଚ୍ଚ ବାବଦ ୩୫ ହଜାର ଟଙ୍କା ୭ଦିନ ଭିତରେ ଫେରାଅ। ସେହିପରି କାର୍ଡର ନିୟମ ମୁତାବକ ହସ୍ପିଟାଲ କର୍ତ୍ତୃପକ୍ଷ ମାଗଣାରେ ଚିକିତ୍ସା କରାଇବାକୁ ମୁଖ୍ୟ ବିଚାରପତି ଏସ୍‌. ମୁରଲୀଧର ଓ ଜଷ୍ଟିସ୍‌ ଏ.କେ. ମହାପାତ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠ ମଙ୍ଗଳବାର ଶୁଣାଣି କରି ଏହି ନିର୍ଦ୍ଦେଶ ଦେଇଛନ୍ତି।
ଆବେଦନକାରୀ ପୁରୀ ଜିଲା ଗୋପ ଅଞ୍ଚଳର ଆରତୀ ଚାଟାର୍ଜୀ ପିଟିଶନରେ ଦର୍ଶାଇଥିଲେ, ଗରିବ ଲୋକଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ମାଗଣା ଚିକିତ୍ସା ଯୋଗାଇଦେବାକୁ ବିଏସ୍‌କେୱାଇ କାର୍ଡ ପ୍ରଚଳନ କରାଯାଇଛି। ସେହି କାର୍ଡ ଧରି କିଡ୍‌ନୀ ରୋଗ ଚିକିତ୍ସା ପାଇଁ ସ୍ବାମୀ ମଳୟ କୁମାର ଚାଟାର୍ଜୀଙ୍କୁ କଟକର ଏକ ଘରୋଇ ହସ୍ପିଟାଲକୁ ଗତ ୭ ତାରିଖରେ ଯାଇଥିଲେ। ଉକ୍ତ ହସ୍ପିଟାଲ ବିଏସ୍‌କେୱାଇ ଅନ୍ତର୍ଭୁକ୍ତ ହୋଇଥିଲେ ମଧ୍ୟ କର୍ତ୍ତୃପକ୍ଷ ବେଡ୍‌ ଓ ଆଇସିୟୁ ନଥିବା ଆଳ ଦେଖାଇ ମାଗଣା ଚିକିତ୍ସା କରିବାକୁ ମନା କରିଥିଲେ। ପରେ ଆରତୀ ଟଙ୍କା ପଇଠ କରି ସ୍ବାମୀଙ୍କ ଚିକିତ୍ସା କରାଇବାକୁ ରାଜି ହୋଇଥିଲେ। ତଦନୁଯାୟୀ, ଆଇସିୟୁ ବାବଦକୁ ୩୦ ହଜାର ଟଙ୍କା ଅଗ୍ରିମ ପଇଠ କରିବା ପରେ ଚିକିତ୍ସା ଆରମ୍ଭ ହୋଇଥିଲା। ପରେ ମେଡିସିନ ଓ ଅନ୍ୟ ଚିକିତ୍ସା ବାବଦକୁ ୩୫ ହଜାର ଟଙ୍କା ଦାଖଲ କରିଥିଲେ। ହସ୍ପିଟାଲର ଏଭଳି ମନମାନି ବିରୋଧରେ ଗତ ୮ ତାରିଖରେ ଆବେଦନକାରୀ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ହାଇକୋର୍ଟ ସୋମବାର ଏହାର ଶୁଣାଣି କରି ଉକ୍ତ ହସ୍ପିଟାଲ କର୍ତ୍ତୃପକ୍ଷଙ୍କୁ ଟଙ୍କା ଫେରାଇବା ପାଇଁ ନୋଟିସ ଜାରି କରିଥିଲେ। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ସହସ୍ରାଂଶୁ ସୌରଭ ଓ ଗୌରବ ମହାନ୍ତି ମାମଲା ପରିଚାଳନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ହେବାକୁ ଯାଉଛି ଯୁଦ୍ଧ? ଭାରତ କଲା ବଡ଼ ଡିଲ୍‌

ନୂଆଦିଲ୍‌ଲୀ,୩୧।୧୨: ଦେଶର ସୁରକ୍ଷାକୁ ଆହୁରି ସୁଦୃଢ଼ କରିବା ପାଇଁ ସରକାର ବର୍ଷ ଶେଷରେ ଏକ ବଡ଼ ପଦକ୍ଷେପ ନେଇଥିଲେ। ଡିସେମ୍ୱର 30, 2025 ରେ, ପ୍ରତିରକ୍ଷା...

ବାଇକ୍‌ରେ ଗଲା ବେଳେ ପିଉସୀଅ-ପୁତୁରାଙ୍କ ବେକରେ ଲାଗିଲା ମାଞ୍ଜା ସୂତା: ପରେ…

 କଟକ ସଦର,୩୧।୧୨(ସୁଶାନ୍ତ କୁମାର ଜେନା): କଟକ ଜିଲା  ୪୨ ମୌଜା ଥାନା ଅନ୍ତର୍ଗତ  ବ୍ରହ୍ମପୁର ଗ୍ରାମରେ ବୁଧବାର ସକାଳେ ଅଭାବନୀୟ ଘଟଣା ଘଟିଛିି। ବାଇକରେ ପିଉସୀ...

ଏମିତି ମିଛ କହିଲା ଚାଇନା: ସବୁ ପୋଲ୍‌ ଖୋଲିଦେଲା ଭାରତ

ନୂଆଦିଲ୍ଲୀ,୩୧।୧୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ପାଇଁ ଅନ୍ତର୍ଜାତୀୟ କ୍ରେଡିଟ ତୀବ୍ର ହୋଇଛି। ପ୍ରଥମେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଏବେ ଚାଇନା...

ବେଆଇନ କୁକୁଡ଼ା ଲଢ଼େଇ ଖେଳକୁ ବନ୍ଦ କରିବାକୁ ଯାଇଥିଲା ପୋଲିସ, ଗାଡିକୁ ଘେରିଗଲେ ଲୋକେ, ଆଉ ତା’ପରେ…

ପାଟଣା,୩୧।୧୨(ବୀର କିଶୋର ଦାଶ) : କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ସାହାରପଡା ବ୍ଲକ ଡାଳପକା ପଞ୍ଚାୟତ ଉପାନ୍ତ କେନ୍ଦୁଯୋଡା ଗ୍ରାମ ରେସାନ୍ତାଳ ସମ୍ପ୍ରଦାୟ ଦାମୋଦର...

ଅନଲାଇନରେ ଅର୍ଡର କରୁଛନ୍ତି? ଆଜି ଆସିବନି ପାର୍ସଲ, ଡେଲିଭେରୀ ଏଜେଣ୍ଟଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୩୧।୧୨: ଯଦି ଆପଣ ଆଜି ପାର୍ଟି କରିବାକୁ ମନସ୍ଥ କରିଛନ୍ତି ଏବଂ ଅନଲାଇନରେ ଖାଦ୍ୟ ଏବଂ ପାନୀୟ ଅର୍ଡର କରିବାକୁ ଯୋଜନା କରୁଛନ୍ତି, ତେବେ ଏହା...

ବୁଲୁଛି ଗୋଠଛଡା ଦନ୍ତା: ଭୟଭୀତ ଅବସ୍ଥାରେ ଲୋକେ

ଆନନ୍ଦପୁର ୩୧।୧୨(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଆନନ୍ଦପୁର,ଘସିପୁରା ଅଞ୍ଚଳରେ ବୁଧବାର ସକାଳୁ ସକାଳୁ ଏକ ଗୋଠଛଡା ଦନ୍ତାହାତୀ ବୁଲୁଥିବା ବେଳେ...

୨୦୨୬ରେ ଏହି ୪ ରାଶିରେ ଆସିବ ବଡ଼ ପରିବର୍ତ୍ତନ: ପାଇବେ ଭଲ ଖବର, ବର୍ଷ ସାରା କେମିତି ରହିବ ଜାଣନ୍ତୁ…

ଗ୍ରହମାନଙ୍କର ଗତି ଏବଂ ଗମନରେ ପରିବର୍ତ୍ତନ ଦେଶ ଏବଂ ବିଶ୍ୱ ଉପରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରଭାବ ପକାଇଥାଏ। ଗ୍ରହମାନଙ୍କର ରାଶି ଏବଂ ନକ୍ଷତ୍ରରେ ପରିବର୍ତ୍ତନ ରାଶିମାନଙ୍କ...

ମୋଦିଙ୍କ ଏହି କଥା ଶୁଣି ପ୍ରବଳ ରାଗିଗଲେ ଜେଲେନସ୍କି: ସାଂଘାତିକ ଅଭିଯୋଗ ଆଣି କହିଲେ…

ନୂଆଦିଲ୍ଲୀ,୩୧।୧୨: ପ୍ରଧାନମନ୍ତ୍ରୀ ମୋଦି ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନ ଉପରେ ଡ୍ରୋନ ଆକ୍ରମଣ ରିପୋର୍ଟ ଉପରେ ଚିନ୍ତା ପ୍ରକାଶ କରିଥିଲେ। ୟୁକ୍ରେନୀୟ ରାଷ୍ଟ୍ରପତି ଭୋଲୋଡିମିର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri