ବିଏସ୍‌କେୱାଇ କାର୍ଡଧାରୀଙ୍କୁ ମାଗଣା ଚିକିତ୍ସା ଯୋଗାଅ

କଟକ ଅଫିସ,୧୦ା୧୧: ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା(ବିଏସ୍‌କେୱାଇ) କାର୍ଡ ହିତାଧିକାରୀଙ୍କଠାରୁ କଟକର ଏକ ଅଗ୍ରଣୀ ଘରୋଇ ହସ୍ପିଟାଲ କର୍ତ୍ତୃପକ୍ଷ ଟଙ୍କା ଆଦାୟ କରିବା ଘଟଣାରେ ହାଇକୋର୍ଟ କ୍ଷୁବ୍ଧ ହୋଇଛନ୍ତି। ଆସନ୍ତା ୧୨ ତାରିଖ ମଧ୍ୟରେ ଚିକିତ୍ସିତ ରୋଗୀଙ୍କୁ ଆଇସିୟୁ ବାବଦ ଅଗ୍ରିମ ନେଇଥିବା ୩୦ ହଜାର ଟଙ୍କା ଓ ଅନ୍ୟାନ୍ୟ ଖର୍ଚ୍ଚ ବାବଦ ୩୫ ହଜାର ଟଙ୍କା ୭ଦିନ ଭିତରେ ଫେରାଅ। ସେହିପରି କାର୍ଡର ନିୟମ ମୁତାବକ ହସ୍ପିଟାଲ କର୍ତ୍ତୃପକ୍ଷ ମାଗଣାରେ ଚିକିତ୍ସା କରାଇବାକୁ ମୁଖ୍ୟ ବିଚାରପତି ଏସ୍‌. ମୁରଲୀଧର ଓ ଜଷ୍ଟିସ୍‌ ଏ.କେ. ମହାପାତ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠ ମଙ୍ଗଳବାର ଶୁଣାଣି କରି ଏହି ନିର୍ଦ୍ଦେଶ ଦେଇଛନ୍ତି।
ଆବେଦନକାରୀ ପୁରୀ ଜିଲା ଗୋପ ଅଞ୍ଚଳର ଆରତୀ ଚାଟାର୍ଜୀ ପିଟିଶନରେ ଦର୍ଶାଇଥିଲେ, ଗରିବ ଲୋକଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ମାଗଣା ଚିକିତ୍ସା ଯୋଗାଇଦେବାକୁ ବିଏସ୍‌କେୱାଇ କାର୍ଡ ପ୍ରଚଳନ କରାଯାଇଛି। ସେହି କାର୍ଡ ଧରି କିଡ୍‌ନୀ ରୋଗ ଚିକିତ୍ସା ପାଇଁ ସ୍ବାମୀ ମଳୟ କୁମାର ଚାଟାର୍ଜୀଙ୍କୁ କଟକର ଏକ ଘରୋଇ ହସ୍ପିଟାଲକୁ ଗତ ୭ ତାରିଖରେ ଯାଇଥିଲେ। ଉକ୍ତ ହସ୍ପିଟାଲ ବିଏସ୍‌କେୱାଇ ଅନ୍ତର୍ଭୁକ୍ତ ହୋଇଥିଲେ ମଧ୍ୟ କର୍ତ୍ତୃପକ୍ଷ ବେଡ୍‌ ଓ ଆଇସିୟୁ ନଥିବା ଆଳ ଦେଖାଇ ମାଗଣା ଚିକିତ୍ସା କରିବାକୁ ମନା କରିଥିଲେ। ପରେ ଆରତୀ ଟଙ୍କା ପଇଠ କରି ସ୍ବାମୀଙ୍କ ଚିକିତ୍ସା କରାଇବାକୁ ରାଜି ହୋଇଥିଲେ। ତଦନୁଯାୟୀ, ଆଇସିୟୁ ବାବଦକୁ ୩୦ ହଜାର ଟଙ୍କା ଅଗ୍ରିମ ପଇଠ କରିବା ପରେ ଚିକିତ୍ସା ଆରମ୍ଭ ହୋଇଥିଲା। ପରେ ମେଡିସିନ ଓ ଅନ୍ୟ ଚିକିତ୍ସା ବାବଦକୁ ୩୫ ହଜାର ଟଙ୍କା ଦାଖଲ କରିଥିଲେ। ହସ୍ପିଟାଲର ଏଭଳି ମନମାନି ବିରୋଧରେ ଗତ ୮ ତାରିଖରେ ଆବେଦନକାରୀ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ହାଇକୋର୍ଟ ସୋମବାର ଏହାର ଶୁଣାଣି କରି ଉକ୍ତ ହସ୍ପିଟାଲ କର୍ତ୍ତୃପକ୍ଷଙ୍କୁ ଟଙ୍କା ଫେରାଇବା ପାଇଁ ନୋଟିସ ଜାରି କରିଥିଲେ। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ସହସ୍ରାଂଶୁ ସୌରଭ ଓ ଗୌରବ ମହାନ୍ତି ମାମଲା ପରିଚାଳନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

ଖଟ ତଳକୁ ଓହ୍ଲାଇବା ବେଳେ ଚୋଟ ମାରିଲା ସାପ, ରାତିସାରା ଗୁଣିଆ ଡାକି ଝଡ଼ାଫୁଙ୍କା କଲେ, ମେଡିକାଲ ନେବାରେ ବିଳମ୍ବ ଯୋଗୁ…

ଡୁଙ୍ଗୁରିପାଲି,୨୯।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ଅନ୍ତର୍ଗତ ବଡ଼ଭାଲୁପାଲି ଗ୍ରାମରେ ଅନ୍ଧବିଶ୍ୱାସ ଯୋଗୁ ଜଣେ ବୃଦ୍ଧଙ୍କର ଅକାଳ ମୃତ୍ୟୁ ଘଟିଛି। ବିଷାକ୍ତ ସାପ…

ଘରେ ଏକାକୀ ଥିବାବେଳେ ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ! ଗୋଡ଼ାଇ ଗୋଡ଼ାଇ ନିର୍ଦ୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସକୁ…

ଦିଗପହଣ୍ଡି,୨୯।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀଙ୍କୁ ଘରେ ପଶି ବଳାତ୍କାର…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri