ସୂଚନା ନ ଦେବାରୁ ଜେଇଙ୍କୁ ୨୫ ହଜାର ଜରିମାନା

କେନ୍ଦ୍ରାପଡ଼ା ଅଫିସ,୩୦।୧୦: ସୂଚନା ଅଧିକାର ଆଇନ ଅମାନ୍ୟ କରିଥିବାରୁ କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲକର ପୂର୍ବତନ ଜେଇ (କନିଷ୍ଠ ଯନ୍ତ୍ରୀ) ସ୍ବରୂପ ଦାସ ୨୫ ହଜାର ଟଙ୍କା ଜରିମାନା ଦେବେ। ଓଡିଶା ସୂଚନା କମିଶନର ବି.କେ. ମହାପାତ୍ର ମାର୍ଶାଘାଇ ବ୍ଲକ ମଣିକୁଣ୍ଡା ଗ୍ରାମର ଅଭିରାମ ଜେନାଙ୍କ ସୂଚନା ଅଧିକାର ଆଇନର ଦ୍ୱିତୀୟ ଆବେଦନ ମାମଲା (ନଂ.୧୫୨୧/୧୬)ର ଶୁଣାଣି କରି ଗତ ସେପ୍ଟେମ୍ବର ୩୦ରେ ଏହି ଆଦେଶ ଦେଇଛନ୍ତି। ଅଭିରାମ ୨୦୧୬ ଫେବୃୟାରୀ ୨୫ରେ ମାର୍ଶାଘାଇ ପଞ୍ଚାୟତ ସମିତିର ପିଆଇଓଙ୍କୁ ଏନ୍‌ଏଚ୍‌ ୫ (କ)ରୁ ମଣିକୁଣ୍ଡା ପର୍ଯ୍ୟନ୍ତ ରାସ୍ତା ଉନ୍ନତୀକରଣ ସମ୍ପର୍କରେ କେତେକ ତଥ୍ୟ ସହ ମେଜରମେଣ୍ଟ ବୁକ ୪୦୬ର ୧୯୧ରୁ ୧୯୩ ପର୍ଯ୍ୟନ୍ତ ପୃଷ୍ଠାର ନକଲ ପାଇବା ପାଇଁ ସୂଚନା ଅଧିକାର ଆଇନ ଅନୁଯାୟୀ ତଥ୍ୟ ମାଗିଥିଲେ। ତେବେ ସମୟ ଅବଧି ସରିଥିଲେ ମଧ୍ୟ ସେ ଏହି ସୂଚନା ପାଇ ନ ଥିଲେ। ଏହି ତଥ୍ୟ ତତ୍କାଳୀନ ଜେଇ ସ୍ବରୂପ ଦାସଙ୍କ ନିକଟରେ ଥିବା ଦର୍ଶାଇଥିଲେ। ଏ ନେଇ ରାଜ୍ୟ ସୂଚନା କମିଶନଙ୍କ ନିକଟରେ ଅଭିଯୋଗ ପରେ ଜିଲାପାଳଙ୍କୁ ତଦନ୍ତ ପାଇଁ ନିର୍ଦ୍ଦେଶ ହୋଇଥିଲା। ତଦନ୍ତ ସମୟରେ ଜେଇ ଦାସ ଏହାକୁ ଅଣଦେଖା କରିବାରୁ ଜରିମାନା ଅର୍ଥ ଦରମାରୁ କାଟିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ସୂଚନାଯୋଗ୍ୟ ଯେ, ଜେଇ ଦାସ ଏବେ କେନ୍ଦ୍ରାପଡ଼ା ପଞ୍ଚାୟତ ସମିତି ଅଧୀନରେ କାର୍ଯ୍ୟରତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଲ-ଟାଇମ ବେଷ୍ଟ ଫିଲ୍ଡର୍ସ୍‌-୧୧ ଘୋଷଣା: ୪ ଭାରତୀୟଙ୍କୁ ମିଳିଲା ସ୍ଥାନ, ଯୁବରାଜ ବାଦ୍‌

ନୂଆଦିଲ୍ଲୀ,୩।୧୦: କ୍ରିକେଟ୍‌ର ରନ ଓ ଉଇକେଟ ସହ ଫିଲ୍ଡିଂ ମଧ୍ୟ ମ୍ୟାଚ୍‌ର ଗତିପଥ ବଦଳାଇବାରେ ବଡ଼ ଭୂମିକା ନିଏ। ଏକ ଚମତ୍କାର କ୍ୟାଚ, ଦ୍ରୁତ ଥ୍ରୋ କିମ୍ବା…

ଅସୁରକ୍ଷିତ ଶ୍ରେଣୀଗୃହରେ ପାଠପଢ଼ା: ବିଦ୍ୟାର୍ଥୀଙ୍କ ସୁରକ୍ଷା ଚିନ୍ତାରେ ଅଭିଭାବକ

ଜି.ଉଦୟଗିରି,୩ା୧୦(ଚିନ୍ମୟ କୁମାର ସେଠୀ):କନ୍ଧମାଳ ଜିଲା ଜି.ଉଦୟଗିରିରେ ୧୯୩୬ରେ ହବାକ୍‌ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠା ହୋଇଥିଲା। ବହୁ ପୁରାତନ ଏହି ବିଦ୍ୟାଳୟର ଶ୍ରେଣୀଗୃହଗୁଡିକ ଏବେ ବିପଦସଙ୍କୁଳ ଅବସ୍ଥାରେ ରହିଛି।…

ପୁଣି ଆସୁଛି ଲଘୁଚାପ! ବଙ୍ଗୋପସାଗରରେ ନେଇପାରେ ଅବପାତ ରୂପ

ଭୁବନେଶ୍ୱର,୩ା୧୦(ବନ୍ଦନା ସେଠୀ):ସାରା ରାଜ୍ୟରେ ଏବେ ପାରଦ ଉପରମୁହଁା ରହିଥିବାବେଳେ ପ୍ରବଳ ଖରା ସହ ଗୁଳୁଗୁଳି ଅନୁଭୂତ ହେଉଛି। ଆଗାମୀ ସପ୍ତାହେ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ କିଛି ପରିବର୍ତ୍ତନ…

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?