‘ନିବେଶକଙ୍କୁ ଆବଶ୍ୟକ ସହଯୋଗ ଯୋଗାଅ’

ଅନୁଗୋଳ ଅଫିସ, ୧୧।୫ – ଅନୁଗୋଳ ଜିଲାର ଶିଳ୍ପ ଓ ଖଣି କ୍ଷେତ୍ର ପ୍ରତି ନିବେଶକମାନଙ୍କୁ ଆକୃଷ୍ଟ କରିବା ଉଦ୍ଦେଶ୍ୟରେ ବଅଁରପାଳ ବ୍ଲକ ଆଲୁମିନିୟମ ପାର୍କଠାରେ ଆୟୋଜିତ ୨ ଦିନିଆ ଅନୁଗୋଳ ଆଡଭାଣ୍ଟେଜ ମଙ୍ଗଳବାର ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ ସଭାରେ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ପରାମର୍ଶଦାତା ତଥା ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ଅସିତ କୁମାର ତ୍ରିପାଠୀ ମୁଖ୍ୟଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମର ମୂଳ ଉଦ୍ଦେଶ୍ୟ ସମ୍ପର୍କରେ ଆଲୋକପାତ କରିଥିଲେ। ସେ କହିଥିଲେ, ମୁଖ୍ୟମନ୍ତ୍ରୀ ରାଜ୍ୟରେ ଶିଳ୍ପ ଉପରେ ଅଧିକ ଗୁରୁତ୍ୱ ଦେଉଛନ୍ତି। ସେଥିପାଇଁ ପ୍ରତି ଜିଲାରେ ଗୋଟିଏ ଲେଖାଏ ଡିଷ୍ଟ୍ରିକ୍ଟ ଇଣ୍ଡଷ୍ଟ୍ରିଆଲ ପ୍ରମୋଶନ ଏଜେନ୍ସି ପ୍ରତିଷ୍ଠା କରାଯିବ। ଅନୁଗୋଳରେ ଅଧିକ ଶିଳ୍ପ ହେଲେ ନିଯୁକ୍ତି ସୁଯୋଗ ବଢ଼ିବ ଏବଂ ଜିଲାର ଆର୍ଥିକ ମାନଦଣ୍ଡ ମଧ୍ୟ ବୃଦ୍ଧି ପାଇବ। ନିବେଶକମାନେ ଶିଳ୍ପ ପ୍ରତିଷ୍ଠା ଦିଗରେ ଆଗ୍ରହ ପ୍ରକାଶ କରୁଥିବାରୁ ସେମାନଙ୍କୁ ରାସ୍ତା, ପାଣି, ବିଦ୍ୟୁତ୍‌, ଜାଗା ଓ ଅନ୍ୟାନ୍ୟ ଆନୁଷଙ୍ଗିକ ସାହାଯ୍ୟ ସହଯୋଗ ଯୋଗାଇ ଦେବାକୁ ମୁଖ୍ୟ ଅତିଥି ତ୍ରିପାଠୀ ପରାମର୍ଶ ଦେଇଥିଲେ।
ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ କହିଥିଲେ, ଅନୁଗୋଳରେ ଖଣି ଓ ଶିଳ୍ପ ପାଇଁ ପ୍ରଚୁର ଭିତ୍ତିଭୂମି ଉପଲବ୍ଧ ଅଛି। ଏହାର ଉପଯୋଗ କରି ଜିଲାର ଉନ୍ନତି ତଥା ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ନିମନ୍ତେ ରାଜ୍ୟ ତଥା ରାଜ୍ୟ ବାହାରର ବିଭିନ୍ନ ନିବେଶକ ଓ ଶିଳ୍ପଦ୍ୟୋଗୀଙ୍କୁ ଆମନ୍ତ୍ରିତ କରାଯାଇଛି। ୟୁଏନ୍‌ଇପିର ମୁଖ୍ୟ ଅତୁଲ ବଗାଲ ପୋଷଣୀୟ ଉନ୍ନତି ଓ ଶିଳ୍ପର ସ୍ଥାୟୀ ବିକାଶ ଉପରେ ଆଲୋକପାତ କରିଥିଲେ। ଏମ୍‌ଏସ୍‌ଏମ୍‌ଇର ପ୍ରମୁଖ ଶାସନ ସଚିବ ରଞ୍ଜନା ଚୋପ୍ରା ରାଜ୍ୟରେ ୧୯ ଲକ୍ଷ ଏମ୍‌ଏସ୍‌ଏମ୍‌ଇ ଅଛି ବୋଲି ପ୍ରକାଶ କରିଥିଲେ। ଓଡ଼ିଶା ଷ୍ଟାଟଅଫ୍‌ର ନିର୍ବାହୀ ଅଧ୍ୟକ୍ଷ ଡ. ଓଁକାର ରାୟ ଷ୍ଟାଟଅଫ୍‌ ଇକୋ ସିଷ୍ଟମର ସମର୍ଥନ ଓ ଏହାର ସାଧାରଣ ସମୀକ୍ଷାକୁ ନେଇ ପାୱାର ପଏଣ୍ଟ ଉପସ୍ଥାପନ କରିଥିଲେ। ଏହି କାର୍ଯ୍ୟକ୍ରମରେ ଆରକ୍ଷୀ ଅଧୀକ୍ଷକ ଜଗମୋହନ ମୀନା, ଡେଭଲପମେଣ୍ଟ ଅଲଟରନେଟିଭ ଗ୍ରୁପର ଅବିନାଶ କୁମାର ଗୁପ୍ତା, ଅତିରିକ୍ତ ଜିଲାପାଳ(ସାଧାରଣ) ରଜନୀକାନ୍ତ ସ୍ବାଇଁ, ଅତିରିକ୍ତ ଜିଲାପାଳ (ରାଜସ୍ବ) ସନ୍ତୋଷ କୁମାର ପ୍ରଧାନ, ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଦିଲୀପ କୁମାର ସାହୁ, ଜିଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧିକାରୀ ଡା. ତ୍ରିଲୋଚନ ପ୍ରଧାନ, ଅନୁଗୋଳ ଉପଜିଲାପାଳ ବଇତୁରା ଦିପ୍‌ ପ୍ରମୁଖ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭିତ୍ତିଭୂମି ଅଛି, ଚାଷୀଙ୍କ ଆଗ୍ରହ ନାହିଁ

ଭଣ୍ଡାରିପୋଖରୀ,୨୨।୧୨ (ରାଜେନ୍ଦ୍ର ଶତପଥୀ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକରେ ଆଳୁଚାଷ ପାଇଁ ଉପଯୋଗୀ ୮ଶହ ହେକ୍ଟର ଉର୍ବର ପଟୁ ମାଟି ମିଶା ଦୋରସା ଚାଷଜମି ରହିଛି।...

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri